ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ ଉପରେ ଚଢି ଯାଇଛି । ଗୋଡ ଉପରେ ଚଢ଼ି ଯିବାରୁ ଅଧିକ ରକ୍ତସ୍ରାବ ହୋଇଥିଲା । ରାସ୍ତାରେ ପଡି ରହିଥିବା ବେଳେ ପୋଲିସର ପିସ ଆର୍ ଭେନ୍ ଆସି ଉଦ୍ଧାର କରି ଭୀମ ଭୋଇ ମେଡିକାଲ କଲେଜ ପଠାଇଛି ।

ସାଧାରଣ ଲୋକ ରାସ୍ତାକୁ ଓହ୍ଲାଇ ଟାୟାର ଜାଳି ୫ଲକ୍ଷ ଟଙ୍କା ଦାବି କରିଛନ୍ତି  । ୧୦ଚକିଆ ଗାଡିକୁ ଆସ ନଆୟାରେ ସହର ଭିତରକୁ ପୋଲିସ୍ କାହିଁକି ଛାଡିଲେ ତାର ଉତ୍ତର ଦିଅନ୍ତୁ ବୋଲି ଲୋକେ ଦାବି କରିଚନ୍ତି । ୨୬ନମ୍ବର ଜାତୀୟ ରାଜପଥ ଏବେ ଗାଡ଼ି ଚଳାଚଳ ବନ୍ଦ ଅଛି । ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନକାରୀ ରାସ୍ତାରୁ ହଟିବେ ନାହିଁ ବୋଲି କହିଛନ୍ତି । ଧରମlନନ୍ଦ ଦାଶ ( ୬୫) ବଲାଂଗୀର ସହର ଚନ୍ଦ୍ରଶେଖର ନଗରର ବାସିନ୍ଦା ବୋଲି ଜଣାପଡିଛି । ଟ୍ରକ ଦୁର୍ଘଟଣାକୁ ନେଇ ତଦନ୍ତ କରୁଥିବା ପୋଲିସ ପକ୍ଷରୁ କୁହାଯାଇଛି । ପୋଲିସ ପ୍ରଶାସନ ପ୍ରତିଶ୍ରୁତି ପରେ ଜାତିୟ ରାଜପଥ ରାସ୍ତାରୁ ଲୋକେ ହଟିଲେ । ଏସଡିପିଓ ସରୋଜ କୁମାର ଉପାଧ୍ୟାୟ ଆନ୍ଦୋଳନଜାରୀଙ୍କ ଆଲୋଚନା ପରେ ଓ ଆଗକୁ କିଭଳି ଦୁର୍ଘଟନା ନ ହେବ ପ୍ରତିଶୃତି ଦେବା ପରେ ଆଡୋଲାନ ଜାରୀ ଜାତୀୟ ରାଜପଥରୁ ହଟିଥିଲେ । ବର୍ତ୍ତମାନ ଗାଡ଼ି ଚଳାଚଳ ସ୍ବଭାବିକ ହୋଇଛିି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri