ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ ବୃନ୍ଦ ଉଦ୍ଧାର କରିଛନ୍ତି। ଅପରାହ୍ନରେ କାଳ ବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ଭୀଷଣ ବର୍ଷା ଯୋଗୁ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହୋଇଯାଇଥିଲା। ରାତିରେ ନୀଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲ ନିକଟ ଜାଳେଣି କାଠ ଗଦାରେ କିଛି ଗ୍ରାମବାସୀ ସାପକୁ ଦେଖିବା ପରେ ଭୟଭୀତ ହୋଇଯାଇଥିଲେ। ଖବର ପ୍ରଚାରିତ ହେବାପରେ ସାପ ଦେଖିବାକୁ ଘଟଣାସ୍ଥଳରେ ଲୋକଙ୍କ ଭିଡ଼ ହୋଇଥିଲା। ଏ ନେଇ ଦିଗପହଣ୍ଡି ବନବିଭାଗ କାର୍ଯ୍ୟାଳୟକୁ ସୂଚନା ଦିଆଯିବା ପରେ ରେଞ୍ଜର ଦିବ୍ୟରଞ୍ଜନ ସାହୁ, ଫରେଷ୍ଟର ସନ୍ତୋଷ ବିଷୋୟୀ ରତ୍ନ ସ୍ନେକ ହେଲ୍ପଲାଇନ ସଦସ୍ୟଙ୍କୁ ଜଣାଇଥିଲେ।
ରେଞ୍ଜରଙ୍କ ନିର୍ଦ୍ଦେଶକ୍ରମେ ଫରେଷ୍ଟଗାର୍ଡ ରାଜ କୁମାର ରଇତ, ସୁଜାତା ସାହୁ ଘଟଣାସ୍ଥଳରେ ପହଞ୍ଚି ସ୍ନେକ ହେଲ୍ପଲାଇନ ସଦସ୍ୟଙ୍କ ସହାୟତାରେ ଅତ୍ୟନ୍ତ ସନ୍ତର୍ପଣ ସହକାରେ ପୁରୁଷ ପ୍ରଜାତିର ଅହିରାଜ ( କିଙ୍ଗକୋବ୍ରା )କୁ ଧରି ନିକଟସ୍ଥ ଚାଙ୍ଗୁଡ଼ିଦେଇ ଜଙ୍ଗଲରେ ସୁରକ୍ଷିତ ଅବସ୍ଥାରେ ଛାଡିଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଗତ ୨୯ ତାରିଖ ସକାଳେ ନୀଳାଞ୍ଚଳଙ୍କ ହୋଟେଲ କେବିନ ତଳୁ ୨ଟି ଅହିରାଜ ସାପକୁ ବନବିଭାଗ କର୍ମଚାରୀ ବୃନ୍ଦ ଉଦ୍ଧାର କରିଥିଲେ। ନିକଟସ୍ଥ ଜଙ୍ଗଲରୁ ଅହିରାଜ ସାପ ଗୁଡିକ ବାରମ୍ବାର ଜନବସତି ଅଞ୍ଚଳକୁ ଚାଲି ଆସୁଥିବା ଯଥେଷ୍ଟ କାରଣ ଜଣାପଡୁନାହିଁ। ବ୍ୟାପକ ଜଙ୍ଗଲ କ୍ଷୟ ଯୋଗୁ ଅହିରାଜ ସାପ ଗୁଡ଼ିକ ଜନବସତିକୁ ଚାଲି ଆସୁଥିବା ପ୍ରାଣୀ ବିଜ୍ଞାନୀମାନଙ୍କ ସହ ଆଲୋଚନାରୁ ଜଣାପଡ଼ିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଠିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri