୧୩ବର୍ଷର ବାଳକଙ୍କ ହୃଦ୍‌ ପ୍ରତିରୋପଣ ସଫଳ

କେନ୍ଦୁଝର, ୧୭ା୩ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ଘଟଗାଁ ବ୍ଲକ କୁଣ୍ଡାପିଠା ଗ୍ରାମର ବାଦଲ ପଇଦା (୧୩) ଙ୍କ ହୃଦ୍‌ପ୍ରତିରୋପଣ ସଫଳ ହୋଇଛି । ସେ ଓଡିଶାର ପ୍ରଥମ ଏବଂ ପୂର୍ବ ଭାରତର ସର୍ବକନିଷ୍ଠ ବାଳକ ଯାହାଙ୍କର ହୃଦ୍‌ ପ୍ରତିରୋପଣ ସଫଳ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ ଜରିଆରେ ସୂଚନା ଦିଆଯାଇଛି।
ପଶ୍ଚିମବଙ୍ଗର ହାଓ୍ବଡାସ୍ଥିତ ନାରାୟଣା ସୁପରସ୍ପେଶାଲିଷ୍ଟ ହସ୍ପିଟାଲରେ ବାଦଲଙ୍କ ଅସ୍ତ୍ରୋପଚାର କରାଯାଇଥିଲା। ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରିଥିଲେ। ଏନେଇ ଜିଲାପାଳ ଆଶିଷ ଠାକରେ ଖୁସି ବ୍ୟକ୍ତ କରିଛନ୍ତି। ରାଷ୍ଟ୍ରୀୟ ବାଲ୍ୟ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମରେ ତାଙ୍କୁ ଚିକିତ୍ସା ପାଇଁ ପଠାଯାଇଥିଲା ା ପ୍ରକାଶ ଯେ, ବାଦଲଙ୍କ ବାପା ରବୀନ୍ଦ୍ର ପଇଦା ଓ ମା’ ଜୟନ୍ତୀଙ୍କ ଆର୍ଥିକ ସ୍ବଚ୍ଛଳ ନ ଥିବାରୁ ପୁଅର ଚିକିତ୍ସା କରିପାରି ନ ଥିଲେ। ୨୦୧୮ ନଭେମ୍ବର ୨୮ରେ ଜିଲା ପ୍ରଶାସନ ପକ୍ଷରୁ ହୃଦରୋଗ ଚିହ୍ନଟ ଶିବିର କେନ୍ଦୁଝରରେ ଅନୁଷ୍ଠିତ ହୋଇଥିଲା ା ସେଠାକୁ ଆସି ବାଦଲ ସ୍ବାସ୍ଥ୍ୟ ଯାଞ୍ଚ କରିଥିଲେ। ଏହା ପରେ ଜିଲା ପ୍ରଶାସନ ସ୍ବାସ୍ଥ୍ୟ ବିଭାଗ ସହାୟତାରେ ୨୦୨୧ ଜାନୁୟାରୀ ୧୮ରେ ସମସ୍ତ ବ୍ୟବସ୍ଥା କରି ହାଓ୍ବଡାସ୍ଥିତ ଉକ୍ତ ହସ୍ପିଟାଲକୁ ପଠାଇଥିଲେ। ସେଠାରେ ରହିବା ପରେ ତାଙ୍କର ସଫଳ ଅସ୍ତ୍ରୋପଚାର ହୋଇଥିଲା। ଏବେ ସେ ସୁସ୍ଥ ଅଛନ୍ତି ା ଗୁରୁବାର ଫେରିବେ ବୋଲି ଜାତୀୟ ସ୍ବାସ୍ଥ୍ୟ ମିଶନର ଜିଲା ପ୍ରକଳ୍ପ ପରିଚାଳକ ଦିଲ୍ଲୀପ କୁମାର ଦୁବେ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri