୧୩ବର୍ଷର ବାଳକଙ୍କ ହୃଦ୍‌ ପ୍ରତିରୋପଣ ସଫଳ

କେନ୍ଦୁଝର, ୧୭ା୩ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ଘଟଗାଁ ବ୍ଲକ କୁଣ୍ଡାପିଠା ଗ୍ରାମର ବାଦଲ ପଇଦା (୧୩) ଙ୍କ ହୃଦ୍‌ପ୍ରତିରୋପଣ ସଫଳ ହୋଇଛି । ସେ ଓଡିଶାର ପ୍ରଥମ ଏବଂ ପୂର୍ବ ଭାରତର ସର୍ବକନିଷ୍ଠ ବାଳକ ଯାହାଙ୍କର ହୃଦ୍‌ ପ୍ରତିରୋପଣ ସଫଳ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ ଜରିଆରେ ସୂଚନା ଦିଆଯାଇଛି।
ପଶ୍ଚିମବଙ୍ଗର ହାଓ୍ବଡାସ୍ଥିତ ନାରାୟଣା ସୁପରସ୍ପେଶାଲିଷ୍ଟ ହସ୍ପିଟାଲରେ ବାଦଲଙ୍କ ଅସ୍ତ୍ରୋପଚାର କରାଯାଇଥିଲା। ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରିଥିଲେ। ଏନେଇ ଜିଲାପାଳ ଆଶିଷ ଠାକରେ ଖୁସି ବ୍ୟକ୍ତ କରିଛନ୍ତି। ରାଷ୍ଟ୍ରୀୟ ବାଲ୍ୟ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମରେ ତାଙ୍କୁ ଚିକିତ୍ସା ପାଇଁ ପଠାଯାଇଥିଲା ା ପ୍ରକାଶ ଯେ, ବାଦଲଙ୍କ ବାପା ରବୀନ୍ଦ୍ର ପଇଦା ଓ ମା’ ଜୟନ୍ତୀଙ୍କ ଆର୍ଥିକ ସ୍ବଚ୍ଛଳ ନ ଥିବାରୁ ପୁଅର ଚିକିତ୍ସା କରିପାରି ନ ଥିଲେ। ୨୦୧୮ ନଭେମ୍ବର ୨୮ରେ ଜିଲା ପ୍ରଶାସନ ପକ୍ଷରୁ ହୃଦରୋଗ ଚିହ୍ନଟ ଶିବିର କେନ୍ଦୁଝରରେ ଅନୁଷ୍ଠିତ ହୋଇଥିଲା ା ସେଠାକୁ ଆସି ବାଦଲ ସ୍ବାସ୍ଥ୍ୟ ଯାଞ୍ଚ କରିଥିଲେ। ଏହା ପରେ ଜିଲା ପ୍ରଶାସନ ସ୍ବାସ୍ଥ୍ୟ ବିଭାଗ ସହାୟତାରେ ୨୦୨୧ ଜାନୁୟାରୀ ୧୮ରେ ସମସ୍ତ ବ୍ୟବସ୍ଥା କରି ହାଓ୍ବଡାସ୍ଥିତ ଉକ୍ତ ହସ୍ପିଟାଲକୁ ପଠାଇଥିଲେ। ସେଠାରେ ରହିବା ପରେ ତାଙ୍କର ସଫଳ ଅସ୍ତ୍ରୋପଚାର ହୋଇଥିଲା। ଏବେ ସେ ସୁସ୍ଥ ଅଛନ୍ତି ା ଗୁରୁବାର ଫେରିବେ ବୋଲି ଜାତୀୟ ସ୍ବାସ୍ଥ୍ୟ ମିଶନର ଜିଲା ପ୍ରକଳ୍ପ ପରିଚାଳକ ଦିଲ୍ଲୀପ କୁମାର ଦୁବେ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?