୩୦ହଜାର ଟଙ୍କାରେ ୧୫ଦିନର ଶିଶୁ ବିକ୍ରି

ସୋର,୪।୧୨(ଡି.ଏନ୍‌.ଏ.):  ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅଞ୍ଚଳରେ ୩୦ହଜାର ଟଙ୍କାରେ ଏକ ନବଜାତ ଶିଶୁ ବିକ୍ରି ନେଇ ଅଭିଯୋଗ ହୋଇଛି। ଖବରପାଇ ଚାଇଲ୍ଡଲାଇନ ପକ୍ଷରୁ ଚଢ଼ାଉ କରାଯାଇଥିଲା। ହେଲେ ମହିଳା ଜଣକ କୋଳରେ ଧରିଥିବା ୧୫ ଦିନର ନବଜାତ ଶିଶୁ ସମ୍ପର୍କରେ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ଚାଇଲ୍ଡ ଲାଇନ କର୍ମକର୍ତ୍ତାଙ୍କ ସନ୍ଦେହ ହୋଇଥିଲା। ସେମାନେ ଉକ୍ତ ଶିଶୁକୁ ଉଦ୍ଧାର କରି ସାଙ୍ଗରେ ନେଇଯାଇଥିଲେ।
ବାଗୁଡି ଅଞ୍ଚଳର ଏହି ଦମ୍ପତି ଲିଙ୍ଗପଡ଼ା ଅଞ୍ଚଳରେ ଭଡ଼ାରେ ରହୁଥିଲେ। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳର ଆର୍ଥିକ ଦୁର୍ବଳ ଶ୍ରେଣୀର ଏକ ଦମ୍ପତି ୩୦ ହଜାର ଟଙ୍କାରେ ଏହି ଶିଶୁପୁତ୍ରକୁ ବିକ୍ରି କରିଥିବା ଅଭିଯୋଗ ହୋଇଥିଲା। ଖଇରା ଚାଇଲ୍ଡ ଲାଇନ ନିର୍ଦ୍ଦେଶକ ମଦନ ମୋହନ ବେହେରାଙ୍କ ପରାମର୍ଶକ୍ରମେ ତପସ୍ବିନୀ ରାଉତ ଓ ପଞ୍ଚାନନ ତ୍ରିପାଠୀ ଲିଙ୍ଗପଡ଼ା ଅଞ୍ଚଳରେ ପହଞ୍ଚିଥିଲେ। ସେଠାରେ ତାଙ୍କ ସ୍ବାମୀ ଘରେ ନ ଥିବା ବେଳେ ମହିଳା ଜଣକ କୋଳରେ ଏକ ୧୫ ଦିନର ଶିଶୁକୁ ଧରିଥିବା ସେମାନେ ଦେଖିଥିଲେ। ଚାଇଲ୍ଡଲାଇନ କର୍ମକର୍ତ୍ତା ଶିଶୁଙ୍କ ଜନ୍ମ ସଂକ୍ରାନ୍ତୀୟ କାଗଜପତ୍ର ତାଙ୍କୁ ମାଗିଥିଲେ। ହେଲେ ସେ କିଛି କାଗଜପତ୍ର ଦେଖାଇ ପାରି ନ ଥିଲେ। ପୋଲିସ ସହାୟତାରେ ଏହି ଶିଶୁପୁତ୍ରକୁ ଉଦ୍ଧାର କରାଯାଇ ବାଲେଶ୍ୱର ସିଡବ୍ଲ୍ୟୁସିରେ ପହଞ୍ଚାଇବା ପରେ ସେଠାରୁ କୁରୁଡାସ୍ଥିତ ନିର୍ମଳା ଶିଶୁଭବନକୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri