ପାର୍ବଣ ସୁରକ୍ଷା ପାଇଁ ୧୫ ଦିନିଆ ସ୍ପେଶାଲ ଡ୍ରାଇଭ୍‌

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ପାର୍ବଣ ସୁରକ୍ଷା ଉପରେ ଗୁରୁତ୍ୱ ଦେଇଛି କମିଶନରେଟ ପୋଲିସ। ଏଥିପାଇଁ ୧୫ଦିନିଆ ସ୍ପେଶାଲ ଡ୍ରାଇଭ୍‌ ସୋମବାରଠାରୁ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ ଦାଦାବଟି, ଲୁଟ, ଡକାୟତି, ଜୁଆ, ଦେହ ବ୍ୟବସାୟ, ନିଶା କାରବାର ଆଦି ଉପରେ କଡ଼ା ନଜର ରହିବ। ଥାନା ଅଧିକାରୀମାନେ ନିଜ ଅଞ୍ଚଳରେ ଥିବା ଦୁର୍ଦ୍ଦାନ୍ତ ଅପରାଧୀଙ୍କ ତାଲିକା କରି ତୁରନ୍ତ ଗିରଫ କରି ଜେଲ୍‌ ପଠାଇବାକୁ ଡିସିପି ନିର୍ଦ୍ଦେଶ ଦେଇଛନ୍ତି। ମଦ ମାଫିଆଙ୍କ ଉପରେ ମଧ୍ୟ କଡା କାର୍ଯ୍ୟାନୁଷ୍ଠାନ ନେବାକୁ କୁହାଯାଇଛି। ଡିସିପି ପ୍ରତିଦିନ ଏହି ସ୍ପେଶାଲ ଡ୍ରାଇଭ୍‌ର ସମୀକ୍ଷା କରି ନିଆଯାଉଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ସୂଚନା ଦେବେ। ଏହି ଡ୍ରାଇଭ୍‌ ପାଇଁ ଥାନାର କେତେଜଣ ଦକ୍ଷ ଅଧିକାରୀ ଓ କର୍ମଚାରୀଙ୍କୁ ନେଇ ଏକ ଟିମ୍‌ ଗଠନ କରାଯିବ। ଉକ୍ତ ଟିମ୍‌ ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢାଉ କରିବେ। ଆପରାଧିକ କାର୍ଯ୍ୟକଳାପ ନଜରକୁ ଆସିଲେ ଦୁଢ କାର୍ଯ୍ୟାନୁଷ୍ଠାନ ନେବେ।
ଏନେଇ ଡିସିପି ଉମାଶଙ୍କର ଦାଶ କହିଛନ୍ତି, ଯେ, ପାର୍ବଣଋତୁ ପାଇଁ ପୋଲିସ ପକ୍ଷରୁ ଏହି ସ୍ପେଶାଲ ଡ୍ରାଇଭ୍‌ ଆରମ୍ଭ କରାଯାଇଛି। ଦାଦାବଟି ଉପରେ ସବୁଠୁ ଅଧିକ ଫୋକ୍‌ସ ରହିବ। ଅଭିଯୋଗ ଆସିଲେ ତୁରନ୍ତ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ତେଣୁ ଲୋକେ ପୋଲିସକୁ ସହଯୋଗ କଲେ ଆମେ ଅପରାଧ ଦମନରେ ସଫଳ ହେବୁ ବୋଲି ଡିସିପି କହିଛନ୍ତି। ଏଥିସହ ପାର୍ବଣଋତୁରେ ଯେଉଁମାନେ କୋଭିଡ୍‌ ନିୟମ ଉଲ୍ଲଂଘନ କରିବେ ସେମାନଙ୍କଠାରୁ ମୋଟା ଅଙ୍କର ଜରିମାନା ଆଦାୟ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri