ଗୋପ, ୧୭ା୮(ଡି.ଏନ୍.ଏ.): ଜନ୍ମଦାତ୍ରୀ ମା’ ପାଲଟିଲା ନିଷ୍ଠୁର। ପାରିବାରିକ କଳହକୁ ନେଇ ନିଜ ୧୫ମାସର ଶିଶୁ ପୁତ୍ରକୁ ତଳେ ପକାଇ ଅମାନୁଷିକ ଭାବେ ମାଡ଼ ମାରିଛି ମା’। ଗୋପ ଥାନା ଅଧୀନ ଶୋରଭା ପଞ୍ଚାୟତ ପାଇକପଡ଼ା ଗ୍ରାମର ଏହି ଘଟଣାର ଭିଡିଓ ଭାଇରାଲ ହେବା ପରେ ତଦନ୍ତ ଆରମ୍ଭ ହୋଇଛି। ରବିବାର ଜିଲା ଶିଶୁ ସୁରକ୍ଷା ବିଭାଗର ଏକ ଟିମ୍ ଓ ଗୋପ ପୋଲିସ ଉକ୍ତ ଗ୍ରାମରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଶିଶୁପୁତ୍ରକୁ ଉଦ୍ଧାର କରାଯାଇଥିବାବେଳେ ସମ୍ପୃକ୍ତ ମହିଳାଙ୍କୁ ଥାନାରେ ଅଟକ ରଖାଯାଇଛି। ତେବେ ଏ ସଂକ୍ରାନ୍ତରେ କୌଣସି ମାମଲା ରୁଜୁ ହୋଇ ନାହିଁ।
ସୂଚନା ଅନୁଯାୟୀ, ୮ ବର୍ଷ ତଳେ ପାଇକପଡ଼ା ଗ୍ରାମର ଚକ୍ରଧର ନାୟକ ନିକଟସ୍ଥ ପାଞ୍ଚେଣା ଗ୍ରାମର ରୋଜାଲିନ ନାୟକଙ୍କୁ ବିବାହ କରିଥିଲେ। ବିବାହର କିଛି ବର୍ଷ ପରେ ଚକ୍ରଧରଙ୍କର ଏକ ପୁତ୍ର ସନ୍ତାନ ଜନ୍ମ ହୋଇଥିଲା। ଚକ୍ରଧର ଭୁବନେଶ୍ବରରେ ରହି ବ୍ୟବସାୟ କରୁଥିବାରୁ ପ୍ରାୟ ସମୟ ଘରେ ଅନୁପସ୍ଥିତ ରହିଥାନ୍ତି। ତେବେ ପାରିବାରିକ ସମସ୍ୟାକୁ ନେଇ ଅଧିକାଂଶ ସମୟ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ କଳି ଲାଗିଥାଏ। ଏହାକୁ ନେଇ କୁଆଡ଼େ ରୋଜାଲିନ ରାଗିଯାଇ ପୁଅକୁ ମାରଧର କରିଥାନ୍ତି। ଏଥିଯୋଗୁ କିଛିଦିନ ତଳେ ଚକ୍ରଧର ଘରେ ଏକ ସିସିଟିଭି କ୍ୟାମେରା ଲଗାଇଥିଲେ। ଗତ ୬ତାରିଖ ରାତିରେ ଚକ୍ରଧର ଘରକୁ ଫେରି ସିସିଟିଭି ଫୁଟେଜ ଯାଞ୍ଚ କରିଥିଲେ। ସେଥିରେ ପୁଅର ହାତଗୋଡ଼ ବାନ୍ଧି ତାକୁ ରୋଜାଲିନ ଅମାନୁଷିକ ଭାବେ ମାଡ଼ ମାରୁଥିବା ସେ ଦେଖିବାକୁ ପାଇଥିଲେ। ଏ ନେଇ ସେ ରୋଜାଲିନ୍ଙ୍କୁ ପଚାରିବାରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ପରଦିନ ସକାଳେ ଚକ୍ରଧର ଭୁବନେଶ୍ବର ଚାଲିଯାଇ ଏହି ସିସିଟିଭି ଫୁଟେଜକୁ ଭାଇରାଲ କରିଦେଇଥିଲେ। ଏହାପରେ ଘଟଣା ପଦାକୁ ଆସିଥିଲା। ଏ ନେଇ ଗୋପ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଖବର ପାଇ ରବିବାର ଜିଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀଙ୍କ ନେତୃତ୍ୱରେ ଏକ ଟିମ୍ ଏବଂ ଗୋପ ପୋଲିସ ପହଞ୍ଚି ରୋଜାଲିନ୍ଙ୍କୁ ପଚରାଉଚରା କରିବା ସହ ଶିଶୁପୁତ୍ରକୁ ଉଦ୍ଧାର କରି ଗୋପ ଥାନାକୁ ଆଣିଥିଲେ। ସ୍ବାମୀଙ୍କ ନିର୍ଯାତନା ଯୋଗୁ ଅଧିକ ମାତ୍ରାରେ ରାଗିଯାଇ ସେ ପୁଅକୁ ମାଡ଼ ମାରିଥିବା ରୋଜାଲିନ୍ ସ୍ବୀକାର କରିଛନ୍ତି। ଅପରପକ୍ଷରେ ପୁଅକୁ ମାରଧର ନେଇ ରୋଜାଲିନଙ୍କ ନାମରେ ଚକ୍ରଧର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଥାନା ଅଧିକାରୀ ସୁଧୀର ସାହୁ କହିଛନ୍ତି, ଶିଶୁପୁତ୍ରକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସେହିପରି ଜିଲା ଶିଶୁ ସୁରକ୍ଷା ଅଧିକାରୀ ତ୍ରିପାଠୀ କହିଛନ୍ତି, ପ୍ରଥମେ ଶିଶୁପୁତ୍ରକୁ ଆମେ ସୁରକ୍ଷିତ ଭାବେ ରଖିବୁ। କାରଣ ତା’ ମା’ଙ୍କ ମାନସିକ ସ୍ଥିତି ଠିକ୍ ଥିବା ଜଣାପଡ଼ୁନାହିଁ।
୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…
ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…
ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…
ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ଫସିଗଲେ ଡେଭିଡ୍ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ
ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଆମେରିକା ରେଡ୍ ଲାଇନ୍ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ
ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍ଲାଇନ୍ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
Archives

