ରାସ୍ତାରୁ ହଟିବ ୧୫ ବର୍ଷର ପୁରୁଣା ଗାଡ଼ି

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାସ୍ତାରୁ ୧୫ ବର୍ଷରୁ ଊଦ୍ଧର୍‌ବ ପୁରୁଣା ଗାଡ଼ି ହଟିବ। ଏ ନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ପୁରୁଣା ଗାଡ଼ି ଚିହ୍ନଟ କାର୍ଯ୍ୟ ସରିଛି। ପରିବହନ ବିଭାଗ ଏଥିପାଇଁ ପ୍ରକ୍ରିୟା ଆରମ୍ଭ କରିସାରିଛି। ରାଜ୍ୟରେ ଏବେ ଲକ୍ଷାଧିକ ୧୫ ବର୍ଷରୁ ଊର୍ଦ୍ଧ୍ୱ ପୁରୁଣା ଗାଡ଼ି ଅଛି। କେନ୍ଦ୍ର ସରକାରଙ୍କ ନୂଆ ନିୟମ(ସ୍କ୍ରାପ୍‌ ପଲିସି) ଓଡ଼ିଶାରେ କାର୍ଯ୍ୟକାରୀ କରାଯିବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି।
ଏଥିସହିତ ପରିବହନ ଦୁର୍ଘଟଣାସ୍ଥଳ ତଥ୍ୟ ସଂଗ୍ରହ କରିବା ପାଇଁ ମନ୍ତ୍ରୀ ରବିବାର ଇଣ୍ଟିଗ୍ରେଟେଡ୍‌ ରୋଡ୍‌ ଆକ୍ସିଡେଣ୍ଟ ଡାଟାବେସ(ଆଇଆର୍‌ଏଡି)ଆପ୍ଲିକେଶନର ଶୁଭାରମ୍ଭ କରିଛନ୍ତି। ଏହି ନୂତନ ଆପ୍‌ କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ଆରମ୍ଭ କରାଯାଇଥିବା ସଡ଼କ ଦୁର୍ଘଟଣା କାର୍ଯ୍ୟକ୍ରମର ଏକ ଅଂଶ ବିଶେଷ। ଏହି ଆପ୍‌ ଦ୍ୱାରା ସଡ଼କ ଦୁର୍ଘଟଣାର କାରଣଗୁଡ଼ିକୁ ବିଶ୍ଳେଷଣ କରାଯାଇ ପାରିବ। ଏହା ଦୁର୍ଘଟଣାଜନିତ ମୃତ୍ୟୁ ହାରକୁ ରୋକିବାରେ ବିଶେଷ ସହାୟକ ହେବ। ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଯେ ଜାତୀୟ ସ୍ତରର ସଡ଼କ ଦୁର୍ଘଟଣା ଡାଟାବେସ୍‌ ପ୍ରସ୍ତୁତ କରାଯିବ । ଏହି ଆପ୍‌ ସଡ଼କ ଦୁର୍ଘଟଣାର ସମସ୍ତ ତଥ୍ୟ ଠିକ୍‌ ଭାବେ ପ୍ରଦାନ କରିବାରେ ସହାୟତା କରିବ। ଏହି ତଥ୍ୟ ଆଧାରରେ ଓଡ଼ିଶାରେ ରାସ୍ତା ଦୁର୍ଘଟଣା ହ୍ରାସ କରିବାରେ ସହାୟକ ହୋଇପାରିବ। ଏ ନେଇ ନୂତନ ନୀତି ଓ ଯୋଜନା ପ୍ରସ୍ତୁତ କରାଯାଇ ପାରିବ। ବାଣିଜ୍ୟ ଓ ପରିବହନ ସଚିବ ମଧୁସୂଦନ ପାଢ଼ୀ କହିଛନ୍ତି ଯେ ଏହି ଆପ୍‌ ଦ୍ୱାରା ସଂଗୃହୀତ ତଥ୍ୟକୁ ଆଧାର କରି ସରକାର ଡ୍ରାଇଭିଂ ରୁଲ୍‌, ରାସ୍ତାର ଅବସ୍ଥା, ଜିଲା ଓ ଜାତୀୟ ରାଜପଥ ରାସ୍ତାଗୁଡ଼ିକରେ ସୁରକ୍ଷା ପଦକ୍ଷେପ ନିଆଯାଇ ପାରିବ। ଏହିି ଆପ୍‌ ଦ୍ୱାରା ପୋଲିସ, ପରିବହନ ବିଭାଗ, ପୂର୍ତ୍ତ ଏବଂ ଜାତୀୟ ରାଜପଥ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) ନିଜର ମୋବାଇଲ ମାଧ୍ୟମରେ ସ୍ପଟ୍‌ରୁ ଦୁର୍ଘଟଣାର ତଥ୍ୟ ସଂଗ୍ରହ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri