ରାସ୍ତାରୁ ହଟିବ ୧୫ ବର୍ଷର ପୁରୁଣା ଗାଡ଼ି

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାସ୍ତାରୁ ୧୫ ବର୍ଷରୁ ଊଦ୍ଧର୍‌ବ ପୁରୁଣା ଗାଡ଼ି ହଟିବ। ଏ ନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ପୁରୁଣା ଗାଡ଼ି ଚିହ୍ନଟ କାର୍ଯ୍ୟ ସରିଛି। ପରିବହନ ବିଭାଗ ଏଥିପାଇଁ ପ୍ରକ୍ରିୟା ଆରମ୍ଭ କରିସାରିଛି। ରାଜ୍ୟରେ ଏବେ ଲକ୍ଷାଧିକ ୧୫ ବର୍ଷରୁ ଊର୍ଦ୍ଧ୍ୱ ପୁରୁଣା ଗାଡ଼ି ଅଛି। କେନ୍ଦ୍ର ସରକାରଙ୍କ ନୂଆ ନିୟମ(ସ୍କ୍ରାପ୍‌ ପଲିସି) ଓଡ଼ିଶାରେ କାର୍ଯ୍ୟକାରୀ କରାଯିବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି।
ଏଥିସହିତ ପରିବହନ ଦୁର୍ଘଟଣାସ୍ଥଳ ତଥ୍ୟ ସଂଗ୍ରହ କରିବା ପାଇଁ ମନ୍ତ୍ରୀ ରବିବାର ଇଣ୍ଟିଗ୍ରେଟେଡ୍‌ ରୋଡ୍‌ ଆକ୍ସିଡେଣ୍ଟ ଡାଟାବେସ(ଆଇଆର୍‌ଏଡି)ଆପ୍ଲିକେଶନର ଶୁଭାରମ୍ଭ କରିଛନ୍ତି। ଏହି ନୂତନ ଆପ୍‌ କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ଆରମ୍ଭ କରାଯାଇଥିବା ସଡ଼କ ଦୁର୍ଘଟଣା କାର୍ଯ୍ୟକ୍ରମର ଏକ ଅଂଶ ବିଶେଷ। ଏହି ଆପ୍‌ ଦ୍ୱାରା ସଡ଼କ ଦୁର୍ଘଟଣାର କାରଣଗୁଡ଼ିକୁ ବିଶ୍ଳେଷଣ କରାଯାଇ ପାରିବ। ଏହା ଦୁର୍ଘଟଣାଜନିତ ମୃତ୍ୟୁ ହାରକୁ ରୋକିବାରେ ବିଶେଷ ସହାୟକ ହେବ। ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଯେ ଜାତୀୟ ସ୍ତରର ସଡ଼କ ଦୁର୍ଘଟଣା ଡାଟାବେସ୍‌ ପ୍ରସ୍ତୁତ କରାଯିବ । ଏହି ଆପ୍‌ ସଡ଼କ ଦୁର୍ଘଟଣାର ସମସ୍ତ ତଥ୍ୟ ଠିକ୍‌ ଭାବେ ପ୍ରଦାନ କରିବାରେ ସହାୟତା କରିବ। ଏହି ତଥ୍ୟ ଆଧାରରେ ଓଡ଼ିଶାରେ ରାସ୍ତା ଦୁର୍ଘଟଣା ହ୍ରାସ କରିବାରେ ସହାୟକ ହୋଇପାରିବ। ଏ ନେଇ ନୂତନ ନୀତି ଓ ଯୋଜନା ପ୍ରସ୍ତୁତ କରାଯାଇ ପାରିବ। ବାଣିଜ୍ୟ ଓ ପରିବହନ ସଚିବ ମଧୁସୂଦନ ପାଢ଼ୀ କହିଛନ୍ତି ଯେ ଏହି ଆପ୍‌ ଦ୍ୱାରା ସଂଗୃହୀତ ତଥ୍ୟକୁ ଆଧାର କରି ସରକାର ଡ୍ରାଇଭିଂ ରୁଲ୍‌, ରାସ୍ତାର ଅବସ୍ଥା, ଜିଲା ଓ ଜାତୀୟ ରାଜପଥ ରାସ୍ତାଗୁଡ଼ିକରେ ସୁରକ୍ଷା ପଦକ୍ଷେପ ନିଆଯାଇ ପାରିବ। ଏହିି ଆପ୍‌ ଦ୍ୱାରା ପୋଲିସ, ପରିବହନ ବିଭାଗ, ପୂର୍ତ୍ତ ଏବଂ ଜାତୀୟ ରାଜପଥ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) ନିଜର ମୋବାଇଲ ମାଧ୍ୟମରେ ସ୍ପଟ୍‌ରୁ ଦୁର୍ଘଟଣାର ତଥ୍ୟ ସଂଗ୍ରହ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri