ମୋହନାରେ ୧୬ ଜଣିଆ ଡାକ୍ତରୀ ଟିମ୍‌

ପାରଳାଖେମୁଣ୍ଡିି/ଆର୍‌.ଉଦୟଗିରି, ୬ା୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକରେ ଡେଙ୍ଗୁଜ୍ୱର ଆତଙ୍କ ଦେଖାଦେଇଛି। ମାସକ ମଧ୍ୟରେ ଡେଙ୍ଗୁ ଲକ୍ଷଣଯୁକ୍ତ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଏବେ ବ୍ରହ୍ମପୁର, ଭୁବନେଶ୍ବର, ବିଶାଖାପାଟଣା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ସ୍ଥିତି ଅଣାୟତ୍ତ ହେଉଥିବାରୁ ସୋମବାର ଭୁବନେଶ୍ୱରରୁ ହାଇଟେକ୍‌ ମେଡିକାଲର ୧୬ ଜଣିଆ ଡାକ୍ତରୀ ଟିମ୍‌ ଆସିଛି। ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡେଙ୍ଗୁ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମୋହନା ପଞ୍ଚାୟତର ୭, ୮ ଓ ୯ନଂ. ଓ୍ବାର୍ଡରୁ ୧୩୮ ଜଣଙ୍କ ଡେଙ୍ଗୁ ପରୀକ୍ଷା କରାଯାଇଥିଲା। ସେଥିମଧ୍ୟରୁ ୩୧ ଜଣ ପଜିଟିଭ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରିଣୀ ନମିତା ପଣ୍ଡା ସୂଚନା ଦେଇଛନ୍ତି। ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବତନ୍ତ୍ର ଓ୍ବାର୍ଡ ଖୋଲାଯାଇଛି। ପଞ୍ଚାୟତରେ ଗୋଟିଏ ଆମ୍ବୁଲାନ୍ସ ମଧ୍ୟ ରହିଛି। ଡାକବାଜି ଯନ୍ତ୍ର ଦ୍ୱାରା ଅଙ୍ଗନଓ୍ବାଡି ଓ ଆଶା କର୍ମୀମାନେ ଲୋକଙ୍କୁ ପରିବେଶ ସ୍ବଚ୍ଛ ରଖିବା ଓ କୌଣସି ସ୍ଥାନରେ ପାଣି ଜମିବାକୁ ନ ଦେବା ଲାଗି ସଚେତନ କରାଉଛନ୍ତି। ଅନ୍ୟପକ୍ଷରେ ତହସିଲଦାର କିଶୋର ଦାଶ, ବିଡିଓ ତପସ୍ବିନୀ ହାଁସ୍‌ଦା, ଶିଶୁ ବିକାଶ ଅଧିକାରିଣୀ ଲଳିତା ମଲିକ, ଜିଲା ପରିଷଦ ଅଧ୍ୟକ୍ଷ ତିରୁପତି ରାଓ, ବ୍ଲକ ଅଧ୍ୟକ୍ଷ ରଞ୍ଜୀବ ଶବର, ମୋହନା ଓ ଚନ୍ଦ୍ରଗିରି ଜୋନ୍‌ର ଜିଲା ପରିଷଦ ସଭ୍ୟ ସୁନୀଲ କୁମାର ବିଷୋୟୀ, ଚନ୍ଦ୍ରକାନ୍ତ ମଳିକଙ୍କ ସମେତ ପଞ୍ଚାୟତ ପ୍ରତିନିଧିମାନେ ପ୍ରତ୍ୟେକ ସାହି ପରିଦର୍ଶନ କରିଥିଲେ। ମୋହନାରେ ଡ୍ରେନ୍‌ ସୁବିଧା ନାହିଁ। ବର୍ଷା ହେଲେ ବିଭିନ୍ନ ସ୍ଥାନରେ ପାଣି ଜମି ରହୁଛି, ଯାହାଫଳରେ ଏଡିସ୍‌ ମଶାବଂଶ ବୃଦ୍ଧି ପାଉଛି। ଡ୍ରେନ୍‌ ଓ ରାସ୍ତା ନିର୍ମାଣ ପାଇଁ ଜିଲା ପରିଷଦ ଅଧ୍ୟକ୍ଷ ରାଓ ବିଡିଓଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri