Posted inଜାତୀୟ

୧୬ ବର୍ଷ ବୟସ୍କ ଶାରୀରିକ ସମ୍ପର୍କ ପାଇଁ ନିଷ୍ପତ୍ତି ନେବାକୁ ସକ୍ଷମ: ହାଇକୋର୍ଟଙ୍କ ରାୟ…

ଶିଲଂ,୨୫।୬ : ମେଘାଳୟ ହାଇକୋର୍ଟ କହିଛନ୍ତି ୧୬ ବର୍ଷର ପୁଅ କିମ୍ବା ଝିଅ ଶାରୀରିକ ସମ୍ପର୍କ ପାଇଁ ନିଷ୍ପତ୍ତି ନେବାକୁ ସକ୍ଷମ ଅଟନ୍ତି। ଏକ ମାମଲାର ଶୁଣାଣି ବେଳେ ହାଇକୋର୍ଟ ଜଣେ ଯୁବକଙ୍କ ବିରୋଧରେ ଥିବା ପୋକ୍ସା ମାମଲାକୁ ଖାରଜ କରିଦେଇଛନ୍ତି। ପୋକ୍ସା ଅଧିନିୟମ ବିଷୟରେ ମେଘାଳୟ ହାଇକୋର୍ଟ କହିଛନ୍ତି, ଏହି ନିୟମ ସ୍ପଷ୍ଟ ଭାବରେ ଦର୍ଶାଉଛି ରୋମାଣ୍ଟିକ ସମ୍ପର୍କ ସହ ଜଡିତ ବାଳକ କିମ୍ବା ବାଳିକାମାନେ ଯେଉଁ ମାମଲା ରୁଜୁ କରନ୍ତି ତାହା ଶୁଣାଣି କରିବାକୁ ଆମେ ଇଚ୍ଛା କରୁନାହିଁ’। କୋର୍ଟ କହିଛନ୍ତି ଏହି ବୟସର ପିଲାମାନେ କ’ଣ କରିବାକୁ ଯାଉଛନ୍ତି ତାହା ଭଲ ଭାବେ ବୁଝିଛନ୍ତି।

ପୋକ୍ସୋ ମାମଲାରେ ନାବାଳିକାଙ୍କ ବିରୋଧରେ ଦାଖଲ ହୋଇଥିବା ଏଫଆଇଆର ଖାରଜ କରିବାକୁ ମେଘାଳୟ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୁଅ ସହିତ ଶାରୀରିକ ସମ୍ପର୍କରେ ଥିବା ଝିଇଟି ତାଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ କରିଥିଲା। ଏହା ସହିତ ଅଦାଲତ କହିଛନ୍ତି, ପୁଅ ଏବଂ ଝିଅ, ଯେଉଁମାନେ ଅତିକମରେ ୧୬ ବର୍ଷ ବୟସ୍କ ସେମାନଙ୍କଠାରେ ସାଧାରଣତଃ ପାରସ୍ପରିକ ସହମତିରେ କେଉଁଟି ଠିକ ଏବଂ କେଉଁଟି ଭୁଲ ତାହା ସ୍ଥିର କରିବାକୁ ଯଥେଷ୍ଟ ବୁଝାମଣା ଥାଏ ।

ପରିବର୍ତ୍ତିତ ସାମାଜିକ ଆବଶ୍ୟକତା ସହିତ ଗତି କରିବା ଏବଂ ଆଇନରେ ଆବଶ୍ୟକୀୟ ପରିବର୍ତ୍ତନ ଆଣିବା ଆବଶ୍ୟକ ବୋଲି ହାଇକୋର୍ଟ କହିଛନ୍ତି। ଏହା ଏକ ସମ୍ପୂର୍ଣ୍ଣ ସହମତି ଭିତ୍ତିକ କାର୍ଯ୍ୟ। ଏହି ମାମଲାରେ ଅଭିଯୁକ୍ତଙ୍କ ଆଇନଜୀବୀଙ୍କ ହାଇକୋର୍ଟଙ୍କୁ କହିଛନ୍ତି ପୀଡିତା ନିଜେ ତାଙ୍କ ବିବୃତ୍ତିରେ ପ୍ରକାଶ କରିଛନ୍ତି ଶାରୀରିକ ସମ୍ପର୍କ ସମୟରେ କୌଣସି ବାଧ୍ୟବାଧକତା ନ ଥିଲା। ଏହା ସହମତିରେ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri