Posted inରାଜ୍ୟ

ଟିକା ନେଇ ୨ ମାସର ଶିଶୁ ମୃତ

ଭଦ୍ରକ ଅଫିସ,୧୪।୭- ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ବାଣିତିଆ ମୁକ୍ତିପଦା ଶାସନ ଗ୍ରାମର ଅରୁଣ ଦାସଙ୍କ ଦୁଇମାସର ପୁଅର ବୁଧବାର ସନ୍ଧ୍ୟାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଟିକା ନେବା ପରେ ପୁଅର ଜୀବନ ଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଏହାକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଟାଉନ ପୋଲିସ ମେଡିକାଲରେ ମୁତୟନ ରହିଛି।
ପରିବାର ଲୋକଙ୍କ କହିବା ଅନୁଯାୟୀ, ମଧ୍ୟାହ୍ନରେ ଗଁା ସ୍କୁଲ ଟିକାକରଣ କେନ୍ଦ୍ରରେ ଶିଶୁପୁତ୍ରକୁ ହେପାଟାଇଟିସ୍‌-ବି ଟିକା ଦିଆଯାଇଥିଲା। ଅପରାହ୍ନରେ ତାକୁ ଜ୍ୱର ହେବାରୁ ସେମାନେ ଜିଲା ଚିକିତ୍ସାଳୟକୁ ନେଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସାରେ ଶିଶୁର ମୃତ୍ୟୁ ହୋଇଥିଲା। ଏହାକୁ ନେଇ ପରିବାର ଲୋକେ ଶିଶୁର ମୃତଦେହକୁ ଧରି ଡାକ୍ତରଖାନା ପରିସରରେ ଧାରଣା ଦେଇଥିଲେ। ରିପୋର୍ଟ ଲେଖା ହେବା ବେଳକୁ ଧାରଣା ଜାରି ରହିଥିଲା। ଏ ସମ୍ପର୍କରେ ଭାରପ୍ରାପ୍ତ ଜିଲା ଚିକିତ୍ସାଧିକାରୀ ଶିବାଶିଷ ମହାରଣାଙ୍କୁ ପଚାରିବାରୁ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହୋଇଗଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ୨.୦! ଆମେରିକା ଆକ୍ରମଣର ଜବାବ ଦେଲା ଇରାନ, ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ, ୨୬।୫: ଗଲ୍ଫ ଅଞ୍ଚଳରେ ଚାଲିଥିବା ବିବାଦ ଶେଷ ହେବାର ଆଶା ଦେଖାଯାଉଥିବା ବେଳେ ହଠାତ୍‌ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣ ପୁଣି ଥରେ ସେଠାରେ ଗୋଳା-ବାରୁଦର…

ବିଇଓ ଶୁଭମ ପତିଙ୍କ ବଦଳି ବାତିଲ ଦାବି: ଉପଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ପଦ୍ମପୁର,୨୬।୫ (ପ୍ରଦୀପ୍ତ ଦାଶ): ପାଇକମାଳ ବ୍ଲକର ଅତିରିକ୍ତ ଦାୟିତ୍ୱରେ ଥିବା ବ୍ଲକ ଶିକ୍ଷା ଅଧିକାରୀ ଶୁଭମ ପତିଙ୍କ ବଦଳି ନିର୍ଦ୍ଦେଶକୁ ବାତିଲ କରିବା ଦାବି ଏବେ ଜୋର…

ଦାଣ୍ଡରେ ପଡି ହାଟରେ ଗଡିଲା ଭାଜପାର ଗୋଷ୍ଠୀ କନ୍ଦଳ: ଫଳକରେ ଏମ୍‌ପିଙ୍କ ନାମ ନଥିବାରୁ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମଥର ଭାଜପା ସରକାରକୁ ଆସିଥିବା ବେଳେ କିପରି ଦଳ ସୁଦୃଢ ହେବ, ସଂଗଠନ ବଢିବ ସେନେଇ ଜାତୀୟସ୍ତରରୁ ଆରମ୍ଭକରି ରାଜ୍ୟସ୍ତରର ନେତାମାନେ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ…

ଟ୍ରମ୍ପଙ୍କ ୩ ବଡ଼ ସର୍ତ୍ତ: ଯାହା କାରଣରୁ ଅଟକିଲା ଇରାନ-ଆମେରିକାର ଶାନ୍ତି ଚୁକ୍ତି

ନୂଆଦିଲ୍ଲୀ, ୨୬।୫: ଇରାନ ଏବଂ ଆମେରିକା ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନାର ଅନ୍ତ ଘଟାଇବା ପାଇଁ ଆଶା କରାଯାଉଥିବା ଶାନ୍ତି ଚୁକ୍ତିନାମା ଏବେ ଝୁଲି…

ଆଶ୍ଚର୍ଯ୍ୟ! ବାହାଘର ରିଟର୍ନ ଗିଫ୍ଟ ଦେଖି ଛାନିଆ ହେଲେ ଗାଁ ଲୋକେ, ଯିଏ ଶୁଣିଲା…

ମୁମ୍ବାଇ,୨୬।୫: ବିବାହରେ ଅତିଥିମାନଙ୍କୁ ପ୍ରତିଦାନ(ରିଟର୍ନ) ଉପହାର ଦେବାର ପ୍ରଥା ଏକ ବହୁ ପୁରୁଣା ପରମ୍ପରା । ତେବେ ମହାରାଷ୍ଟ୍ରର ନାନ୍ଦେଡ଼ ଜିଲାରେ ସମ୍ପ୍ରତି ଅନୁଷ୍ଠିତ ଏକ ବିବାହ…

ଭଞ୍ଜ ରାଜବଂଶର ସ୍ମୃତି : ଲୋକଙ୍କ ଦାନରେ ଚାଲିଛି କୁଲାଡ ଜଗନ୍ନାଥ ମନ୍ଦିର

ଭଞ୍ଜନଗର,୨୬।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଘୁମୁସର ଭଞ୍ଜ ରାଜବଂଶର ସ୍ମୃତି ଭାବେ ପରିଚିତ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ନିର୍ମାଣ ହୋଇଥିଲା। ସେ ସମୟରେ ମନ୍ଦିର ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri