କେନାଲ ବନ୍ଧରେ ୨୦ ଫୁଟର ଘାଇ

ବାଳକାଟୀ,୭।୮(ମନୋଜ ମଣ୍ଡଳ): ଭୁବନପୁର ଜଳସମ୍ପଦ କାର୍ଯ୍ୟାଳୟ ଅଧୀନ ବାଳକାଟୀସ୍ଥିତ ସାଇଫୋନ ନିକଟରେ କେନାଲ ବନ୍ଧ ଭାଙ୍ଗି ପ୍ରାୟ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି। ଶନିବାର ବିଳମ୍ବିତ ରାତିରେ ଅଚାନକ ବନ୍ଧ ଭାଙ୍ଗିବା ଫଳରେ ସ୍ଥାନୀୟ ନର୍ସରୀ ଆଉ କଲେଜ ପଡ଼ିଆ ଜଳମଗ୍ନ ହୋଇଯାଇଛି। ପାଣି ଘେରରେ ବାଳକାଟୀ ଫାଣ୍ଡି ପାନୀୟ ଜଳ ଯୋଗାଣ କାର୍ଯ୍ୟାଳୟ ପରିସରରେ ଥିବାରୁ କାମ ପାଇଁ ଆସୁଥିବା ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେନାଲ ବନ୍ଧ ଦୁର୍ବଳ ଥିବାରୁ ହଠାତ୍‌ ପୁରୀ ମୁଖ୍ୟ କେନାଲରେ ପାଣି ଫୁଲ ହେବାରୁ ବନ୍ଧ ଭାଙ୍ଗି ଯାଇଥିଲା। ଲୋକେ ଭୟଭୀତ ହୋଇ କେନାଲ ଆଡକୁ ଧାଇଁଥିଲେ। ଭୋରୁ ଘଟଣା ସ୍ଥଳରେ ସ୍ଥାନୀୟ ସରପଞ୍ଚ ରୀନା ବେହେରା ପହଞ୍ଚି ବିଭାଗୀୟ ଅଧିକାରୀଙ୍କୁ ଯୋଗାଯୋଗ କରିବାକୁ ଉଦ୍ୟମ କରିଥିଲେ ମଧ୍ୟ ସମ୍ଭବ ହୋଇପାରି ନ ଥିଲା। ଖବରପାଇ ବାଲିପାଟଣା ଜଳସମ୍ପଦ ବିଭାଗ ଅଧୀନ ଭୁବନପୁର ସେକ୍ସନ କାର୍ଯ୍ୟାଳୟ ସହକାରୀ ଯନ୍ତ୍ରୀ ଜଳନ୍ଧର ସାଠୁଆ, ବାଲିପାଟଣା ସହକାରୀ ନିର୍ବାହୀ ଯନ୍ତ୍ରୀ ଜ୍ଞାନେନ୍ଦ୍ର ନାୟକ ଘଟଣା ସ୍ଥଳରେ ପହଞ୍ଚି କେନାଲର ଜଳସ୍ତର କମାଇବାକୁ ପଦକ୍ଷେପ ନେଇଥିଲେ। ପୁରୀ ମୁଖ୍ୟ କେନାଲର ଉଦ୍‌ବୃତ୍ତ ଜଳକୁ ଚନ୍ଦନପୁର ଶାଖା କେନାଲକୁ ଓ ସାଇଫୋନ କବାଟ ଖୋଲି ଭାର୍ଗବୀ ନଦୀକୁ ଛାଡିବା ଶହ ଭଇଁଚୁଆଠାରେ ଧନୁଆ ନଦୀକୁ ନିଷ୍କାସନ ହେବା ପରେ କେନାଲ ପାଣିସ୍ତର ତଳକୁ ଖସିଥିଲା। ପରେ ତୁରନ୍ତ ଘାଇ ସ୍ଥଳରେ ବାଲିବନ୍ଧ କରାଯାଇଥିଲା। ତୁରନ୍ତ ଘାଇ ସ୍ଥାନକୁ ମରାମତି କରାଯିବ ବୋଲି ବିଭାଗୀୟ ଅଧିକାରୀ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ରାମଚଣ୍ଡୀ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଦର୍ଶକଙ୍କ ମନ ମୋହିଲା ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ 

ଗଞ୍ଜାମ, ୭।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ତିନିଦିନ ଧରି ହେବାକୁ ଥିବା ମାଁ ରାମଚଣ୍ଡୀ ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ରଙ୍ଗାରଙ୍ଗ ଉଦ୍‌ଘାଟନୀରେ ଟି୨୦ ବିଶ୍ୱକପ୍‌ ଆରମ୍ଭ

ମୁମ୍ବାଇ, ୭ା୨: ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଶନିବାର ସନ୍ଧ୍ୟାରେ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ସହ ଆରମ୍ଭ ହୋଇଛି। ଭାରତ ଓ ଆମେରିକା…

ଶ୍ରୀଲଙ୍କାର ବଡ଼ ଅନୁରୋଧ: ମ୍ୟାଚ୍‌ ବର୍ଜନ ଉପରେ ପୁନଃ ବିଚାର କରିପାରେ ପାକିସ୍ତାନ

କରାଚୀ,୭ା୨- ଆସନ୍ତା ୧୫ ତାରିଖରେ କଲମ୍ବୋରେ ଭାରତ ବିପକ୍ଷ ଟି୨୦ ମ୍ୟାଚ୍‌କୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପାକିସ୍ତାନ ପୁନଃ ବିଚାର କରିପାରେ। ଭାରତ-ପାକିସ୍ତାନ ବହୁ ପ୍ରତିକ୍ଷିତ…

ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri