ଆଜିଠୁ ଖୋଲିବ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ

ପୁରୀ ଅଫିସ,୧।୬: ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ପ୍ରଶମନ ପାଇଁ ଏକ ପ୍ରସ୍ତୁତି ବୈଠକ ବୁଧବାର ଓସ୍ବାନ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ପିପିଲି ବିଧାୟକ ରୁଦ୍ର ପ୍ରତାପ ମହାରଥୀ, ଜିଲା ପରିଷଦ ଅଧ୍ୟକ୍ଷା ସ୍ବପ୍ନାରାଣୀ ସ୍ବାଇଁ, ଜିଲା ପରିଷଦ ଉପାଧ୍ୟକ୍ଷ ସ୍ବାଧୀନ ନାୟକ ପ୍ରମୁଖ ଯୋଗଦେଇ ବିଭିନ୍ନ ନଦୀବନ୍ଧ ସୁଦୃଢ କରିବା ସହ ବିପର୍ଯ୍ୟୟ ମୁକାବିଲା ପାଇଁ ମତାମତ ପ୍ରଦାନ କରିଥିଲେ। ଆଭାସୀ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ଅଧ୍ୟକ୍ଷତା କରି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ସମସ୍ତ ବିଭାଗ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଥିଲେ। ବିଶେଷକରି ଜନସାଧାରଣଙ୍କୁ ସତର୍କ ଓ ସଚେତନ କରାଇବା ସହ ସ୍ବାସ୍ଥ୍ୟ, ପାନୀୟଜଳ, ପ୍ରାଣୀସମ୍ପଦ, କୃଷି ବିଭାଗ ଆଦି ଉପଯୁକ୍ତ ପଦକ୍ଷେପ ନେବାକୁ ସେ କହିଥିଲେ। ଜିଲାରେ ଚଳିତ ବର୍ଷ ଜୁନ ୧ରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଅହୋରାତ୍ର ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ହେବ। ବିଡିଓ, ତହସିଲଦାରମାନେ ଦୈନିକ ପରିସ୍ଥିତି ବା ସିଚୁଏଶନ ରିପୋର୍ଟ ପ୍ରଦାନ କରିବେ। ଜିଲାରେ ୨୯ ଏସ୍‌ଆର୍‌ସି ବୋଟ ରହିଛି। ଓସଡମା ପକ୍ଷରୁ ୧୭୦ଟି ଏବଂ ରେଡକ୍ରସ ପକ୍ଷରୁ ୯ଟି ବାତ୍ୟା ଆଶ୍ରୟସ୍ଥଳ ରହିଛି। ସେହିପରି ୩୭୨ଟି ବିକଳ୍ପ ଆଶ୍ରୟସ୍ଥଳ ମଧ୍ୟ ରହିଛି। ଇତିମଧ୍ୟରେ ୨୬ଜଣ ବୋଟ ଚାଳକ ଓ ଖଲାସିଙ୍କୁ ନିଯୁକ୍ତ କରାଯାଇଛି, ଯେଉଁମାନେ ବନ୍ୟା ସମୟରେ ସହଯୋଗ କରିବେ। ସରକାର ଏବଂ ଏସ୍‌ଆର୍‌ସି ଧାର୍ଯ୍ୟ କରିଥିବା ମାର୍ଗଦର୍ଶିକା ଠିକ ଭାବେ ଅନୁପାଳନ କରିବାକୁ ସାହୁ ପରାମର୍ଶ ଦେଇଥିଲେ। ଆଶ୍ରୟସ୍ଥଳଗୁଡ଼ିକୁ ମରାମତି ଓ ବାସପୋଯୋଗୀ କରିବା, ବନ୍ୟା ଓ ବାତ୍ୟା ମୁକାବିଲା ପାଇଁ ବିଭିନ୍ନ ସାମଗ୍ରୀ ମହଜୁଦ ରଖିବା, ନିୟନ୍ତ୍ରଣ କକ୍ଷ ପରିଚାଳନା କରିବା, ଜନପ୍ରତିନିଧି ଓ ପଞ୍ଚାୟତ ପ୍ରତିନିଧି, ସ୍ବେଚ୍ଛାସେବୀମାନଙ୍କ ସହ ଯୋଗାଯୋଗ ମାଧ୍ୟମରେ ଜରୁରି ସୂଚନା ଦେବା, ଖାଦ୍ୟ, ଔଷଧ, ଗୋଖାଦ୍ୟ ଇତ୍ୟାଦି ମହଜୁଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ବୈଠକରେ ଅତିରିକ୍ତ ଜିଲାପାଳ (ରାଜସ୍ବ) କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲାପାଳ (ପ୍ରୋଟୋକଲ) ଶରତ ଚନ୍ଦ୍ର ମହାପାତ୍ର, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ଉପଜିଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ୍‌ପି ପ୍ରଫୁଲ୍ଲ ଚନ୍ଦ୍ର ବଡଜେନା ଏବଂ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ଜିଲା ଜରୁରିକାଳୀନ ବିଭାଗ ଡେପୁଟି କଲେକ୍ଟର ଜିତେନ୍ଦ୍ର ପାତ୍ର ଆକ୍ସନ ପ୍ଲାନ ଅନୁସାରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଅନୁରୋଧ କରିଥିଲେ। ଆଭାସୀ ମାଧ୍ୟମରେ ପ୍ରତ୍ୟେକ ବ୍ଲକରେ ବିଡିଓ, ତହସିଲଦାର, ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ଅନ୍ୟ ଅଧିକାରୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri