ଆଜିଠୁ ଖୋଲିବ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ

ପୁରୀ ଅଫିସ,୧।୬: ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ପ୍ରଶମନ ପାଇଁ ଏକ ପ୍ରସ୍ତୁତି ବୈଠକ ବୁଧବାର ଓସ୍ବାନ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ପିପିଲି ବିଧାୟକ ରୁଦ୍ର ପ୍ରତାପ ମହାରଥୀ, ଜିଲା ପରିଷଦ ଅଧ୍ୟକ୍ଷା ସ୍ବପ୍ନାରାଣୀ ସ୍ବାଇଁ, ଜିଲା ପରିଷଦ ଉପାଧ୍ୟକ୍ଷ ସ୍ବାଧୀନ ନାୟକ ପ୍ରମୁଖ ଯୋଗଦେଇ ବିଭିନ୍ନ ନଦୀବନ୍ଧ ସୁଦୃଢ କରିବା ସହ ବିପର୍ଯ୍ୟୟ ମୁକାବିଲା ପାଇଁ ମତାମତ ପ୍ରଦାନ କରିଥିଲେ। ଆଭାସୀ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ଅଧ୍ୟକ୍ଷତା କରି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ସମସ୍ତ ବିଭାଗ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଥିଲେ। ବିଶେଷକରି ଜନସାଧାରଣଙ୍କୁ ସତର୍କ ଓ ସଚେତନ କରାଇବା ସହ ସ୍ବାସ୍ଥ୍ୟ, ପାନୀୟଜଳ, ପ୍ରାଣୀସମ୍ପଦ, କୃଷି ବିଭାଗ ଆଦି ଉପଯୁକ୍ତ ପଦକ୍ଷେପ ନେବାକୁ ସେ କହିଥିଲେ। ଜିଲାରେ ଚଳିତ ବର୍ଷ ଜୁନ ୧ରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଅହୋରାତ୍ର ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ହେବ। ବିଡିଓ, ତହସିଲଦାରମାନେ ଦୈନିକ ପରିସ୍ଥିତି ବା ସିଚୁଏଶନ ରିପୋର୍ଟ ପ୍ରଦାନ କରିବେ। ଜିଲାରେ ୨୯ ଏସ୍‌ଆର୍‌ସି ବୋଟ ରହିଛି। ଓସଡମା ପକ୍ଷରୁ ୧୭୦ଟି ଏବଂ ରେଡକ୍ରସ ପକ୍ଷରୁ ୯ଟି ବାତ୍ୟା ଆଶ୍ରୟସ୍ଥଳ ରହିଛି। ସେହିପରି ୩୭୨ଟି ବିକଳ୍ପ ଆଶ୍ରୟସ୍ଥଳ ମଧ୍ୟ ରହିଛି। ଇତିମଧ୍ୟରେ ୨୬ଜଣ ବୋଟ ଚାଳକ ଓ ଖଲାସିଙ୍କୁ ନିଯୁକ୍ତ କରାଯାଇଛି, ଯେଉଁମାନେ ବନ୍ୟା ସମୟରେ ସହଯୋଗ କରିବେ। ସରକାର ଏବଂ ଏସ୍‌ଆର୍‌ସି ଧାର୍ଯ୍ୟ କରିଥିବା ମାର୍ଗଦର୍ଶିକା ଠିକ ଭାବେ ଅନୁପାଳନ କରିବାକୁ ସାହୁ ପରାମର୍ଶ ଦେଇଥିଲେ। ଆଶ୍ରୟସ୍ଥଳଗୁଡ଼ିକୁ ମରାମତି ଓ ବାସପୋଯୋଗୀ କରିବା, ବନ୍ୟା ଓ ବାତ୍ୟା ମୁକାବିଲା ପାଇଁ ବିଭିନ୍ନ ସାମଗ୍ରୀ ମହଜୁଦ ରଖିବା, ନିୟନ୍ତ୍ରଣ କକ୍ଷ ପରିଚାଳନା କରିବା, ଜନପ୍ରତିନିଧି ଓ ପଞ୍ଚାୟତ ପ୍ରତିନିଧି, ସ୍ବେଚ୍ଛାସେବୀମାନଙ୍କ ସହ ଯୋଗାଯୋଗ ମାଧ୍ୟମରେ ଜରୁରି ସୂଚନା ଦେବା, ଖାଦ୍ୟ, ଔଷଧ, ଗୋଖାଦ୍ୟ ଇତ୍ୟାଦି ମହଜୁଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ବୈଠକରେ ଅତିରିକ୍ତ ଜିଲାପାଳ (ରାଜସ୍ବ) କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲାପାଳ (ପ୍ରୋଟୋକଲ) ଶରତ ଚନ୍ଦ୍ର ମହାପାତ୍ର, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ଉପଜିଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ୍‌ପି ପ୍ରଫୁଲ୍ଲ ଚନ୍ଦ୍ର ବଡଜେନା ଏବଂ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ଜିଲା ଜରୁରିକାଳୀନ ବିଭାଗ ଡେପୁଟି କଲେକ୍ଟର ଜିତେନ୍ଦ୍ର ପାତ୍ର ଆକ୍ସନ ପ୍ଲାନ ଅନୁସାରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଅନୁରୋଧ କରିଥିଲେ। ଆଭାସୀ ମାଧ୍ୟମରେ ପ୍ରତ୍ୟେକ ବ୍ଲକରେ ବିଡିଓ, ତହସିଲଦାର, ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ଅନ୍ୟ ଅଧିକାରୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?