୨୬ ବର୍ଷ ବୟସ୍କା ମହିଳାଙ୍କର ୨ଟି ଗୁପ୍ତାଙ୍ଗ-୨ଟି ଗର୍ଭାଶୟ: ଥିଲେ ବିରଳ ରୋଗରେ ପୀଡ଼ିତ…

ଓ୍ବାଶିଂଟନ,୧୧।୪: ଆମେରିକାରେ ଜଣେ ୨୬ ବର୍ଷ ବୟସ୍କା ମହିଳା ବିରଳ ରୋଗରେ ପୀଡିତ ଥିବା ଜଣାପଡ଼ିଛି। ମହିଳା ଜଣକ ଗର୍ଭବତୀ ଥିଲେ। ଗର୍ଭଯନ୍ତ୍ରଣା ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ୩୦ ଘଣ୍ଟାର ଗର୍ଭଯନ୍ତ୍ରଣା ପରେ ବ୍ରିଟନି ଜ୍ୟାକବ୍ସ ନାମକ ଏହି ମହିଳା ଶିଶୁପୁତ୍ରଙ୍କୁ ଜନ୍ମ ଦେଇଥିଲେ। ପ୍ରସବ ପାଇଁ କରାଯାଇଥିବା ଅପରେଶନ ସମୟରେ ଡାକ୍ତରମାନେ ଜାଣି ପାରିଥିଲେ ଯେ, ବ୍ରିଟନିଙ୍କର ୨ଟି ଗୁପ୍ତାଙ୍ଗ, ୨ଟି ସର୍ଭିକ୍ସ୍‌ ଏବଂ ୨ଟି ଗର୍ଭାଶୟ ରହିଛି। ତେବେ ଏହା ବ୍ରିଟନି ଅବା ତାଙ୍କ ସ୍ବାମୀଙ୍କୁ ଅଜଣା ଥିଲା। ଶରୀର ଭିତରେ ଏଭଳି ବିରଳ ରୋଗ ଥିବା ସମ୍ପର୍କରେ ବାହାରୁ ଜାଣିବା ଅସମ୍ଭବ ବୋଲି ଡାକ୍ତରମାନେ କହିଛନ୍ତି। ଏ ପ୍ରକାର ବିରଳ ରୋଗକୁ ୟୁଟ୍ରେସ୍‌ ଡିଡେଲ୍ଫସ୍‌ କୁହାଯାଇଥାଏ। ବ୍ରିଟନିଙ୍କର ମାସରେ ୨ ଥର ଯନ୍ତ୍ରଣା ଦାୟକ ଋତୁସ୍ରାବ ହେଉଥିଲା। ଏନେଇ ସେ ପୂର୍ବରୁ ଡାକ୍ତରଙ୍କ ସହିତ ପରାମର୍ଶ କରିଥିଲେ। ତେବେ ଡାକ୍ତର ତାଙ୍କୁ ଔଷଧ ସେବନ କରିବାକୁ ପରାମର୍ଶ ଦେଇଥିଲେ। ମାତ୍ର ଯନ୍ତ୍ରଣା ପୂର୍ବପରି ରହିଥିଲା। ଏହାକୁ ସେ ଏକ ସାଧାରଣ ଶାରୀରିକ ସମସ୍ୟା ଭାବେ ଗ୍ରହଣ କରିଥିଲେ। ବିବାହ ପରେ ଶାରୀରିକ ସମ୍ପର୍କ ସ୍ଥାପନ ସମୟରେ ତାଙ୍କୁ କଷ୍ଟ ହେଉଥିଲା। ଏନେଇ ସ୍ବାମୀ ବ୍ୟସ୍ତବିବ୍ରତ ଥିଲେ। ଶେଷରେ ଏହି ବିରଳ ରୋଗ ସମ୍ପର୍କରେ ଡେଲିଭରୀ ସମୟରେ ହିଁ ଜଣାପଡ଼ିଥିଲା ବୋଲି ବ୍ରିଟନି ସ୍କାଏପେ ଚାର୍ଟରେ ସୂଚନା ଦେଇଛନ୍ତି। ଏବେ ବ୍ରିଟନିଙ୍କର ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୌସୁମୀ ସକ୍ରିୟ, ବଢ଼ିବ ବର୍ଷା: ଏହି ସବୁ ଜିଲାରେ…

ଭୁବନେଶ୍ୱର,୨୫ା୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି ସ୍ଥାନରେ…

ଭୂକମ୍ପରେ ଥରିଲା ଭେନେଜୁଏଲା: ମାତ୍ର ୪୫ ସେକେଣ୍ଡରେ ସବୁ ଛାର୍‌ଖାର୍‌, ଭୟରେ ଜୀବନ ବିକଳରେ ଦୌଡ଼ିଲେ ଲୋକେ

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ବଡ଼ ଧରଣର ଭୂମିକମ୍ପ ଝଟକା। ମାତ୍ର ୪୫ ସେକେଣ୍ଡରେ ୨ ଥର ଭୂକମ୍ପ ଅନୁଭୂତ । ଆମେରିକୀୟ ଭୂତତ୍ତ୍ୱ ସର୍ଭେ ଅନୁଯାୟୀ, ୭.୧ ଏବଂ…

ୟୁରୋପରେ ସାଂଘାତିକ ‘ହିଟ୍‌-ଡୋମ୍‌’

ଲଣ୍ଡନ, ୨୫ା୬ (ଏପି): ସମଗ୍ର ପଶ୍ଚିମ ୟୁରୋପରେ ସୃଷ୍ଟି ହୋଇଥିବା ‘ହିଟ୍‌-ଡୋମ୍‌’ (ଉତ୍ତପ୍ତ ବାୟୁ ବଳୟ) ଯୋଗୁ ବ୍ରିଟେନ, ଫ୍ରାନ୍ସ, ଇଟାଲୀ ଏବଂ ସ୍ପେନ୍‌ ଭଳି ପ୍ରମୁଖ…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri