ଟିଉସନ କରିବା ବେଳେ ୧୫ ବର୍ଷର ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇଥିଲେ; ଅପହରଣ ପରେ ବଳାତ୍କାର ଅଭିଯୋଗରେ ବାନ୍ଧିଲା ପୋଲିସ

ପାଟଣା,୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୧୫ ବର୍ଷର ନାବାଳିକାଙ୍କୁ ପ୍ରେମଜାଲରେ ଫସାଇ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ପାଟଣା ପୋଲିସ ଜଣେ ୨୮ ବର୍ଷର ଯୁବକଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଉଛନ୍ତି ପାଟଣା ଥାନା ଉଦୟପୁର ଗ୍ରାମର ଗତିକୃଷ୍ଣ ସେଠୀ। ଏନେଇ ପାଟଣା ଥାନାରେ ୬୮/୨୧ରେ ଏକ ମାମଲା ରୁଜୁ ହୋଇ ଭାରତୀୟ ପିଙ୍ଗଳ କୋର୍ଡ଼ ୩୬୩, ୩୭୬(୪), ପୋସ୍କୋ ଆକ୍ଟରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।

ନାବାଳିକା ପରିବାରର ଅଭିଯୋଗ ଅନୁଯାୟୀ, ଅଭିଯୁକ୍ତ ଗତିକୃଷ୍ଣ ନାବାଳିକାଙ୍କୁ ଟିଉସନ କରୁଥିଲେ। ଏହି ସମୟରେ ସେ ତାଙ୍କୁ ପ୍ରେମ ଜାଲରେ ଫସାଇ ଗତ ମେ’ ୧୮ ତାରିଖରେ ଅପହରଣ କରି ବାରିପଦାକୁ ନେଇ ଯାଇଥିଲେ। ପରେ ଅଭିଯୁକ୍ତ ସମ୍ପର୍କୀୟ ମାଉସୀ ଘର ମାଟିଆଗଡ଼ ଗ୍ରାମରେ ନାବାଳିକାଙ୍କୁ ରଖି ବାରମ୍ବାର ବଳାତ୍କାର କରିଥିଲେ। ଏନେଇ ନାବାଳିକାଙ୍କ ପରିବାର ଲୋକେ ପାଟଣା ଥାନାରେ ଅଭିଯୋଗ କରିଥିଲେ। ଏହାପରେ ଅଭିଯୁକ୍ତଙ୍କ ପରିବାରଙ୍‌ଲୋକେ ନାବାଳିକଙ୍କୁ ସେଠାରୁ ଆଣି ଥାନାରେ ହାଜର କରାଇଥିଲେ। ପୋଲିସ ପକ୍ଷରୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନାବାଳିକାଙ୍କ ଡାକ୍ତର ମାଇନା କରାଯାଇଥିଲା। ଏଥିସହ ପୋଲିସ ଘଟଣାର ତଦନ୍ତ କରି ଫେରାର ଥିବା ଅଭିଯୁକ୍ତ ଟିଉସନ ମାଷ୍ଟର ଗତିକୃଷ୍ଣକୁ ମଙ୍ଗଳବାର ମାଉସୀ ଘର ମାଟିଆଗଡ଼ ଗ୍ରାମରୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ତଦନ୍ତ କାରୀ ଅଧିକାରୀ ଏସ୍‌ଆଇ ଶିବଶଙ୍କର ଆଲଦା ସୂଚନା ଦେଇଛନ୍ତି। ଘଟଣାଟି ଏକ ନାବାଳିକାଙ୍କ ଉପରେ ଥିବାରୁ ଅତିରିକ୍ତ ଏସ୍‌ପି ସୁରେଶ କୁମାର ନାଏକ ଓ ଥାନା ଅଧିକାରୀ ରାଜେନ୍ଦ୍ର ସ୍ବାଇଁ ପ୍ରମୁଖ ଉପସ୍ଥିତ ରହି ତଦନ୍ତ କାର୍ଯ୍ୟକୁ ତ୍ୱରାନ୍ବିତ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri