ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପରଲୋକରେ ୩ ଦିନିଆ ରାଜ୍ୟବ୍ୟାପୀ ଶୋକ ଘୋଷଣା

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଗୁଳିମାଡରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ରବିବାର ପରଲୋକ ଘଟିଛି। ତାଙ୍କ ପରଲୋକଙ୍କ ୩ ଦିନିଆ ରାଜ୍ୟବ୍ୟାପୀ ଶୋକ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସରକାରୀ ଭାବେ କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମ ହେବନି । ଶେଷକୃତ୍ୟ ସ୍ଥଳରେ ରାଜ୍ୟର ୩ ମନ୍ତ୍ରୀ ଉପସ୍ଥିତ ରହି ସମ୍ମାନ ଜଣାଇବେ। ଶେଷକୃତ୍ୟ ସ୍ଥଳରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।

ସୂଚନାଯୋଗ୍ୟ, ରବିବାର ବ୍ରଜରାଜନଗରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଯାଇଥିବାବେଳେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଉପରକୁ ପୋଲିସ ଏଏସଆଇ ଗୋପାଳ ଦାସ ୨ ରାଉଣ୍ଡ ଗୁଳିମାଡ କରିଥିଲେ। କାର୍ଯ୍ୟକ୍ରମସ୍ଥଳରେ ସେ ଗାଡିରୁ ଓହ୍ଲାଇବା ମାତ୍ରେ ତାଙ୍କ ଉପରକୁ ଗୁଳିମାଡ ହୋଇଥିଲା। ମନ୍ତ୍ରୀଙ୍କର ଛାତିରେ ଗୁଳି ବାଜିଥିବା ବେଳେ ତାଙ୍କ ଅବସ୍ଥା ଗୁରୁତର ରହିଥିଲା। ସେଥିପାଇଁ ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଭୁବନେଶ୍ୱରକୁ ଏୟାର ଲିଫ୍ଟ କରାଯାଇଥିଲା। ହସ୍ପିଟାଲରେ ତାଙ୍କର ଅସ୍ତ୍ରୋପଚାର ହୋଇଥିଲା। ତଥାପି ଡାକ୍ତରଙ୍କ ସମସ୍ତ ଚେଷ୍ଟା ସ୍ବାସ୍ଥ୍ୟମନ୍ତ୍ରୀ ଆଖି ବୁଜିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri