ପ୍ରସ୍ତୁତ ହେଲା ୩ ମାସିଆ ଖସଡ଼ା

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ କାର୍ଯ୍ୟାଳୟଠାରେ ଦଳର ଗୁରୁତ୍ୱପୂର୍ଣ୍ଣ ପଦାଧିକାରୀମାନଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ସମେତ ବହୁ ବରିଷ୍ଠ ନେତା ଯୋଗଦେଇଥିଲେ। ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗ ସମେତ ସାଙ୍ଗଠନିକ ପ୍ରସଙ୍ଗକୁ ନେଇ ବୈଠକରେ ଆଲୋଚନା କରାଯାଇଛି ା ଆସନ୍ତା ୩ ମାସ ଲାଗି ରାଜନୈତିକ ଖସଡ଼ା ପ୍ରସ୍ତୁତ କରାଯାଇଛି। ସେହିପରି ଦଳର ରାଜନୈତିକ ପ୍ରସ୍ତାବ ଉପରେ ଆଲୋଚନା କରାଯାଇଛି। ଏହା ବୁଧବାର ଅନୁଷ୍ଠିତ ଦଳର ରାଜ୍ୟ କାର୍ଯ୍ୟାକାରିଣୀରେ ପାରିତ ହେବ।
ବିଶେଷଭାବେ ରାଜ୍ୟରେ କ୍ରମଶଃ ବୃଦ୍ଧିପାଉଥିବା ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି, ଚାଷୀ ଓ ଚାଷ ସମସ୍ୟା, ମହିଳା ଓ ଶିଶୁ ନିର୍ଯାତନା ବୃଦ୍ଧି, ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା, ସୀମା ବିବାଦ, ବେରୋଜଗାର ସମସ୍ୟା, ବିପର୍ଯ୍ୟସ୍ତ ଜଳସେଚନ ବ୍ୟବସ୍ଥା, ବ୍ୟାପକ ଦୁର୍ନୀତି, ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା, ପାନୀୟ ଜଳ ସମସ୍ୟା, ଅହେତୁକ ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧି ଆଦି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ନିଷ୍କ୍ରିୟତାକୁ ନେଇ ଏହି ପଦାଧିକାରୀ ବୈଠକରେ ଚିନ୍ତା ପ୍ରକଟ କରାଯାଇଛି। ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଏ ସମସ୍ତ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରାଯାଇ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ବୋଲି ଦଳର ରାଜ୍ୟ ସାଧାରଣ ସମ୍ପାଦକ ଲେଖାଶ୍ରୀ ସାମନ୍ତସିଂହାର ସୂଚନା ଦେଇଛନ୍ତି ା ଓଡ଼ିଶାର ଆଦିବାସୀ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ଘୋଷଣା କରିବା ଆମ ସମସ୍ତଙ୍କ ପାଇଁ ନିଶ୍ଚିତ ଭାବେ ଗୌରବର ବିଷୟ ା କୃଷକ ଓ କୃଷକ କଲ୍ୟାଣକୁ ପ୍ରାଥମିକତା ଦେବା, ଅଗ୍ନିପଥ ଯୋଜନାର ଶୁଭାରମ୍ଭ, ଗରିବ କଲ୍ୟାଣ ଯୋଜନାରେ ଦୀର୍ଘ ୨ ବର୍ଷ ଧରି ୮୦ କୋଟି ଦେଶବାସୀଙ୍କୁ ମାଗଣା ଚାଉଳ, ଡାଲି ଆଦି ରାଶନ ଯୋଗାଇଦେବା, ରାଜ୍ୟର ଆକାଂକ୍ଷୀ ଜିଲାରେ ଦୂରସଞ୍ଚାର ବିଭାଗ ତରଫରୁ ୩ ହଜାରରୁ ଊର୍ଦ୍ଧ୍ୱ ମୋବାଇଲ ଟାୱାର ନିର୍ମାଣ, ପ୍ରଧାନମନ୍ତ୍ରୀ ଜନଔଷଧୀ ପରିଯୋଜନାରେ ଶସ୍ତା ଓ ସୁବିଧାରେ ଔଷଧ ଯୋଗାଇଦେବା ଆଦି ସ୍ବାଗତଯୋଗ୍ୟ ପଦକ୍ଷେପ ପାଇଁ ପଦାଧିକାରୀ ବୈଠକରେ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିବା ଲେଖାଶ୍ରୀ କହିଛନ୍ତି ା ବୈଠକରେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ, ପୂର୍ବତନ ରାଜ୍ୟ ସଭାପତି ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ରାଜ୍ୟ ସାଧାରଣ ସମ୍ପାଦକ (ସଙ୍ଗଠନ) ମାନସ କୁମାର ମହାନ୍ତି, ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ, ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ, ରବି ନାଏକ, ଗୋଲକ ମହାପାତ୍ର ଓ ଲେଖାଶ୍ରୀ ସାମନ୍ତସିଂହାରଙ୍କ ସମେତ ବହୁ ପଦାଧିକାରୀ ଯୋଗଦେଇଥିଲେ ା ଏହା ପରେ ଜିଲା ସଭାପତି ଓ ପ୍ରଭାରୀମାନଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri