ପ୍ରସ୍ତୁତ ହେଲା ୩ ମାସିଆ ଖସଡ଼ା

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ କାର୍ଯ୍ୟାଳୟଠାରେ ଦଳର ଗୁରୁତ୍ୱପୂର୍ଣ୍ଣ ପଦାଧିକାରୀମାନଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ସମେତ ବହୁ ବରିଷ୍ଠ ନେତା ଯୋଗଦେଇଥିଲେ। ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗ ସମେତ ସାଙ୍ଗଠନିକ ପ୍ରସଙ୍ଗକୁ ନେଇ ବୈଠକରେ ଆଲୋଚନା କରାଯାଇଛି ା ଆସନ୍ତା ୩ ମାସ ଲାଗି ରାଜନୈତିକ ଖସଡ଼ା ପ୍ରସ୍ତୁତ କରାଯାଇଛି। ସେହିପରି ଦଳର ରାଜନୈତିକ ପ୍ରସ୍ତାବ ଉପରେ ଆଲୋଚନା କରାଯାଇଛି। ଏହା ବୁଧବାର ଅନୁଷ୍ଠିତ ଦଳର ରାଜ୍ୟ କାର୍ଯ୍ୟାକାରିଣୀରେ ପାରିତ ହେବ।
ବିଶେଷଭାବେ ରାଜ୍ୟରେ କ୍ରମଶଃ ବୃଦ୍ଧିପାଉଥିବା ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି, ଚାଷୀ ଓ ଚାଷ ସମସ୍ୟା, ମହିଳା ଓ ଶିଶୁ ନିର୍ଯାତନା ବୃଦ୍ଧି, ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା, ସୀମା ବିବାଦ, ବେରୋଜଗାର ସମସ୍ୟା, ବିପର୍ଯ୍ୟସ୍ତ ଜଳସେଚନ ବ୍ୟବସ୍ଥା, ବ୍ୟାପକ ଦୁର୍ନୀତି, ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା, ପାନୀୟ ଜଳ ସମସ୍ୟା, ଅହେତୁକ ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧି ଆଦି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ନିଷ୍କ୍ରିୟତାକୁ ନେଇ ଏହି ପଦାଧିକାରୀ ବୈଠକରେ ଚିନ୍ତା ପ୍ରକଟ କରାଯାଇଛି। ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଏ ସମସ୍ତ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରାଯାଇ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ବୋଲି ଦଳର ରାଜ୍ୟ ସାଧାରଣ ସମ୍ପାଦକ ଲେଖାଶ୍ରୀ ସାମନ୍ତସିଂହାର ସୂଚନା ଦେଇଛନ୍ତି ା ଓଡ଼ିଶାର ଆଦିବାସୀ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ଘୋଷଣା କରିବା ଆମ ସମସ୍ତଙ୍କ ପାଇଁ ନିଶ୍ଚିତ ଭାବେ ଗୌରବର ବିଷୟ ା କୃଷକ ଓ କୃଷକ କଲ୍ୟାଣକୁ ପ୍ରାଥମିକତା ଦେବା, ଅଗ୍ନିପଥ ଯୋଜନାର ଶୁଭାରମ୍ଭ, ଗରିବ କଲ୍ୟାଣ ଯୋଜନାରେ ଦୀର୍ଘ ୨ ବର୍ଷ ଧରି ୮୦ କୋଟି ଦେଶବାସୀଙ୍କୁ ମାଗଣା ଚାଉଳ, ଡାଲି ଆଦି ରାଶନ ଯୋଗାଇଦେବା, ରାଜ୍ୟର ଆକାଂକ୍ଷୀ ଜିଲାରେ ଦୂରସଞ୍ଚାର ବିଭାଗ ତରଫରୁ ୩ ହଜାରରୁ ଊର୍ଦ୍ଧ୍ୱ ମୋବାଇଲ ଟାୱାର ନିର୍ମାଣ, ପ୍ରଧାନମନ୍ତ୍ରୀ ଜନଔଷଧୀ ପରିଯୋଜନାରେ ଶସ୍ତା ଓ ସୁବିଧାରେ ଔଷଧ ଯୋଗାଇଦେବା ଆଦି ସ୍ବାଗତଯୋଗ୍ୟ ପଦକ୍ଷେପ ପାଇଁ ପଦାଧିକାରୀ ବୈଠକରେ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିବା ଲେଖାଶ୍ରୀ କହିଛନ୍ତି ା ବୈଠକରେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ, ପୂର୍ବତନ ରାଜ୍ୟ ସଭାପତି ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ରାଜ୍ୟ ସାଧାରଣ ସମ୍ପାଦକ (ସଙ୍ଗଠନ) ମାନସ କୁମାର ମହାନ୍ତି, ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ, ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ, ରବି ନାଏକ, ଗୋଲକ ମହାପାତ୍ର ଓ ଲେଖାଶ୍ରୀ ସାମନ୍ତସିଂହାରଙ୍କ ସମେତ ବହୁ ପଦାଧିକାରୀ ଯୋଗଦେଇଥିଲେ ା ଏହା ପରେ ଜିଲା ସଭାପତି ଓ ପ୍ରଭାରୀମାନଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri