ବୋନ୍‌ କ୍ୟାନ୍‌ସରରେ ପୀଡ଼ିତ ୩ ବର୍ଷର ଶିଶୁ

କୋରେଇ,୧ା୩(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା କୋରେଇ ବ୍ଲକ ଅନ୍ଧାରି ପଞ୍ଚାୟତ ରଗଡ଼ି ଗ୍ରାମର ରାଜେନ୍ଦ୍ର ରାଉତ ଓ କନକ ରାଉତଙ୍କ ୩ ବର୍ଷର ଶିଶୁପୁତ୍ର ଦୀପକ ରାଉତ ବୋନ କ୍ୟାନ୍‌ସରରେ ପୀଡ଼ିତ ହୋଇ ଭୁବନେଶ୍ୱର ଏମ୍‌ସ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ପ୍ରାୟ ୬ ମାସ ତଳେ ଦୀପକଙ୍କୁ ଜ୍ୱର ଲାଗି ରହିବାରୁ ରାଜେନ୍ଦ୍ର ତାଙ୍କୁ କଟକ ବଡ଼ ମେଡିକାଲକୁ ନେଇଥିଲେ। ସେଠାରେ ୧ ମାସ ରହିବା ପରେ ସାମାନ୍ୟ ଭଲ ହେବାରୁ ଘରକୁ ନେଇ ଆସିଥିଲେ। ହେଲେ ୫ରୁ ୧୦ ଦିନ ପରେ ପୁଣିଥରେ ଜ୍ୱର ହେବାରୁ ତାଙ୍କୁ ପରିବାର ଲୋକେ ପୁନର୍ବାର କଟକ ନେଇଥିଲେ। ପୁନଶ୍ଚ ୨ ମାସ ସେଠାରେ ରହିବା ପରେ ବିଭିନ୍ନ ପରୀକ୍ଷାନିରୀକ୍ଷା କରି ଡାକ୍ତର ଶିଶୁଟିକୁ ବୋନ୍‌ କ୍ୟାନ୍‌ସର ହୋଇଛି ବୋଲି ରିପୋର୍ଟ ଦେଇଥିଲେ। ଏହାପରେ ଦୀପକଙ୍କୁ ଏମ୍‌ସ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ୨ ମାସ ହେବ ଦୀପକ ଚିକିତ୍ସିତ ହୋଇ ଆସୁଥିଲେ ହେଁ ଏବେ ଚିକିତ୍ସାରେ ଅର୍ଥ ବାଧକ ସାଜିଛି। ଅପରେଶନ ପାଇଁ ୧୦ ରୁ ୧୫ ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ଡାକ୍ତର କହୁଛନ୍ତି। ରାଜେନ୍ଦ୍ର ଜଣେ ରଙ୍ଗ ମିସ୍ତ୍ରି। ଯାହାକିଛି ଅର୍ଥ ଥିଲା ପୁଅର ଚିକିତ୍ସାରେ ଶେଷ ହୋଇସାରିଛି। ଏବେ ଏତେ ଟଙ୍କା ଯୋଗାଡ଼ କରିବା ତାଙ୍କ ପାଇଁ ସମ୍ଭବ ନୁହେଁ ବୋଲି ରାଜେନ୍ଦ୍ର କହିଛନ୍ତି। ତେବେ ସରକାରୀ ସହାୟତା ମିଳିଲେ ପୁଅ ଭଲ ହୋଇପାରନ୍ତା ବୋଲି ଦୀପକଙ୍କ ମା’ କନକ ରାଉତ କୋହ ଭରା କଣ୍ଠରେ କହିଛନ୍ତି। ଅନ୍ୟପକ୍ଷରେ କୌଣସି ସ୍ବେଚ୍ଛାସେବୀ ସଂଗଠନ କିମ୍ବା ସହୃଦୟ ବ୍ୟକ୍ତି ସହଯୋଗର ହାତ ବଢ଼ାଇଲେ ଦୀପକ ସୁସ୍ଥ ହୋଇପାରନ୍ତେ ବୋଲି କେତେଜଣ ସାମାଜିକ କର୍ମୀ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଶୋଭାଯାତ୍ରାବେଳେ ଟେକାପଥର ମାଡ଼

ବାଲେଶ୍ୱର, ୨୭।୬( ବାଞ୍ଛାନିଧି ଦେ): ବାଲେଶ୍ୱର ସହରର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ ଘଟିଛି l ଏହି ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି…

ଶାଗୁଆନ ଗଛ କାଟୁଥିଲେ ଦୃର୍ବୁତ୍ତ, ଛିଣ୍ଡିଲା ୩୩ କେଭି ଲାଇନ ତାର: ଆଉ ତା’ପରେ…

ଭଞ୍ଜନଗର,୨୬।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଶନିବାର ସକାଳେ ପବନ ବର୍ଷା ନାହିଁ କିନ୍ତୁ ଦୁର୍ବୁତ୍ତମାନଙ୍କ ପାଇଁ ବିଦ୍ୟୁତସେବା ବ୍ୟାହତ ହୋଇଛି। ବିଦ୍ୟୁତ ସେବା ସ୍ବାଭାବିକ ହେବାକୁ…

ମୌସୁମୀ ବର୍ଷାରେ ବିଳମ୍ବ, ଚାଷୀ ହତାଶ: ଜଳସେଚନ ସୁବିଧା ନାହିଁ

ନୂଆପଡ଼ା,୨୭ା୬ (ମକାରୁ ବେମାଲ):ନୂଆପଡା ଏକ କୃଷିପ୍ରଧାନ ଜିଲା। ଜିଲାର ୯୦ ପ୍ରତିଶତ ଲୋକ କୃଷି ଉପରେ ନିର୍ଭର କରିଥାନ୍ତି। ଜଳସେଚିତ ଅଞ୍ଚଳକୁ ବାଦଦେଲେ ଅଣଜଳସେଚିତ ଅଞ୍ଚଳରେ ଚାଷୀ…

ମହାନଦୀ ଶୁଖିଲା, ସଙ୍କଟରେ ଜୀବନ ଜୀବିକା: ବର୍ଷାକୁ ଚାହିଁ ବସିଛନ୍ତି ଚାଷୀ

ଅମରପାଲି,୨୭ା୬(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲାର ଜୀବନରେଖା ଭାବେ ପରିଚିତ ମହାନଦୀ ଏବେ ଅନେକ ସ୍ଥାନରେ ଶୁଖିଲା ପଡ଼ିଥିବା ଦେଖାଯାଉଛି। ବିଶେଷକରି ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକର ନଦୀକୂଳିଆ ଗ୍ରାମଗୁଡ଼ିକର…

ସରିବାକୁ ଯାଉଛି ଧାନ କିଣାବିକା ଅବଧି: ମଣ୍ଡିରେ ପଡିଛି ୪ଲକ୍ଷ ୩୮ହଜାର ବସ୍ତାଧାନ

ପଦ୍ମପୁର, ୨୭।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଗତ ଖରିଫ ଭଳି ଚଳିତବର୍ଷ ରବିରେ ମଧ୍ୟ ମଣ୍ଡିରେ ଧାନ ବିକ୍ରିକୁ ନେଇ ଚାଷୀ ବିଭିନ୍ନ ସମସ୍ୟାର…

ବିପଦସଙ୍କୁଳ ବରଗଡ଼-ଭେଡ଼େନ କେନାଲ: ବାଲିବସ୍ତା ପ୍ୟାଚଅପ୍‌କୁ ବାଉଁଶ ବାଡ଼ ଭରସା

ବରଗଡ଼,୨୭।୬(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। କିନ୍ତୁ ଏପର୍ଯ୍ୟନ୍ତ କେନାଲ ପାଣି ଛଡ଼ାଯାଇ ନାହିଁ। ଅନ୍ୟପଟେ ବରଗଡ଼-ଭେଡ଼େନ କେନାଲର ଥୁକ୍‌ପାଲିସ୍‌ ମରାମତି ଚାଲିଛି। କେନାଲ ପାର୍ଶ୍ୱରେ ବାଲିବସ୍ତା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri