୩ ବର୍ଷର ଶିଶୁ ବଞ୍ଚାଇଦେଲା ୨ ଭଉଣୀଙ୍କ ଜୀବନ

ରାଜନଗର,୨୦।୮(ଭାସ୍କର ରାଉତରାୟ):କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ୍‌ ଡାଙ୍ଗମାଳ ପଞ୍ଚାୟତ ତ୍ରିଲୋଚନପୁର ଗାଁର ବାବୁରାମ ଗିରିଙ୍କ ୭ ବର୍ଷର ଝିଅ ଶୁଭଶ୍ରୀ ଓ ଦାଶରଥି ଗିରିଙ୍କ ୬ ବର୍ଷର ଝିଅ ବର୍ଷା ଘର ଆଗରେ ଥିବା ପୋଖରୀରେ ସାଙ୍ଗ ହୋଇ ଗାଧୋଉଥିଲେ। ପରିବାର ଲୋକେ ଚାଷ କାର୍ଯ୍ୟରେ ବିଲରେ ଥିବା ବେଳେ ମା’ ଘର ଭିତରେ କାମ କରୁଥିଲେ। ୨ଜଣ ବାଳିକା ପୋଖରୀରେ ଗାଧୋଉଥିବା ସମୟରେ ଗୋଡ଼ ଖସିଯିବାରୁ ପୋଖରୀ ମଝିକୁ ଚାଲିଯାଇଥିଲେ। ପୋଖରୀ ମଝିରେ ୨ଜଣ ବୁଡ଼ି ଯାଇଁ ପାଣି ପିଇ ଦେଇଥିଲେ। ବୁଡ଼ି ଯାଉଥିବା ସମୟରେ ସେମାନଙ୍କ ଚିତ୍କାର ଶୁଣି ପାଖରେ ଖେଳୁଥିବା ଶୁଭଶ୍ରୀଙ୍କ ସାନଭଉଣୀ ଜୟଶ୍ରୀ(୩) ପାଟି କରିବା ସହ ଘର ଭିତରକୁ ଦୌଡ଼ି ଯାଇ ମା’ଙ୍କୁ ଡାକିଥିଲା। ମା’ଅପର୍ଣ୍ଣାଙ୍କ ସହିତ ଦାଦା ଦୌଡି ଆସି ପୋଖରୀ ମଧ୍ୟକୁ ଡେଇଁ ୨ଭଉଣୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ଉଭୟଙ୍କୁ ଡାଙ୍ଗମାଳସ୍ଥିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଚିକିତ୍ସା ପରେ ଶୁଭଶ୍ରୀ ଓ ବର୍ଷା ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩ ବର୍ଷର ଝିଅ ଜୟଶ୍ରୀଙ୍କ ପାଇଁ ୨ ଭଉଣୀଙ୍କ ଜୀବନ ବଞ୍ଚତ୍ଗଲା ବୋଲି ସବୁଠି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri