Posted inଜାତୀୟ

୪୭ ଜଣିଆ ଷ୍ଟିୟରିଂ କମିଟି ଗଢ଼ିଲେ ଖାର୍ଗେ

ନୂଆଦିଲ୍ଲୀ,୨୭ା୧୦: ନୂଆ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦାୟିତ୍ୱ ନେବା ପରେ ଏକ ୪୭ ଜଣିଆ ଷ୍ଟିୟରିଂ କମିଟି ଗଠନ କରିଛନ୍ତି। ଏଥିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସମେତ ଦୁଇ ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କୁ ରଖାଯାଇଛି। ଓଡ଼ିଶାର ଭକ୍ତଚରଣ ଦାସଙ୍କୁ ମଧ୍ୟ ଏହି ଗୁରୁତ୍ୱପୂର୍ଣ୍ଣ କମିଟିରେ ସ୍ଥାନ ମିଳିଛି। କିନ୍ତୁ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ଖାର୍ଗେଙ୍କ ପ୍ରତିଦ୍ୱନ୍ଦ୍ୱୀ ଭାବେ ଲଢ଼ି ହାରିଥିବା ବରିଷ୍ଠ ନେତା ଶଶୀ ଥରୁର୍‌ଙ୍କୁ ସ୍ଥାନ ମିଳିନାହିଁ।

ଖାର୍ଗେଙ୍କ ଅଧ୍ୟକ୍ଷତାରେ ନବଗଠିତ ଅନ୍ତରୀଣ କମିଟି ଦଳର ସର୍ବୋଚ୍ଚ ନିଷ୍ପତ୍ତି ଗ୍ରହଣକାରୀ କଂଗ୍ରେସ ଓ୍ବାର୍କିଂ କମିଟି (ସିଡବ୍ଲ୍ୟୁସି)ର ସ୍ଥାନ ନେବ। ଏକ ନୂଆ ସିଡବ୍ଲ୍ୟୁସି ଗଠନ ହେବା ଯାଏ ଏହା କାର୍ଯ୍ୟ କରିବ। ଗତ ସିଡବ୍ଲ୍ୟୁସିର ଅଧିକାଂଶ ସଦସ୍ୟଙ୍କୁ ଏଥିରେ ସାମିଲ କରଯାଇଛି। ସିଡବ୍ଲ୍ୟୁସିର ସମସ୍ତ ସଦସ୍ୟ ଓ ଦଳର ପଦାଧିକାରୀ କଂଗ୍ରେସର ନୂଆ ମୁଖିଆ ତାଙ୍କ ନୂଆ ଟିମ୍‌ ଗଠନ ଲାଗି ନିଜ ନିଜ ଇସ୍ତଫାପତ୍ର ପ୍ରଦାନ କରିଥିଲେ।

ଖାର୍ଗେ ନିଜ ନୂଆଟିମ୍‌ରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଏ.କେ. ଆଣ୍ଟୋନି, ଅମ୍ବିକା ସୋନି, ଆନନ୍ଦ ଶର୍ମା, କେ.ସି. ବେଣୁଗୋପାଳ, ରଣଦୀପ ସିଂ ସୂର୍ଯ୍ୟଓ୍ବୋଲା ଓ ଦିଗ୍‌ବିଜୟ ସିଂଙ୍କୁ ରଖିଛନ୍ତି। ଭାରତୀୟ ଜାତୀୟ କଂଗ୍ରେସର ସମ୍ବିଧାନ ଅନୁଚ୍ଛେଦ ୧୫ (ଖ) ଅନୁସାରେ କଂଗ୍ରେସ ଅଧ୍ୟକ୍ଷ ଷ୍ଟିୟରିଂ କମିଟି ଗଠନ କରିଛନ୍ତି, ଯାହାକି ସିଡବ୍ଲ୍ୟୁସି ବଦଳରେ କାର୍ଯ୍ୟ କରିବ ବୋଲି ବେଣୁଗୋପାଳ ଏକ ବିବୃତିରେ ସୂଚନା ଦେଇଛନ୍ତି। ପ୍ରଦେଶ କଂଗ୍ରେସ କମିଟି (ପିସିସି) ପ୍ରତିନିଧିମାନଙ୍କୁ ନେଇ ସିଡବ୍ଲ୍ୟୁସିର ପରବର୍ତ୍ତୀ ଅଧିବେଶନ ଆସନ୍ତା ମାର୍ଚ୍ଚରେ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri