Posted inଜାତୀୟ

୪୭ ଜଣିଆ ଷ୍ଟିୟରିଂ କମିଟି ଗଢ଼ିଲେ ଖାର୍ଗେ

ନୂଆଦିଲ୍ଲୀ,୨୭ା୧୦: ନୂଆ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦାୟିତ୍ୱ ନେବା ପରେ ଏକ ୪୭ ଜଣିଆ ଷ୍ଟିୟରିଂ କମିଟି ଗଠନ କରିଛନ୍ତି। ଏଥିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସମେତ ଦୁଇ ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କୁ ରଖାଯାଇଛି। ଓଡ଼ିଶାର ଭକ୍ତଚରଣ ଦାସଙ୍କୁ ମଧ୍ୟ ଏହି ଗୁରୁତ୍ୱପୂର୍ଣ୍ଣ କମିଟିରେ ସ୍ଥାନ ମିଳିଛି। କିନ୍ତୁ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ଖାର୍ଗେଙ୍କ ପ୍ରତିଦ୍ୱନ୍ଦ୍ୱୀ ଭାବେ ଲଢ଼ି ହାରିଥିବା ବରିଷ୍ଠ ନେତା ଶଶୀ ଥରୁର୍‌ଙ୍କୁ ସ୍ଥାନ ମିଳିନାହିଁ।

ଖାର୍ଗେଙ୍କ ଅଧ୍ୟକ୍ଷତାରେ ନବଗଠିତ ଅନ୍ତରୀଣ କମିଟି ଦଳର ସର୍ବୋଚ୍ଚ ନିଷ୍ପତ୍ତି ଗ୍ରହଣକାରୀ କଂଗ୍ରେସ ଓ୍ବାର୍କିଂ କମିଟି (ସିଡବ୍ଲ୍ୟୁସି)ର ସ୍ଥାନ ନେବ। ଏକ ନୂଆ ସିଡବ୍ଲ୍ୟୁସି ଗଠନ ହେବା ଯାଏ ଏହା କାର୍ଯ୍ୟ କରିବ। ଗତ ସିଡବ୍ଲ୍ୟୁସିର ଅଧିକାଂଶ ସଦସ୍ୟଙ୍କୁ ଏଥିରେ ସାମିଲ କରଯାଇଛି। ସିଡବ୍ଲ୍ୟୁସିର ସମସ୍ତ ସଦସ୍ୟ ଓ ଦଳର ପଦାଧିକାରୀ କଂଗ୍ରେସର ନୂଆ ମୁଖିଆ ତାଙ୍କ ନୂଆ ଟିମ୍‌ ଗଠନ ଲାଗି ନିଜ ନିଜ ଇସ୍ତଫାପତ୍ର ପ୍ରଦାନ କରିଥିଲେ।

ଖାର୍ଗେ ନିଜ ନୂଆଟିମ୍‌ରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଏ.କେ. ଆଣ୍ଟୋନି, ଅମ୍ବିକା ସୋନି, ଆନନ୍ଦ ଶର୍ମା, କେ.ସି. ବେଣୁଗୋପାଳ, ରଣଦୀପ ସିଂ ସୂର୍ଯ୍ୟଓ୍ବୋଲା ଓ ଦିଗ୍‌ବିଜୟ ସିଂଙ୍କୁ ରଖିଛନ୍ତି। ଭାରତୀୟ ଜାତୀୟ କଂଗ୍ରେସର ସମ୍ବିଧାନ ଅନୁଚ୍ଛେଦ ୧୫ (ଖ) ଅନୁସାରେ କଂଗ୍ରେସ ଅଧ୍ୟକ୍ଷ ଷ୍ଟିୟରିଂ କମିଟି ଗଠନ କରିଛନ୍ତି, ଯାହାକି ସିଡବ୍ଲ୍ୟୁସି ବଦଳରେ କାର୍ଯ୍ୟ କରିବ ବୋଲି ବେଣୁଗୋପାଳ ଏକ ବିବୃତିରେ ସୂଚନା ଦେଇଛନ୍ତି। ପ୍ରଦେଶ କଂଗ୍ରେସ କମିଟି (ପିସିସି) ପ୍ରତିନିଧିମାନଙ୍କୁ ନେଇ ସିଡବ୍ଲ୍ୟୁସିର ପରବର୍ତ୍ତୀ ଅଧିବେଶନ ଆସନ୍ତା ମାର୍ଚ୍ଚରେ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri