ବିନା ବ୍ରେକ୍‌ରେ ୪୮ଘଣ୍ଟା ନାଟକ ପ୍ରଦର୍ଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ):ବିନା ବ୍ରେକ୍‌ରେ ଲଗାତର ୪୮ ଘଣ୍ଟାରୁ ଅଧିକ ସମୟ ନାଟକ ପରିବେଷଣ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛି ନାଟ୍ୟ ସଂସ୍ଥା ମିରର ଥିଏଟର। ଝାରସୁଗୁଡା ଜିଲା ବେଲପାହାଡର ମିରର ଥିଏଟର କଳାକାରଙ୍କ ପରିଶ୍ରମ ଅନୁଷ୍ଠାନକୁ ନୂଆ ପରିଚୟ ଆଣି ଦେଇଛି। ସେମାନେ ସମ୍ବଲପୁରୀ ନାଟକ ‘କାଏନ୍‌ଜୁରୀ’ ପରିବେଷଣ କରିଥିଲେ। ବିଶ୍ୱର ସବୁଠୁ ଲମ୍ବା ନାଟକ ପ୍ରଦର୍ଶନ କରି ଇଣ୍ଟରନ୍ୟାଶନାଲ ଏକ୍ସସିଲେନ୍ସ ବୁକ୍‌ ଅଫ୍‌ ୱାର୍ଲଡ ରେକର୍ଡରେ ସ୍ଥାନ ପାଇଥିବା ମିରର ଥିଏଟର କେବଳ ଝାରସୁଗୁଡା ଜିଲା ନୁହେଁଁ, ସମଗ୍ର ରାଜ୍ୟ ଓ ଦେଶ ପାଇଁ ଗୌରବ ଆଣିଛି। ବିଶ୍ୱ ରେକର୍ଡ ଲକ୍ଷ୍ୟରେ ଡିସେମ୍ବର ୧ ସା ୭ ଟା ୪୫ରୁ ବେଲପାହାଡ଼ର ଗୁମାଡେରା ମାଳିପଡ଼ାସ୍ଥିତ ମିରର ଥିଏଟରର ନିଜସ୍ବ ମଞ୍ଚରେ ନାଟକ ପରିବେଷଣ ଆରମ୍ଭ ହୋଇଥିଲା। ଏହା ଡିସେମ୍ବର ୩ ତାରିଖ ରାତି ୯ଟା ୩୩ରେ ସରିଥିଲା। ନାଟକର ଅବଧି ୪୮ ଘଣ୍ଟାର ଲକ୍ଷ୍ୟ ରହିଥିବାବେଳେ ଶେଷ ହେବାକୁ ୪୯ ଘଣ୍ଟା ୪୮ ମିନିଟ ୧୨ ସେକେଣ୍ଡ ଲାଗିଥିଲା। ‘କାଏନ୍‌ଜୁରୀ’ରେ ଲାଲ ପାଏନ, ଦୂର ଆକାଶେ, ଗାଁ, ଟ୍ରାଫିକ ପୋଷ୍ଟ, ବେକାର, ହନୁମାନ ପଇସା, ଗୁଗଲ ମ୍ୟାପ, ଗୁରୁ ଚେଲା, ଚେହେରା, ମୂର୍ତ୍ତି, କାଠର ଚୌକି, ତୋର କିରିଆ, ପାଚେନ ପରି ଶହେଟି ଛୋଟ ନାଟକକୁ ବିନା ବ୍ରେକ୍‌ରେ ଗୋଟିଏ ପରେ ଗୋଟିଏ ପ୍ରଦର୍ଶିତ ହୋଇଥିଲା। ଦେଢ଼ ମାସର ଛୋଟ ଶିଶୁଠାରୁ ଆରମ୍ଭ କରି ୭୫ ବର୍ଷର ବରିଷ୍ଠ ନାଗରିକଙ୍କ ପର୍ଯ୍ୟନ୍ତ ୨୦୦ରୁ ଅଧିକ କଳାକାର ଏଥିରେ ଅଭିନୟ କରିଥିଲେ। ନାଟ୍ୟ ଇତିହାସରେ ମିରର ଥିଏଟର ଏହିଭଳି ପ୍ରୟାସକୁ ଉପସ୍ଥିତ ଅତିଥି, ନାଟ୍ୟକାର ତଥା ଦର୍ଶକମାନେ ପ୍ରଶଂସା କରିଛନ୍ତି। ଅନୁଷ୍ଠାନର ନିର୍ଦ୍ଦେଶକ ସୁବାଷ ପ୍ରଧାନ କହିଛନ୍ତି, ଏହି ପ୍ରୟାସ ଆଗାମୀ ପିଢ଼ିଙ୍କୁ ପ୍ରେରଣା ଦେବା ସହ ଆମମାନଙ୍କ ପାଇଁ ମଧ୍ୟ ଖୁସି ଆଣିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri