ଆଜିଠୁ ୫ ଦିନିଆ ଲୋକ ମହୋତ୍ସବ ଚଇତି

ରାୟଗଡ଼ା,୧୮।୧(ସ୍ବ.ପ୍ର.): ରାୟଗଡ଼ା ଜିଲାସ୍ତରୀୟ ଲୋକ ମହୋତ୍ସବ ଚଇତି ବୁଧବାର ଠାରୁ ସ୍ଥାନୀୟ ଜିସିଡି ପଡ଼ିଆ ଠାରେ ଆରମ୍ଭ ହେଉଛି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଜାନୁୟାରୀ ୧୮ ରୁ ୨୨ ପର୍ଯ୍ୟନ୍ତ ଚଇତି ଏବଂ ପଲ୍ଲିଶ୍ରୀ ମେଳା ଅନୁଷ୍ଠିତ ହେବ। ଏ ନେଇ ଜିସିଡି ପଡ଼ିଆରେ ମଞ୍ଚ ଏବଂ ଷ୍ଟଲ ପ୍ରସ୍ତୁତି ଚାଲିଛି। ପ୍ରଥମ ଦୁଇ ଦିନ ଚଇତି ଏବଂ ଶେଷ ୩ ଦିନ ପଲ୍ଲୀଶ୍ରୀ ମେଳା ଅନୁଷ୍ଠିତ ହେବ। ଉତ୍ସବରେ ବହୁ ସଂଖ୍ୟାରେ ଜନସାଧାରଣ ଯୋଗ ଦେବାପାଇଁ ଜିଲାପାଳ ସ୍ବଧା ଦେବ ସିଂ ସୋସିଆଲ ମିଡିଆ ଜରିଆରେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ା
ଟୁଇଟ୍‌ କରି ଚଇତି ପାଇଁ ଆୟୋଜନ କରାଯାଇଥିବା ସମସ୍ତ କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେଇଛନ୍ତି। ସେହିଭଳି ଏସ୍‌ପି ବିବେକାନନ୍ଦ ଶର୍ମାଙ୍କ ନେତୃତ୍ୱରେ ପୋଲିସ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶାନ୍ତିଶୃଙ୍ଖଳାରେ ଚଇତି ଆୟୋଜନ ପାଇଁ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଜଣେ ଏଏସପି, ୮ ଡିଏସ୍‌ପି, ୧୩ ଇନ୍ସପେକ୍ଟର, ୪୩ ଏଏସ୍‌ଆଇଙ୍କ ସମେତ ୯ ପ୍ଲାଟୁନ ପୋଲିସ ଫୋର୍ସର ବ୍ୟବସ୍ଥା କରାଯାଇଛି। ସମସ୍ତ ଜିଲାବାସୀ ମହୋତ୍ସବରେ ସାମିଲ ହୋଇ ସଫଳ କରିବାକୁ ଜିଲା ସଂସ୍କୃତି ପରିଷଦ ପକ୍ଷରୁ ନିବେଦନ କରାଯାଇଛି। ଖୁସିର ସହ ଲୋକେ କିଭଳି ଏହାର ମଜା ଉଠାେଇବ ସେଥିପାଇଁ ସମସ୍ତ ଆୟାଜନ ହୋଇଛି। ପ୍ରତ୍ୟେକ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ରାଜ୍ୟ ଓ ରାଜ୍ୟ ବାହାର କଳାକାର ନିଜର କଳା ପ୍ରଦର୍ଶନ କରିବେ। ବୁଧବାର ଜିଲାର ଅଧିଷ୍ଠାତ୍ରୀ ଦେବୀ ମଁା ମଝିଘରିଆଣୀ ମନ୍ଦିରରୁ କଳସ ଯାତ୍ରା ବାହାରି ନଗର ପରିକ୍ରମା କରି ଚଇତି ମଣ୍ଡପରେ ପହଞ୍ଚିବ। ଏହାପରେ କଳା ଓ ସଂସ୍କୃତିର କାର୍ଯ୍ୟକ୍ରମ ଆରମ୍ଭ ହେବ। ଉଦଘାଟନି ଦିବସରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ଯୋଜନା ଓ ସମନ୍ବୟ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ସେହିପରି ୧୯ ତାରିଖରେ ମହିଳା ଓ ଶିଶୁ ବିକାଶ ବିଭାଗ ସଚିବ ଶୁଭା ଶର୍ମା, ବିଶାଖାପାଟଣା ଡିଆର୍‌ଏମ୍‌ ଅନୁପ ଶତପଥୀ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ୨୦ରେ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ମହିଳା ଓ ଶିଶୁବିକାଶ ମନ୍ତ୍ରୀ ବାସନ୍ତି ହେମ୍ବ୍ରମ ଯୋଗଦେବେ। ୨୧ରେ କୃଷି ସଚିବ ଅରବିନ୍ଦ ପାଢ଼ୀ ଓ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୁଳପତି ଚକ୍ରଧର ତ୍ରିପାଠୀ ଯୋଗଦେବେ। ଉଦଯାପନି ଦିବସରେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲିକ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଚଇତି ଏବଂ ପଲ୍ଲୀଶ୍ରୀ ମେଳା ପାଇଁ ସୁରକ୍ଷା ସହ ଟ୍ରାଫିକ୍‌ର ସୁପରିଚାଳନାକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri