ଆଜିଠୁ ୫ ଦିନିଆ ଲୋକ ମହୋତ୍ସବ ଚଇତି

ରାୟଗଡ଼ା,୧୮।୧(ସ୍ବ.ପ୍ର.): ରାୟଗଡ଼ା ଜିଲାସ୍ତରୀୟ ଲୋକ ମହୋତ୍ସବ ଚଇତି ବୁଧବାର ଠାରୁ ସ୍ଥାନୀୟ ଜିସିଡି ପଡ଼ିଆ ଠାରେ ଆରମ୍ଭ ହେଉଛି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଜାନୁୟାରୀ ୧୮ ରୁ ୨୨ ପର୍ଯ୍ୟନ୍ତ ଚଇତି ଏବଂ ପଲ୍ଲିଶ୍ରୀ ମେଳା ଅନୁଷ୍ଠିତ ହେବ। ଏ ନେଇ ଜିସିଡି ପଡ଼ିଆରେ ମଞ୍ଚ ଏବଂ ଷ୍ଟଲ ପ୍ରସ୍ତୁତି ଚାଲିଛି। ପ୍ରଥମ ଦୁଇ ଦିନ ଚଇତି ଏବଂ ଶେଷ ୩ ଦିନ ପଲ୍ଲୀଶ୍ରୀ ମେଳା ଅନୁଷ୍ଠିତ ହେବ। ଉତ୍ସବରେ ବହୁ ସଂଖ୍ୟାରେ ଜନସାଧାରଣ ଯୋଗ ଦେବାପାଇଁ ଜିଲାପାଳ ସ୍ବଧା ଦେବ ସିଂ ସୋସିଆଲ ମିଡିଆ ଜରିଆରେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ା
ଟୁଇଟ୍‌ କରି ଚଇତି ପାଇଁ ଆୟୋଜନ କରାଯାଇଥିବା ସମସ୍ତ କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେଇଛନ୍ତି। ସେହିଭଳି ଏସ୍‌ପି ବିବେକାନନ୍ଦ ଶର୍ମାଙ୍କ ନେତୃତ୍ୱରେ ପୋଲିସ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶାନ୍ତିଶୃଙ୍ଖଳାରେ ଚଇତି ଆୟୋଜନ ପାଇଁ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଜଣେ ଏଏସପି, ୮ ଡିଏସ୍‌ପି, ୧୩ ଇନ୍ସପେକ୍ଟର, ୪୩ ଏଏସ୍‌ଆଇଙ୍କ ସମେତ ୯ ପ୍ଲାଟୁନ ପୋଲିସ ଫୋର୍ସର ବ୍ୟବସ୍ଥା କରାଯାଇଛି। ସମସ୍ତ ଜିଲାବାସୀ ମହୋତ୍ସବରେ ସାମିଲ ହୋଇ ସଫଳ କରିବାକୁ ଜିଲା ସଂସ୍କୃତି ପରିଷଦ ପକ୍ଷରୁ ନିବେଦନ କରାଯାଇଛି। ଖୁସିର ସହ ଲୋକେ କିଭଳି ଏହାର ମଜା ଉଠାେଇବ ସେଥିପାଇଁ ସମସ୍ତ ଆୟାଜନ ହୋଇଛି। ପ୍ରତ୍ୟେକ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ରାଜ୍ୟ ଓ ରାଜ୍ୟ ବାହାର କଳାକାର ନିଜର କଳା ପ୍ରଦର୍ଶନ କରିବେ। ବୁଧବାର ଜିଲାର ଅଧିଷ୍ଠାତ୍ରୀ ଦେବୀ ମଁା ମଝିଘରିଆଣୀ ମନ୍ଦିରରୁ କଳସ ଯାତ୍ରା ବାହାରି ନଗର ପରିକ୍ରମା କରି ଚଇତି ମଣ୍ଡପରେ ପହଞ୍ଚିବ। ଏହାପରେ କଳା ଓ ସଂସ୍କୃତିର କାର୍ଯ୍ୟକ୍ରମ ଆରମ୍ଭ ହେବ। ଉଦଘାଟନି ଦିବସରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ଯୋଜନା ଓ ସମନ୍ବୟ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ସେହିପରି ୧୯ ତାରିଖରେ ମହିଳା ଓ ଶିଶୁ ବିକାଶ ବିଭାଗ ସଚିବ ଶୁଭା ଶର୍ମା, ବିଶାଖାପାଟଣା ଡିଆର୍‌ଏମ୍‌ ଅନୁପ ଶତପଥୀ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ୨୦ରେ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ମହିଳା ଓ ଶିଶୁବିକାଶ ମନ୍ତ୍ରୀ ବାସନ୍ତି ହେମ୍ବ୍ରମ ଯୋଗଦେବେ। ୨୧ରେ କୃଷି ସଚିବ ଅରବିନ୍ଦ ପାଢ଼ୀ ଓ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୁଳପତି ଚକ୍ରଧର ତ୍ରିପାଠୀ ଯୋଗଦେବେ। ଉଦଯାପନି ଦିବସରେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲିକ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଚଇତି ଏବଂ ପଲ୍ଲୀଶ୍ରୀ ମେଳା ପାଇଁ ସୁରକ୍ଷା ସହ ଟ୍ରାଫିକ୍‌ର ସୁପରିଚାଳନାକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri