୫ ବର୍ଷର ଶିଶୁକୁ ଝୁଣି ମାରିଲେ କୁକୁରପଲ

କୋକସରା,୨୪।୭(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ଥାନା ଖୁଣ୍ଟିଆ ଗାଁରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଗାଁର ଏକ ୫ ବର୍ଷର ଶିଶୁକୁ କୁକୁରପଲ ଗୋଡ଼ାଇ ଗୋଡ଼ାଇ କାମୁଡିବା ଫଳରେ ପିଲାଟିର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ଗାଁର ଲକ୍ଷ୍ମୀଧର ଧରୁଆଙ୍କ ୫ ବର୍ଷର ପୁଅ ବସନ୍ତ ଗୁରୁବାର ସାଙ୍ଗମାନଙ୍କ ସହ ଘର ନିକଟ ପୋଖରୀ ପାଖରେ ଖେଳୁଥିଲା। ଏହି ସମୟରେ ହଠାତ୍‌ କୁକୁର ପଲ ସେମାନଙ୍କୁ ଗୋଡ଼ାଇ ଥିଲେ। ସମସ୍ତେ ଦୌଡି ପଳାଇଯାଇଥିଲେ ମଧ୍ୟ ବସନ୍ତଙ୍କୁ କୁକୁରପଲ ମାଡି ବସି ଝୁଣି ପକାଇଥିଲେ। ବାଟରେ ଯାଉଥିବା ଲୋକେ ବସନ୍ତକୁ କୁକୁରଙ୍କ କବଳରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରିଥିଲେ। ପରିବାର ଲୋକେ ତାକୁ ନିକଟସ୍ଥ ପର୍ଲା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ ଧର୍ମଗଡ଼ ହସ୍ପିଟାଲକୁ ନେଇଥିଲେ। ଚିକିତ୍ସା ପରେ ପୁଅକୁ ଧରି ପରିବାର ଲୋକେ ଫେରିଥିଲେ। ହେଲେ ଶୁକ୍ରବାର ଶିଶୁଟିର ମୃତ୍ୟୁ ଘଟିଛି ା ଏହାକୁ ନେଇ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri