ମହୁମାଛି ଆକ୍ରମଣରେ ୬ ମାସର ଶିଶୁ ମୃତ

ଝରିଗାଁ,୪ା୩(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଫୁଲଝରି ଗ୍ରାମରେ ମହୁମାଛି ଆକ୍ରମଣରେ ଜଣେ ୬ ମାସର ଶିଶୁର ମୃତ୍ୟୁ ଘଟିଛି। ଉମରକୋଟ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ସକାଳ ୮ଟାରେ ଶିଶୁର ମୃତ୍ୟୁ ହୋଇଛି। ମହୁମାଛି ଆକ୍ରମଣରେ ଗୋଟିଏ ପରିବାରର ୪ ଜଣ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।
ସୂଚନା ଅନୁଯାୟୀ, ଫୁଲଝରି ଗ୍ରାମର ଟିକିରାମ ମାଝି ଶନିବାର ସକାଳ ୧୦ଟାରେ ସ୍ତ୍ରୀ ତୁଲା ଓ ୩ ଝିଅଙ୍କ ସହ ମିଶି ଘରଠାରୁ କିଛି ଦୂରରେ ଥିବା ମହୁଲଗଛରୁ ଫୁଲ ସଂଗ୍ରହ କରିବାକୁ ଯାଇଥିଲେ। ମହୁଲଫୁଲ ସଂଗ୍ରହ ବେଳେ ହଠାତ୍‌ ମହୁଲଗଛରେ ଥିବା ମହୁ ଫେଣାକୁ ଏକ ଚଢ଼େଇ ଖୁମ୍ପି ଦେଇଥିଲା। ଫଳରେ ଗଛ ତଳେ ମହୁଲଫୁଲ ସଂଗ୍ରହ କରୁଥିବା ଟିକିରାମଙ୍କ ପରିବାରକୁ ମହୁମାଛି ଅତର୍କିତ ଆକ୍ରମଣ କରିଥିଲେ। ସମସ୍ତଙ୍କ ମୁହଁ ଓ ଶରୀରରେ ମହୁମାଛି ଆକ୍ରମଣ କରିବାରୁ ପ୍ରାଣ ବିକଳରେ ଟିକିରାମ ତୁରନ୍ତ ପରିବାର ଲୋକଙ୍କ ସହ ଘରକୁ ଦୌଡ଼ି ପଳାଇ ଆସିଥିଲେ। ଗ୍ରାମବାସୀ ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସ୍ବାସ୍ଥ୍ୟକେନ୍ଦ୍ରରେ ସମସ୍ତଙ୍କ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ତେବେ ୬ ମାସର ଶିଶୁ ଅମ୍ବିକାର ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଉମରକୋଟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସା ପରେ ଅନ୍ୟ ୪ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ବେଳେ ରବିବାର ସକାଳେ ଚିକିତ୍ସାଧୀନ ଅବସ୍ଥାରେ ୬ ମାସର ଶିଶୁ ଅମ୍ବିକାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଫୁଲଝରି ଗ୍ରାମରେ ମହୁମାଛି ଆକ୍ରମଣରେ ଜଣେ ୬ ମାସର ଶିଶୁର ମୃତ୍ୟୁ ଘଟିଛି। ଉମରକୋଟ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ସକାଳ ୮ଟାରେ ଶିଶୁର ମୃତ୍ୟୁ ହୋଇଛି। ମହୁମାଛି ଆକ୍ରମଣରେ ଗୋଟିଏ ପରିବାରର ୪ ଜଣ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।
ସୂଚନା ଅନୁଯାୟୀ, ଫୁଲଝରି ଗ୍ରାମର ଟିକିରାମ ମାଝି ଶନିବାର ସକାଳ ୧୦ଟାରେ ସ୍ତ୍ରୀ ତୁଲା ଓ ୩ ଝିଅଙ୍କ ସହ ମିଶି ଘରଠାରୁ କିଛି ଦୂରରେ ଥିବା ମହୁଲଗଛରୁ ଫୁଲ ସଂଗ୍ରହ କରିବାକୁ ଯାଇଥିଲେ। ମହୁଲଫୁଲ ସଂଗ୍ରହ ବେଳେ ହଠାତ୍‌ ମହୁଲଗଛରେ ଥିବା ମହୁ ଫେଣାକୁ ଏକ ଚଢ଼େଇ ଖୁମ୍ପି ଦେଇଥିଲା। ଫଳରେ ଗଛ ତଳେ ମହୁଲଫୁଲ ସଂଗ୍ରହ କରୁଥିବା ଟିକିରାମଙ୍କ ପରିବାରକୁ ମହୁମାଛି ଅତର୍କିତ ଆକ୍ରମଣ କରିଥିଲେ। ସମସ୍ତଙ୍କ ମୁହଁ ଓ ଶରୀରରେ ମହୁମାଛି ଆକ୍ରମଣ କରିବାରୁ ପ୍ରାଣ ବିକଳରେ ଟିକିରାମ ତୁରନ୍ତ ପରିବାର ଲୋକଙ୍କ ସହ ଘରକୁ ଦୌଡ଼ି ପଳାଇ ଆସିଥିଲେ। ଗ୍ରାମବାସୀ ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସ୍ବାସ୍ଥ୍ୟକେନ୍ଦ୍ରରେ ସମସ୍ତଙ୍କ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ତେବେ ୬ ମାସର ଶିଶୁ ଅମ୍ବିକାର ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଉମରକୋଟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସା ପରେ ଅନ୍ୟ ୪ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ବେଳେ ରବିବାର ସକାଳେ ଚିକିତ୍ସାଧୀନ ଅବସ୍ଥାରେ ୬ ମାସର ଶିଶୁ ଅମ୍ବିକାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri