୬ ମାସର ଶିଶୁପୁତ୍ରଙ୍କୁ ମାରି ପୋତି ଦେଇଥିଲେ, ଅଭିଯୋଗ ପରେ ଚୌଦ୍ୱାର ପୋଲିସ ମାଟି ଖୋଳି…

ଚୌଦ୍ୱାର,୧୯ା୧୧(ଆଶୁତୋଷ ଦାସ)-ଥିଲେ ୫ ଝିଅ। ଛଅ ମାସ ତଳେ ଜନ୍ମ ହୋଇଥିଲା ଏକମାତ୍ର ପୁଅ। ହେଲେ ସେହି ପୁଅକୁ ହତ୍ୟା କରି ପୋତିଦେଇଥିବା ହୋଇଛି ଅଭିଯୋଗ। ଏଭଳି ଏକ ଅଭାବନୀୟ ଘଟଣା କଟକ ଜିଲା ଚୌଦ୍ୱାର ପୌରପାଳିକା ୮ନଂ. ୱାର୍ଡ ବ୍ୟାଘ୍ରବାହିନୀ ମନ୍ଦିର ନିକଟ ଆଦିବାସୀ ବସ୍ତିରେ ଦେଖିବାକୁ ମିଳିଛି। ୬ ମାସର ଶିଶୁପୁତ୍ରକୁ ତାଙ୍କ ମା’, ବାପା ମାରିଦେଇ ଓଟିଏମ୍‌ ସ୍କୁଲ ପଛପଟ ଏକ ଜଙ୍ଗଲିଆ ସ୍ଥାନରେ ପୋତି ଦେଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମାଟିତଳୁ ଶିଶୁପୁତ୍ରର ମୃତଦେହ ବାହାର କରି ବ୍ୟବଚ୍ଛେଦ ପାଇଁ ଏସ୍‌ସିବି ମେଡିକାଲ ପଠାଯାଇଛି। ଏହି ଘଟଣାରେ ପୋଲିସ ମୃତଶିଶୁର ମା’ ସୋମବାରୀ ହେମ୍ବ୍ରମ ଓ ବାପା ରାଜୁ ହେମ୍ବ୍ରମଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛି। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୨୬/୨୪) ରୁଜୁ ହୋଇଛି।

ଅଭିଯୋଗ ଅନୁଯାୟୀ, ରବିବାର ରାତିରେ ଶିଶୁପୁତ୍ର ତାଙ୍କ ମା’, ବାପାଙ୍କ ପାଖରେ ଶୋଇଥିବାବେଳେ ମୃତ୍ୟୁ ଘଟିଥିଲା। ପରେ ସେମାନେ ତରବରିଆ ଭାବେ କାହାକୁ କିଛି ନ ଜଣାଇ ମୃତଦେହକୁ ନେଇ ପୋତିଦେଇଥିଲେ। ତେଶୁ ଶିଶୁପୁତ୍ରଙ୍କୁ ତାଙ୍କ ମା’ବାପା ନିଶାସକ୍ତ ଅବସ୍ଥାରେ ହତ୍ୟା କରିଥିବା ଗ୍ରାମବାସୀ ଅଭିଯୋଗ କରି ଥାନାର ଦ୍ୱାରସ୍ଥ ହୋଇଛନ୍ତି।

ଟକ ଥିବା ସୋମବାରୀ ଓ ରାଜୁ କହିଛନ୍ତି, ପୁଅକୁ ଥଣ୍ଡା ଓ କଫ ହୋଇଥିଲା। ତେଣୁ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସା କରାଇବା ସହ ଔଷଧ ଖାଇବାକୁ ଦେଇଥିଲୁ। କଫ ଜାକିଦେବାରୁ ସୋମବାର ରାତିରେ ପୁଅର ମୃତ୍ୟୁ ଘଟିଥିଲା। ଗ୍ରାମବାସୀ ଆମ ନଁାରେ ମିଥ୍ୟା ଅଭିଯୋଗ କରୁଛନ୍ତି। ଅପରପକ୍ଷରେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ଥାନାଧିକାରୀ ବିଶ୍ୱରଞ୍ଜନ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri