ମା’ ବାପାଙ୍କ ଆଶାବାଡ଼ି ସାଜିଛନ୍ତି ୬ ବର୍ଷର ପୁଅ

ପିପିଲି,୨୧ା୫(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ଏନ୍‌ଏସି ଅନ୍ତର୍ଗତ ୧୧ନଂ. ୱାର୍ଡର ଏକ ପରିବାର ବହୁ ଦୁର୍ଦ୍ଦିନରେ ଜୀବନ ଅତିବାହିତ କରୁଥିବାବେଳେ ମା’ ଓ ମାନସିକଗ୍ରସ୍ତ ବାପାଙ୍କ ପାଇଁ ଆଶାବାଡ଼ି ସାଜିଛନ୍ତି ୬ ବର୍ଷୀୟ ସାଇ ଶୁଭମ। ଏହି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରସାରଣ ପରେ ଶନିବାର ତାଙ୍କୁ ପିପିଲି ଏନ୍‌ଏସି ଅଧ୍ୟକ୍ଷ ସେକ ବାବୁ ଓ ତାଙ୍କ ସହଯୋଗୀ ସହଯୋଗର ହାତ ବଢାଇଛନ୍ତି।
ଅଧ୍ୟକ୍ଷ ସେକ ବାବୁ ଓ ତାଙ୍କ ସହଯୋଗୀ ମଧ୍ୟାହ୍ନରେ ସାଇ ଶୁଭମ୍‌ ଓ ତାଙ୍କ ମା’ଙ୍କ ପାଇଁ କିଛି ନୂଆ ବସ୍ତ୍ର କିଣିବା ସହ କର୍ମୀଙ୍କ ସହ ତାଙ୍କ ଘରେ ପହଞ୍ଚି କିଛି ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଆଗାମୀ ଦିନରେ ସରକାରୀସ୍ତରରେ ବିଭିନ୍ନ ସହାୟତା ପ୍ରଦାନ ସହ ସାଇ ଶୁଭମ୍‌ଙ୍କ ସମସ୍ତ ପାଠପଢା ଖର୍ଚ୍ଚ ନିଜେ ବହନ କରିବେ ବୋଲି ଅଧ୍ୟକ୍ଷ ପ୍ରତିଶ୍ରୁତି ଦେଇଛନ୍ତି। ତାଙ୍କ ସହ ଅଞ୍ଚଳର କାଉନସିଲର ଏବଂ ସାମାଜିକ କର୍ମୀ ମଧ୍ୟ ସହଯୋଗର ହାତ ବଢାଇଛନ୍ତି। ଗଣମାଧ୍ୟମ ଏଭଳି ଘଟଣାକୁ ଲୋକଲୋଚନକୁ ଆଣିଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହାପରେ ପିପିଲି ଟାଏକୋଣ୍ଡୋ ଏକାଡେମୀ ପକ୍ଷରୁ ସାଇ ଶୁଭମଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଅନୁଷ୍ଠାନର ପ୍ରଶିକ୍ଷକ ନୃସିଂହ ସିଂ ଓ ଛାତ୍ରୀଛାତ୍ର ସାଇ ଶୁଭମଙ୍କ ଘରେ ପହଞ୍ଚି ତାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଏନେଇ ସାଇ ଓ ତାଙ୍କ ମା’ ଊର୍ମିଳା ସେଠୀ ସମସ୍ତ ଗଣମାଧ୍ୟମକୁ ଧନ୍ୟବାଦ ଜଣାଇଛନ୍ତି। ସୂଚନାଥାଉକି, ଗତ ୧୮ ତାରିଖରେ ପିପିଲି ଏନ୍‌ଏସି ୧୧ନଂ. ୱାର୍ଡ ପୁରୀ-ଭୁବନେଶ୍ୱର ମୁଖ୍ୟ ରାସ୍ତାକଡ଼ରେ ଗୋଟେ ୬ବର୍ଷୀୟ ସାଇ ଶୁଭମ ତାଙ୍କ ବାପାଙ୍କ ଛୋଟ ଦୋକାନକୁ ଜଗି ବସି ସେଠାରେ ପାଠ ପଢୁଥିବାର ଦୃଶ୍ୟ ସମସ୍ତଙ୍କୁ ଆଚମ୍ବିତ କରିଥିଲା। ତାଙ୍କୁ ପଚାରିବାରେ, ଦୋକାନରେ ବସି ବାପାଙ୍କୁ ସାହାଯ୍ୟ କରିବା ସହ ଆଗକୁ ବହୁତ ପାଠ ପଢି ସରକାରୀ ଚାକିରି କରିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri