ମା’ ବାପାଙ୍କ ଆଶାବାଡ଼ି ସାଜିଛନ୍ତି ୬ ବର୍ଷର ପୁଅ

ପିପିଲି,୨୧ା୫(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ଏନ୍‌ଏସି ଅନ୍ତର୍ଗତ ୧୧ନଂ. ୱାର୍ଡର ଏକ ପରିବାର ବହୁ ଦୁର୍ଦ୍ଦିନରେ ଜୀବନ ଅତିବାହିତ କରୁଥିବାବେଳେ ମା’ ଓ ମାନସିକଗ୍ରସ୍ତ ବାପାଙ୍କ ପାଇଁ ଆଶାବାଡ଼ି ସାଜିଛନ୍ତି ୬ ବର୍ଷୀୟ ସାଇ ଶୁଭମ। ଏହି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରସାରଣ ପରେ ଶନିବାର ତାଙ୍କୁ ପିପିଲି ଏନ୍‌ଏସି ଅଧ୍ୟକ୍ଷ ସେକ ବାବୁ ଓ ତାଙ୍କ ସହଯୋଗୀ ସହଯୋଗର ହାତ ବଢାଇଛନ୍ତି।
ଅଧ୍ୟକ୍ଷ ସେକ ବାବୁ ଓ ତାଙ୍କ ସହଯୋଗୀ ମଧ୍ୟାହ୍ନରେ ସାଇ ଶୁଭମ୍‌ ଓ ତାଙ୍କ ମା’ଙ୍କ ପାଇଁ କିଛି ନୂଆ ବସ୍ତ୍ର କିଣିବା ସହ କର୍ମୀଙ୍କ ସହ ତାଙ୍କ ଘରେ ପହଞ୍ଚି କିଛି ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଆଗାମୀ ଦିନରେ ସରକାରୀସ୍ତରରେ ବିଭିନ୍ନ ସହାୟତା ପ୍ରଦାନ ସହ ସାଇ ଶୁଭମ୍‌ଙ୍କ ସମସ୍ତ ପାଠପଢା ଖର୍ଚ୍ଚ ନିଜେ ବହନ କରିବେ ବୋଲି ଅଧ୍ୟକ୍ଷ ପ୍ରତିଶ୍ରୁତି ଦେଇଛନ୍ତି। ତାଙ୍କ ସହ ଅଞ୍ଚଳର କାଉନସିଲର ଏବଂ ସାମାଜିକ କର୍ମୀ ମଧ୍ୟ ସହଯୋଗର ହାତ ବଢାଇଛନ୍ତି। ଗଣମାଧ୍ୟମ ଏଭଳି ଘଟଣାକୁ ଲୋକଲୋଚନକୁ ଆଣିଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହାପରେ ପିପିଲି ଟାଏକୋଣ୍ଡୋ ଏକାଡେମୀ ପକ୍ଷରୁ ସାଇ ଶୁଭମଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଅନୁଷ୍ଠାନର ପ୍ରଶିକ୍ଷକ ନୃସିଂହ ସିଂ ଓ ଛାତ୍ରୀଛାତ୍ର ସାଇ ଶୁଭମଙ୍କ ଘରେ ପହଞ୍ଚି ତାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଏନେଇ ସାଇ ଓ ତାଙ୍କ ମା’ ଊର୍ମିଳା ସେଠୀ ସମସ୍ତ ଗଣମାଧ୍ୟମକୁ ଧନ୍ୟବାଦ ଜଣାଇଛନ୍ତି। ସୂଚନାଥାଉକି, ଗତ ୧୮ ତାରିଖରେ ପିପିଲି ଏନ୍‌ଏସି ୧୧ନଂ. ୱାର୍ଡ ପୁରୀ-ଭୁବନେଶ୍ୱର ମୁଖ୍ୟ ରାସ୍ତାକଡ଼ରେ ଗୋଟେ ୬ବର୍ଷୀୟ ସାଇ ଶୁଭମ ତାଙ୍କ ବାପାଙ୍କ ଛୋଟ ଦୋକାନକୁ ଜଗି ବସି ସେଠାରେ ପାଠ ପଢୁଥିବାର ଦୃଶ୍ୟ ସମସ୍ତଙ୍କୁ ଆଚମ୍ବିତ କରିଥିଲା। ତାଙ୍କୁ ପଚାରିବାରେ, ଦୋକାନରେ ବସି ବାପାଙ୍କୁ ସାହାଯ୍ୟ କରିବା ସହ ଆଗକୁ ବହୁତ ପାଠ ପଢି ସରକାରୀ ଚାକିରି କରିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?