Posted inଫୁରସତ

୩୬ ବର୍ଷ ଗର୍ଭଧାରଣ କରିଥିଲେ ୬୦ ବର୍ଷୀୟ

ମୁମ୍ବାଇ

୩ ଦଶନ୍ଧିରୁ ଅଧିକ ସମୟ ଧରି ଜଣେ ୬୦ ବର୍ଷୀୟ ବ୍ୟକ୍ତି ୨ଟି ଯାଅଁାଳା ଶିଶୁକୁ ଗର୍ଭରେ ଧାରଣ କରିଥିଲେ। ଏଥିପାଇଁ ତାଙ୍କୁ ଲୋକେ ଗର୍ଭବତୀ ପୁରୁଷ ବୋଲି ଡାକୁଥିଲେ।
ମହାରାଷ୍ଟ୍ରର ନାଗପୁର ଅଞ୍ଚଳର ସଞ୍ଜୁ ଭଗତ ଏକ ବିରଳ ରୋଗରେ ଆକ୍ରାନ୍ତ ହୋଇଥିଲେ। ତାଙ୍କର ଏପରି ଶରୀରର ଅବସ୍ଥାକୁ ‘ଭ୍ରୂଣରେ ଭ୍ରୂଣ’ ବୋଲି କୁହାଯାଏ, ଯାହା ଏକ ଅଦୃଶ୍ୟ ଯାଅଁାଳା ସିଣ୍ଡ୍ରୋମର ଏକ ଉଦାହରଣ। ସୂଚନା ମୁତାବକ, ସଞ୍ଜୁ କାର୍ଯ୍ୟବ୍ୟସ୍ତତା ମଧ୍ୟରେ ତାଙ୍କ ପେଟଫୁଲାକୁ ଅଣଦେଖା କରିଥିଲେ। ଲୋକେ ତାଙ୍କୁ ଉପହାସ କରିବା ସହ ପରିବାର ମଧ୍ୟ ଚିନ୍ତାରେ ରହୁଥିଲେ। ୧୯୯୯ରେ ତାଙ୍କ ପେଟ ଫୁଲିବା କାରଣରୁ ସେ ଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କଲେ। ଡାକ୍ତରଙ୍କ ପାଖକୁ ଯିବାରୁ ତାଙ୍କର ଟ୍ୟୁମର ହୋଇଥିବା ଡାକ୍ତର ପ୍ରଥମେ କହିଥିଲେ। ଏହା ପରେ ତାଙ୍କର ଅସ୍ତ୍ରୋପଚାର ସମୟରେ ତାଙ୍କ ପେଟରୁ ବଡ଼ ମାଂସ ମିଳିବା ବଦଳରେ ୨ଟି ବିକଶିତ ଭ୍ରୂଣ ଦେଖିବାକୁ ପାଇଥିଲେ ଡାକ୍ତର। ଏହି ‘ଭ୍ରୂଣରେ ଭ୍ରୂଣ’ ଏପରି ଏକ ଅବସ୍ଥା, ଯେତେବେଳେ ଏକ ଯାଅଁାଳ ପ୍ରାରମ୍ଭିକ ବିକାଶ ସମୟରେ ଅନ୍ୟ ଏକ ଯାଅଁାଳ ଶରୀରକୁ ଆବଦ୍ଧ କରିଥାଏ। ପରେ ବଞ୍ଚତ୍ଥିବା ଯାଅଁାଳ ଶରୀରରେ ଏକ ଅସାଧାରଣ ମାଂସ ଗଠନ କରେ।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri