ପୋଖରୀରେ ବୁଡି ୭ ବର୍ଷ ବାଳକଙ୍କ ମୃତ୍ୟୁ

ବେଗୁନିଆପଡ଼ା,୧୧।୪(ଡି.ଏନ.ଏ.): ଗାଧୋଇବା ବେଳେ ପୋଖରୀରେ ବୁଡିଗଲେ ୭ ବର୍ଷର ବାଳକ(ଶରତ ପ୍ରଧାନ)। ଗଞ୍ଜାମ ଜିଲା କୋଦଳା ନିକଟସ୍ଥ ଦେଓଗାଁ ଗ୍ରାମରେ ଆଜି ଏଭଳି ଏକ ଅଭାବନୀୟ ଘଟଣା ଘଟିଛି।

ସୂଚନା ଅନୁସାରେ ଦେଓଗାଁ ବ୍ରାହ୍ମଣ ଗାଡିଆ ପୋଖରୀକୁ ଗାଧୋଇବାକୁ ଯାଇଥିଲେ ଶରତ। ତେବେ ଗାଧୋଇବାକୁ ଯାଇ ଅସାବଧାନତା ବଶତଃ ଗୋଡ଼ ଖସି ଯିବାରୁ ପୋଖରୀରେ ବୁଡି ଯାଇଥିଲେ। ସ୍ଥାନୀୟ ଲୋକେ ଶରତକୁ ବୁଡି ଯାଉଥିବା ଦେଖି ତୁରନ୍ତ ଉଦ୍ଧାର କରିଥିଲେ। ଖବରପାଇ ପରିବାର ଲୋକେ ଶରତଙ୍କୁ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।
ଏଭଳି ଘଟଣା ପରେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସେପଟେ ଏକମାତ୍ର ପୁତ୍ର ଶରତକୁ ହରାଇ ବାପା ପୂର୍ଣଚନ୍ଦ୍ର ଓ ମା’ ରେଣୁ ଦୁଃଖରେ ଭାଙ୍ଗି ପଡିଛନ୍ତି। ଶରତ ତୃତୀୟ ଶ୍ରେଣୀର ଛାତ୍ର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

ଭୀମଭୋଇ ସାମର୍ଥ୍ୟ ଶିବିର: ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ

କର୍ଲାମୁଣ୍ଡା,୩୧।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ବ୍ଳକସ୍ତରୀୟ ଭୀମଭୋଇ ସାମର୍ଥ୍ୟ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ବ୍ଲକ ଅଧ୍ୟକ୍ଷ…

ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲେ କାର୍ତ୍ତିକ ଆର୍ଯ୍ୟନ: ମୁଖ୍ୟମନ୍ତ୍ରୀ କହିଲେ ବାଃ ବାଃ

ଆସାମରେ ଭୟଙ୍କର ବନ୍ୟା। ଲକ୍ଷ ଲକ୍ଷ ଲୋକ ନିଜ ଘର ଛାଡି ବିସ୍ଥାପିତ ହୋଇଛନ୍ତି। ଅନେକ ଲୋକଙ୍କ ଜୀବନ ଯାଇଛି ଏବଂ ପରିସ୍ଥିତି ଖରାପ ଆଡ଼କୁ ଗତି…

ରୋଟାରୀ କ୍ଲବର ଅଧିଷ୍ଠାନ, ଚାର୍ଟର ଦିବସ ପାଳିତ: ନୂଆ ସଭାପତି, ସମ୍ପାଦକ ଭାବେ ଦାୟିତ୍ୱ ନେଲେ…

ଛତ୍ରପୁର, ୩୧।୭(ଦିଲ୍ଲୀପ ସାମଲ /ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ରୋଟାରୀ କ୍ଲବର ଅଧିଷ୍ଠାନ ଦିବସ ଗୁରୁବାର କ୍ଲବ ପରିସରରେ ଆୟୋଜିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ସାହୁଙ୍କ ସଭାପତିତ୍ୱରେ…

‘ପରିବାରର ମୁଖ୍ୟ ପରି ଛାତ୍ରମାନଙ୍କ କଥା ଶୁଣିଥିଲେ ପ୍ରଧାନମନ୍ତ୍ରୀ ମୋଦି,’ ଆଣ୍ଟି ପେପର ଲିକ ବିଲକୁ ନେଇ ଏମିତି କହିଲେ ରାଘବ ଚଢା, ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୩୧।୭: ରାଜ୍ୟ ସଭାରେ ସାଧାରଣ ପରୀକ୍ଷା (ଅନ୍ୟାୟ ନିବାରଣ) ସଂଶୋଧନ ବିଲ, 2026 ଉପରେ ଆଲୋଚନା ସମୟରେ, ଆମ ଆଦମୀ ପାର୍ଟିରୁ ଭାଜପାରେ ଯୋଗ ଦେଇଥିବା ସାଂସଦ…

ଫୁଲୁଛି ବିରୂପା, ନଦୀକୂଳିଆ ଗାଁ ଲୋକେ ଆତଙ୍କିତ

ଡେରାବିଶ,୩୧ା୭(ବେବର୍ତ୍ତା ଅଜୟ ଦାସ): ବିରୂପା ନଦୀରେ ବନ୍ୟାଜଳ ବୃଦ୍ଧି ପାଉଛି। ଏହାକୁ ନେଇ ଡେରାବିଶ ବ୍ଲକ ଅଧିନ ବେଣିପୁର, ମଙ୍ଗଳପୁର ଓ ଛୋଟି ପଞ୍ଚାୟତର ନଦୀକୂଳିଆ ଅଧିବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri