ଜନ୍ମ ହେବା ପରେ ଆଶ୍ଚର୍ଯ୍ୟ କରିଦେଲା ଶିଶୁ, ରହିଛି ୩୨ ଦାନ୍ତ

ନୂଆଦିଲ୍ଲୀ, ୨୦ା୭: ସାଧାରଣତଃ ଶିଶୁଟିଏ ଜନ୍ମ ହେଲା ବେଳେ ତାର ଦାନ୍ତ ଉଠି ନଥାଏ । ସମୟ କ୍ରମେ ଧିରେ ଧିରେ ଦାନ୍ତ ଉଠିଥାଏ ଏବଂ ସେହି ଦାନ୍ତ ଉପୁଡ଼ି ଆଉ ନୂଆ ଦାନ୍ତ ଉଠିଥାଏ । ଅର୍ଥାତ ପିଲାମାନେ ଦାନ୍ତ ବିନା ଜନ୍ମ ହୁଅନ୍ତି । କିନ୍ତୁ ଏହା ସମ୍ଭବ କି ଗୋଟିଏ ଶିଶୁ ୩୨ ଦାନ୍ତ ସହ ଜନ୍ମ ନେବା ? ତେବେ ଏହି ଘଟଣା ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ବହୁତ କ୍ୱଚିତ୍‌ କ୍ଷେତ୍ରରେ, ଶିଶୁଟି ଦାନ୍ତ ସହିତ ଜନ୍ମ ନିଏ । ସୋସିଆଲ ମିଡିଆ ଆପ ଇନଷ୍ଟାଗ୍ରାମରେ ଏପରି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ଜଣେ ଶିଶୁ ବିଷୟରେ ତାଙ୍କ ମା କହିଛନ୍ତି ଯେ ସେ ୩୨ ଦାନ୍ତ ସହିତ ଜନ୍ମ ହୋଇଛି ।

ଯେତେବେଳେ ଶିଶୁମାନେ ବଡ ହୁଅନ୍ତି, ସେତେବେଳେ ସେମାନଙ୍କର କ୍ଷୀର ଦାନ୍ତ ମଧ୍ୟ ବିକଶିତ ହେବାକୁ ଲାଗେ । ୨୦ ବର୍ଷ ବୟସ ପରେ ଏଗୁଡ଼ିକର ବିକାଶ ହୋଇଥିବା ଦେଖାଯାଇଛି । କିନ୍ତୁ ଏହି ଶିଶୁଟିର ସମ୍ପୂର୍ଣ୍ଣ ୩୨ଟି ଦାନ୍ତ ଅଛି। ଯେଉଁଥିରେ ଶିଶୁର ଜ୍ଞାନ ଦାନ୍ତ ମଧ୍ୟ ରହିଛି । ତେବେ ଏହି ଅସ଼୍ବଭାବିକ ଘଟଣା ଶିଶୁଟିର ମାଆ ସେୟାର କରିବା ପରେ ସାମ୍ନାକୁ ଆସିଛି । ସେ ଏକ ଭିଡିଓ ପୋଷ୍ଟ କରି ଶିଶୁଟିକୁ ଏକ ଅସାଧାରଣ ରୋଗ ହୋଇଥିବା କହିଛନ୍ତି । ଏଥିସହିତ ସେ ଶିଶୁଟିର କିଛି ଫଟୋ ମଧ୍ୟ ସେୟାର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୦ ବର୍ଷ ବୟସରେ କମାଲ କଲେଣି ବୈଭବ ସୂର୍ଯ୍ୟବଂଶୀଙ୍କ ସାନ ଭାଇ

ପାଟନା,୧୩।୬: ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବ୍ୟାଟିଂରେ ଚହଳ ସୃଷ୍ଟି କରି ଟିମ ଇଣ୍ଡିଆରେ ସ୍ଥାନ ପାଇଥିଲେ ଏବଂ ଏବେ ତାଙ୍କ ସାନ ଭାଇ ସମାନ ପ୍ରଭାବ ପକାଇବାକୁ…

ପଟ୍ଟାଜମିରେ ଚାଲିଥିଲା ମାଇନିଂ ଗାଡ଼ି, ପ୍ରଶାସନର ପ୍ରତିଶ୍ରୁତି ପରେ ବି ମିଳିଲାନି ନ୍ୟାୟ, ଶେଷରେ…

ବଣାଇଁ,୧୩ା୬(ପ୍ରଦୀପ ତ୍ରିପାଠୀ): ଖଣି ସମୃଦ୍ଧ ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଆସିଛି ପ୍ରଶାସନିକ ଅବହେଳା ଓ ଜନ ଅସନ୍ତୋଷର ଏକ ସାଂଘାତିକ ଚିତ୍ର। ନିଜ ପଟ୍ଟା ଜମି…

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri