ଖେଳୁଖେଳୁ ପୋଖରୀରେ ପଡ଼ିଗଲା ଶିଶୁପୁତ୍ର, ଖୋଜାଖୋଜି କରିବାରୁ…

ତିହିଡ଼ି,୫ା୧୨(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଚିଲପଦା ଗ୍ରାମରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପୋଖରୀରୁ ଆଜି ପୂର୍ବାହ୍ନରେ ଜଣେ ଶିଶୁପୁତ୍ରର ମୃତଦେହ ମିଳିଛି। ମୃତ ଶିଶୁର ନାଁ ଦିନେଶ (୩)ଏବଂ ସେ ଦିଲୀପ ମଳିକଙ୍କ ପୁଅ ବୋଲି ଜଣାଯାଇଛି। ଦିନେଶ ଖେଳୁଥିବା ସମୟରେ ତାଙ୍କ ଘର ନିକଟସ୍ଥ ଏକ ପୋଖରୀରେ ପଡ଼ିଯାଇଥିଲା। ପରେ ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ଶିଶୁପୁତ୍ରକୁ ପୋଖରୀ ମଧ୍ୟରୁ ପାଇଥିଲେ। ତାକୁ ଚିକିତ୍ସା ପାଇଁ ତିହିଡ଼ି ଡାକ୍ତରଖାନାକୁ ନିଆଯାଇଥିଲେ ମଧ୍ୟ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ଏହି ଦୁଃଖଦ ଖବର ଗ୍ରାମରେ ଶୋକର ଛାୟା ଖେଳାଇ ଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ଉଠିଲେ ପାଣି ପାଇଁ ସଂଘର୍ଷ: ୩୦ ପରିବାରକୁ ଗୋଟିଏ ନଳକୂପ

ଦାରିଙ୍ଗବାଡି, ୫/୧୨ (ଅରୁଣ ସାହୁ): ଭୋର ଉଠିଲେ ପିଇବା ଓ ବ୍ୟବହାର କରିବାକୁ ପାଣି ପାଇଁ ସଂଘର୍ଷ କରିବାକୁ ପଡୁଛି। ଦିନେ କି ୨ ଦିନ...

୨୦୨୫-୨୬ ଆର୍ଥିକ ବର୍ଷର ଖରିବ ଧାନ କ୍ରୟ ଶୁଭାରମ୍ଭ

ଲୋଇସିଂହା,୫।୧୨(ସୁଶାନ୍ତ ବାରିକ) ବଲାଙ୍ଗୀର ଡିଏଲ ପିସି ବୈଠକରେ ହୋଇଥିବା ଧାର୍ଯ୍ୟ ତାରିଖ ଅନୁଯାୟୀ ଡିସେମ୍ବର ୫ ତାରିଖରୁ ଜିଲାର ଲୋଇସିଂହା ପାକ୍ସରୁ ଜିଲ୍ଲାସ୍ତରୀୟ ୨୦୨୫-୨୬ ଆର୍ଥିକ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍‌

ପାଟଣା,୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର...

ଗଞ୍ଜେଇ ହେରଫେର: ଫୁଲବାଣୀ ସଦର ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ,୫ା୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସଦର ଥାନା ଅଧିକାରୀ ସତୀଶ ଚନ୍ଦ୍ର ନାୟକଙ୍କୁ ରାଜ୍ୟ ଗୃହ ବିଭାଗ ନିଲମ୍ବନ କରିଛି। ତାଙ୍କ ନାମରେ...

ଏହି ଭୟଙ୍କର ଜୀବର ଚମଡ଼ାରୁ ତିଆରି ଘଣ୍ଟା ପିନ୍ଧନ୍ତି ପୁଟିନ୍‌, ଦାମ୍‌ ଜାଣିଲେ…

ମସ୍କୋ,୫ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏହି ଗସ୍ତ ଉଭୟ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି।...

୧.୫ ବର୍ଷର ନିଜ ଝିଅକୁ ଗଛରେ ଝୁଲାଇ ହତ୍ୟା କଲା ପିଶାଚୀ ମା’

ପୁରୀ,୫।୧୨: ପାରିବାରିକ କଳହର ଏକ ଅତ୍ୟନ୍ତ ଦୁଃଖଦ ପରିଣାମରେ, ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରେ ଜଣେ ମା’ ନିଜର ଦେଢ଼ ବର୍ଷର ଶିଶୁ କନ୍ୟାକୁ ହତ୍ୟା...

ପୁଟିନଙ୍କ ଭାରତ ଗସ୍ତକୁ ଦେଖି ଚିଡି ଗଲାଣି ପାକିସ୍ତାନ, କହିଲା ଆମର ବି ଏଠିକୁ ଆସୁଛନ୍ତି ରାଜା…

ଇସଲାମାବାଦ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ପାକିସ୍ତାନବାସୀଙ୍କୁ ଚିନ୍ତାରେ ପକାଇବା ସହ ବିଚଳିତ କରିଛି ଯେ ପୁଟିନ କାହିଁକି କେବେ ସେମାନଙ୍କ ଦେଶକୁ...

ଇଣ୍ଡିଗୋ ବିମାନ ବାତିଲ୍; ନିଜ ରିସେପ୍ସନ୍‌ରେ ଅନ୍‌ଲାଇନ୍ ସାମିଲ ହେଲେ ଓଡ଼ିଶାର ଏହି ଦମ୍ପତି

ଭୁବନେଶ୍ୱର,୫।୧୨: ବିମାନ ବାତିଲ୍ ଯୋଗୁଁ କର୍ଣ୍ଣାଟକର ହୁବଳିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଇଣ୍ଡିଗୋ ଏୟାରଲାଇନ୍ସର ବ୍ୟାପକ ବିମାନ ବାତିଲ୍ ହେତୁ ଜଣେ ନବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri