ଖେଳୁଖେଳୁ ପୋଖରୀରେ ପଡ଼ିଗଲା ଶିଶୁପୁତ୍ର, ଖୋଜାଖୋଜି କରିବାରୁ…

ତିହିଡ଼ି,୫ା୧୨(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଚିଲପଦା ଗ୍ରାମରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପୋଖରୀରୁ ଆଜି ପୂର୍ବାହ୍ନରେ ଜଣେ ଶିଶୁପୁତ୍ରର ମୃତଦେହ ମିଳିଛି। ମୃତ ଶିଶୁର ନାଁ ଦିନେଶ (୩)ଏବଂ ସେ ଦିଲୀପ ମଳିକଙ୍କ ପୁଅ ବୋଲି ଜଣାଯାଇଛି। ଦିନେଶ ଖେଳୁଥିବା ସମୟରେ ତାଙ୍କ ଘର ନିକଟସ୍ଥ ଏକ ପୋଖରୀରେ ପଡ଼ିଯାଇଥିଲା। ପରେ ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ଶିଶୁପୁତ୍ରକୁ ପୋଖରୀ ମଧ୍ୟରୁ ପାଇଥିଲେ। ତାକୁ ଚିକିତ୍ସା ପାଇଁ ତିହିଡ଼ି ଡାକ୍ତରଖାନାକୁ ନିଆଯାଇଥିଲେ ମଧ୍ୟ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ଏହି ଦୁଃଖଦ ଖବର ଗ୍ରାମରେ ଶୋକର ଛାୟା ଖେଳାଇ ଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହର୍ମୁଜ ପ୍ରଣାଳୀ ବନ୍ଦ କଲା ଇରାନ, ଆମରିକା ଉପରେ ଲଗାଇଲା ସାଂଘାତିକ ଅଭିଯୋଗ

ତେହରାନ,୧୮।୪: ଇରାନ ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବାର ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର କରିଛି। ଏହି ପଦକ୍ଷେପ ଦ୍ୱାରା ଏହାର ଅବରୋଧ ହଟିବ ନାହିଁ ବୋଲି ଆମେରିକା କହିବା…

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବା ପରେ କାହିଁକି ଦେଶକୁ ସମ୍ବୋଧିତ କରିବେ ମୋଦି? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୮।୪: ଦେଶରେ ମହିଳା ସଂରକ୍ଷଣ ବିଲକୁ ନେଇ ତୀବ୍ର ରାଜନୈତିକ ଉତ୍ତେଜନା ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତି ୮ଟା ୩୦ରେ ଦେଶକୁ ସମ୍ବୋଧିତ କରିବାକୁ…

ହଟିବେ ହେଡ କୋଚ?କେଭିନ ପିଟରସନଙ୍କ ବଡ଼ ଦାବି, ମ୍ୟାକକୁଲମ ହେବେ KKRର ପ୍ରଶିକ୍ଷକ

ନୂଆଦିଲ୍ଲୀ,୧୮।୪: କୋଲକାତା ନାଇଟ ରାଇଡର୍ସ (କେକେଆର) ୨୦୨୬ ଆଇପିଏଲ ସିଜିନରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ସଙ୍କଟର ସମ୍ମୁଖୀନ ହେଉଛି। ୧୭ ଏପ୍ରିଲ ଶୁକ୍ରବାର, ଦଳ ଗୁଜୁରାଟ ଟାଇଟାନ୍ସ…

ହଠାତ୍‌ ନୀତିଶଙ୍କ ପୁଅଙ୍କୁ ମିଳିଲା ଉପମୁଖ୍ୟମନ୍ତ୍ରୀଙ୍କ ଭଳି ‘Z’ ସୁରକ୍ଷା, ବିହାର ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୧୮।୪: ବିହାରରେ ସୁରକ୍ଷା ବ୍ୟବସ୍ଥାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ପୂର୍ୱତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପୁଅ ନିଶାନ୍ତ ଏବଂ ପୂର୍ୱତନ ମନ୍ତ୍ରୀ ଶ୍ରବଣ କୁମାରଙ୍କ ସୁରକ୍ଷାକୁ ଆହୁରି…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri