Posted inଜାତୀୟ

ନ୍ୟାୟ ପ୍ରଦାନ ସମୟ-ପ୍ରକ୍ରିୟା ମଧ୍ୟରେ ସନ୍ତୁଳନ ଅପରିହାର୍ଯ୍ୟ…

ନୂଆଦିଲ୍ଲୀ, ୨୦।୮ : ସଶସ୍ତ୍ର ବାହିନୀ ଟ୍ରିବ୍ୟୁନାଲ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଶନିବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଯୋଗଦେଇ ସଶସ୍ତ୍ର ବାହିନୀକୁ ଠିକ ସମୟରେ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏକ ସେମିନାରକୁ ସମ୍ବୋଧିତ କରି ରାଜନାଥ ସିଂ କହିଛନ୍ତି, ଆମେ ପ୍ରାୟତଃ ନ୍ୟାୟ ବିଳମ୍ବ ବିଷୟରେ କହୁଛୁ ଏବଂ ନ୍ୟାୟରୁ ବଞ୍ଚିତ ହେଉଥିବା ସମ୍ପର୍କରେ ଚର୍ଚ୍ଚା କରୁଛୁ। ତେଣୁ ଏକ ବ୍ୟବସ୍ଥିତ ପ୍ରକ୍ରିୟା ବିକାଶ କରି ଧାର୍ଯ୍ୟ ସମୟ ମଧ୍ୟରେ ନ୍ୟାୟ ପ୍ରଦାନକୁ ନିଶ୍ଚିତ କରିବାକୁ ଚେଷ୍ଟା କରିବା ଉଚିତ ବୋଲି ସେ କହିଛନ୍ତି।

ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି, ଏହା କରିବାବେଳେ ମଧ୍ୟ ଆମେ ସଚେତନ ହେବା ଆବଶ୍ୟକ। ନ୍ୟାୟ ପ୍ରଦାନରେ ସମୟ ଏବଂ ପ୍ରକ୍ରିୟା ମଧ୍ୟରେ ସନ୍ତୁଳନ ବଜାୟ ରଖିବା ଆଜିର ସମୟର ଏକ ଗୁରୁତ୍ୱପୂର୍ଣ୍ଣ ଚାହିଦା ବୋଲି ସେ କହିଛନ୍ତି। ଏହା ନ୍ୟାୟ ପାଇଁ ଅପରିହାର୍ଯ୍ୟ।

ଆଇଦଜୀବୀଙ୍କ ଅବଦାନ ବିନା ସ୍ବାଧୀନ ଭାରତ ସମ୍ଭବ ହୋଇ ପାରି ନଥାନ୍ତା। ଦେଶର ସ୍ବାଧୀନତା ସଂଗ୍ରାମରେ ଆଇନଜୀବୀମାନଙ୍କର ଅବଦାନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି। ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ସି ରାଜାଗୋପାଲଚାରୀ, ବାଲ ଗଙ୍ଗାଧର ତିଲକ, ଡକ୍ଟର ରାଜେନ୍ଦ୍ର ପ୍ରସାଦ, ଏସ ଶ୍ରୀନିବାସ ଆୟେଙ୍ଗର, ସର୍ଦ୍ଦାର ପଟେଲ କିମ୍ବା ଡକ୍ଟର ଭୀମରାଓ ଆମ୍ବେଡକର ପ୍ରମୁଖଙ୍କ ଅବଦାନ ବିନା ଭାରତ ଗଠନ ସମ୍ଭବ ହୋଇ ନଥାନ୍ତା।

କୋର୍ଟଙ୍କୁ ଅଧିକ ଉତ୍ତରଦାୟୀ କରିବାକୁ ସରକାର ନିରନ୍ତର ଉଦ୍ୟମ କରୁଛନ୍ତି ବୋଲି ସେ କହିଛନ୍ତି। ସେବାରତ ତଥା ପୂର୍ବତନ ସୈନ୍ୟଙ୍କୁ ସେବା ପ୍ରଦାନ କରିବା ସହିତ ସେମାନଙ୍କ ଆଶା ଆକାଂକ୍ଷା ପୂରଣ କରିବାରେ ସଶସ୍ତ୍ର ବାହିନୀ ଟ୍ରିବ୍ୟୁନାଲ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri