ଭୟଙ୍କର ଆତଙ୍କ: ଗୁହାଳେ ପଶି ୧୫ ଛେଳିମେଣ୍ଢାଙ୍କୁ ମାରିଲା କଲରାପତରିଆ

ନୂଆପଡ଼ା/ବୋଡେନ,୩ା୧୨ (ମକାରୁ ବେମାଲ/ଟିକେଶ୍ୱର ନାଗ): ନୂଆପଡ଼ା ଜିଲା ବୋଡେନ ବ୍ଲକ କର୍ଲାକୋଟ ପଞ୍ଚାୟତ କିରେଝୋଲା ଗାଁ ସର୍ଗିମୁଣ୍ଡାରେ ସୋମବାର ରାତିରେ ଏକ କଲରାପତରିଆ ବାଘ ଜଣେ ବ୍ୟକ୍ତିଙ୍କ ଗୁହାଳରେ ପଶି ୧୫ରୁ ଊର୍ଦ୍ଧ୍ୱ ଛେଳିମେଣ୍ଢାଙ୍କୁ ମାରିଦେଇଛି।ଏହାକୁ ନେଇ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି। ସୂଚନା ଅନୁଯାୟୀ, ସର୍ଗିମୁଣ୍ଡାର ଛେଳି ଚାଷୀ ବେଦବର ମାଝି ନିଜର ୪୦ରୁ ଅଧିକ ଛେଳିମେଣ୍ଢାଙ୍କୁ ଜଙ୍ଗଲରୁ ଚରାଇ ଆଣି ସନ୍ଧ୍ୟାରେ ଗୁହାଳରେ ବାନ୍ଧି ରଖିଥିଲେ। ଏପରିସ୍ଥଳେ ସୋମବାର ମଧ୍ୟରାତ୍ରରେ ନିକଟ ଜଙ୍ଗଲରୁ ଏକ କଲରାପତରିଆ ବାଘ ଆସି ଗୁହାଳ ଭିତରେ ପଶି ୧୫ ଛେଳିମେଣ୍ଢାଙ୍କୁ ମାରିଥିଲା। ବାଘଟି ୨ଟି ମେଣ୍ଢାର ପେଟକୁ ଫାଡି ଖାଇଥିବାବେଳେ ୧୩ଟିକୁ ମାରି ଦେଇଛି। ଗୁହାଳ ପାଖରେ କେତେକ ମୃତ ମେଣ୍ଢା ପଡିରହିଥିବା ବେଳେ ଆଉ କେତେକଙ୍କୁ ଗୁହାଳରୁ ଜଙ୍ଗଲ ଭିତରକୁ ଟାଣି ନେଇଛି। ମଙ୍ଗଳବାର ଖଇରା ପ୍ରାଣୀ ସମ୍ପଦ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ମୃତ ଛେଳିମେଣ୍ଢାଙ୍କ ବ୍ୟବଚ୍ଛେଦ କରିଛନ୍ତି। ଖଡିଆଳ ବନ ବିଭାଗ କର୍ମଚାରୀ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଗାଁ ଓ ଜଙ୍ଗଲ ଭିତରେ ଟ୍ରାପ କ୍ୟାମେରା ଲଗାଇ ବାଘର ଗତିବିଧି ଉପରେ ନଜର ରଖିଛନ୍ତି। ଘଟଣା ପରେ ଲୋକେ ଭୟରେ ବାହାରକୁ ଯାଉ ନାହାନ୍ତି। ବନ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସଚେତନ କରାଯାଉଛି। ଗାଁ ପାଖରେ ଥିବା ଗୁରୁ ଡଙ୍ଗର ଜଙ୍ଗଲରୁ ବାଘ ଆସିଥିବା ଗ୍ରାମବାସୀ ଅନୁମାନ କରୁଛନ୍ତି। ଖଡିଆଳ ବନ ବିଭାଗ ରେଞ୍ଜର ଜୟଦେବ ମାଝି ମୃତ ଛେଳିମେଣ୍ଢାଙ୍କ ମୂଲ୍ୟ ଆକଳନ କରି କ୍ଷତିପୂରଣ ବାବଦକୁ ସହାୟତା ଯୋଗାଇ ଦିଆଯିବ। କଲରାପତରିଆ ବାଘ ଏଭଳି ଘଟଣା ଘଟାଇଥିବା ଅନୁମାନ କରାଯାଉଛି ବୋଲି ରେଞ୍ଜର କହିଛନ୍ତି। ଗୁହାଳ ଓ ମୃତ ଛେଳିମେଣ୍ଢା ପଡିଥିବା ସ୍ଥାନରେ ବାଘର ପାଦଚିହ୍ନ ରହିଥିବା ଗ୍ରାମବାସୀ ଓ ବନ ବିଭାଗ କର୍ମଚାରୀ ଚିହ୍ନଟ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri