କୂଅରେ ପଡ଼ିଥିଲା ବାରାହା : କଢ଼ାଯିବା ପରେ ସେ ଯାହାକଲା ଜାଣିଲେ…

ଦିଗପହଣ୍ଡି, ୨।୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସଂଲଗ୍ନ ରାଧାଦେଇପୁର କାଳୀ ମନ୍ଦିର ନିକଟ କୂଅରେ ପଡ଼ିଥିବା ଏକ ବାରହାକୁ ଶନିବାର ସକାଳେ  ଅଗ୍ନିଶମ ବାହିନୀ ଓ ପାଟପୁର ସେକ୍ସନର  ବନ କର୍ମଚାରୀ  ଉଦ୍ଧାର କରିବା ପରେ ସେ ଖସିଯାଇ ଜଣେ ମହିଳାଙ୍କ ସମେତ ୪ ଜଣଙ୍କୁ ଆକ୍ରମଣ କରିଥିବା ଜଣାପଡିଛି। ଆହାତମାନଙ୍କୁ   ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି  କରାଯାଇଛି। ଆହାତମାନେ ହେଲେ  ରାଧାଦେଇପୁରର ବୁଦ୍ଧିଆ ସାହୁ, ପାଟପୁରର ନାରାୟଣ ନାୟକ,ଅଜୟ ସ୍ବାଇଁ, ମହିଳା ଜଣକ ବାଲିପଡା ଗ୍ରାମର।  ସକାଳେ ବାରାହାଟି ବାଟବଣା ହୋଇ କୂଅରେ ପଡ଼ିଥିବା ସାହି ଲୋକ ଜାଣିବା ପରେ ଦିଗପହଣ୍ଡି ଅଗ୍ନିଶମ ବାହିନୀ ଏବଂ ବନ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଏବଂ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି କୂଅ ମଧ୍ୟରୁ ବାରାହାକୁ ଉଦ୍ଧାର କରିଥିଲେ ମଧ୍ୟ ସେ ଜାଲରୁ ଖସି ପଳାଇଥିଲା।ବାରହାଟି ଘୋଡ଼ାହାଡ଼ ନଦୀ ହିଡ ଦେଇ ଦୌଡ଼ି ଥିଲା।  ନଦୀକୁ ଗାଧୋଇ ଯାଇଥିବା ନାରାୟଣଙ୍କୁ ପ୍ରଥମେ ବାରହାଟି ଆକ୍ରମଣ କରିଥିଲା। ସେ ତଳେ ପଡିଯିବାରୁ ତାଙ୍କ ମୁଣ୍ଡ ,ଜଙ୍ଘ,ହାତ,ପାଦକୁ ବାରହା  ଆକ୍ରମଣ କରିଥିଲା। ପରେ ଅଜୟ ଏବଂ ବୁଦ୍ଧିଆଙ୍କୁ ଆକ୍ରମଣ କରିଥିଲା। ମହିଳା ଜଣକ ପାଟପୁର ନଦୀ ତଟରେ ଦେବଦାରୁ ଗଛରୁ ପତ୍ର ତୋଳୁ ଥିବା ବେଳେ ବାରହା ତାଙ୍କୁ ପଛପଟୁ ଆକ୍ରମଣ କରିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ  ପ୍ରଥମେ ଆଡପଡ଼ା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ  ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ଼. ବାହନ ଦାସ ସୂଚନା ଦେଇଛନ୍ତି। ଏନେଇ ଦିଗପହଣ୍ଡି ବନ ବିଭାଗ ରେଞ୍ଜର ଦିବ୍ୟରଞ୍ଜନ ସାହୁ ଙ୍କୁ ପଚାରିବାରୁସେ କହିଲେ ବନ ବିଭାଗ ପକ୍ଷରୁ ଆହାତ ମାନଙ୍କୁ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ


Enter your email to get our daily news in your inbox.

All Right Reserved By Dharitri.Com

ଗୋଛାବାଡ଼ି ଆଶ୍ରମରେ ନନ୍ଦୋତ୍ସବ: ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ଶ୍ରଦ୍ଧାଳୁଙ୍କୁ…

ଜଗନ୍ନାଥପ୍ରସାଦ,୫ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମସ୍ଥିତ ଶ୍ରୀ ଗୌରାଙ୍ଗ ରାଧାକୃଷ୍ଣ ଆଶ୍ରମ ପରିସରରେ ପବିତ୍ର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri