୨ ମହିଳାଙ୍କୁ ଆକ୍ରମଣ କଲା ଭାଲୁ

କେସିଙ୍ଗା,୧୫।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ଦେଗାଁ ପଞ୍ଚାୟତ ଜାମଜୋର ଗାଁରେ ଧାନ କାଟିବାକୁ ଯାଇଥିବା ୨ ମହିଳା ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି। ଧାନ କାଟିବାକୁ ଯାଇଥିବା ଅନ୍ୟ ସଦସ୍ୟ ଓ ସ୍ଥାନୀୟ ଲୋକେ ୨ ମହିଳାଙ୍କୁ ଉଦ୍ଧାର କରି ତୁରନ୍ତ ୧୦୮ ଯୋଗେ ଭବାନିପାଟଣା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ହେଲେ ସୁମିତ୍ରା ଗୌଡଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, କେତେଜଣ ମହିଳା ଧାନ କାଟିବାକୁ ବିଲକୁ ଯାଇଥିଲେ। ହଠାତ ନିକଟସ୍ଥ ଜଙ୍ଗଲରୁ ଏକ ଭାଲୁ ଆସି ପୁରୁଷ ଓ ମହିଳାମାନଙ୍କୁ ଆକ୍ରମଣ କରିଥିଲା। ଭାଲୁକୁ ଦେଖି ଭୟରେ ସମସ୍ତେ ଜୀବନ ବଞ୍ଚାଇବାକୁ ଦୌଡି ଚାଲି ଯାଇଥିଲେ। ହେଲେ ଜାମଜୋର ଗ୍ରାମର ସୁମିତ୍ରା ଭାଲୁ ହାବୁଡରେ ପଡିଯାଇଥିଲେ। ଭାଲୁଟି ତାଙ୍କୁ ମୁହଁରେ ଆକ୍ରମଣ କରୁଥିବା ବେଳେ ଆଉ ଜଣେ ମହିଳା ବଞ୍ଚାଇବାକୁ ଯାଇଥିଲେ। ସେତିକିବେଳେ ଭାଲୁଟି ମହିଳାଙ୍କୁ ମଧ୍ୟ ଆକ୍ରମଣ କରିଥିଲା। ପରେ ଭାଲୁଟି ଜଙ୍ଗଲ ଆଡକୁ ଚାଲି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri