ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ ଜଣକ ହେଲେ ଗୋବର୍ଦ୍ଧନ ମହାନ୍ତ।
ସୂଚନା ଅନୁଯାୟୀ, ଗୋବର୍ଦ୍ଧନ ଗ୍ରାମ ନିକଟସ୍ଥ ପୋଖରୀକୁ ଶୌଚ ହେବା ପାଇଁ ଯାଇଥିବାବେଳେ ହଠାତ୍ ଏକ ବଣୁଆ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ଭାଲୁ ଆକ୍ରମଣରେ ତାଙ୍କ ପେଟ ଓ ହାତରେ ଗଭୀର ଆଘାତ ଲାଗିଛି। ଗୁରୁତର ଅବସ୍ଥାରେ ତାଙ୍କୁ କେନ୍ଦୁଝର ଧରଣୀଧର ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।
ଏହି ଘଟଣା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ଭାଲୁକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଛି। ବନ ବିଭାଗ ପକ୍ଷରୁ ଭାଲୁର ଗତିବିଧି ଉପରେ ନଜର ରଖାଯାଇଛି।