ରୋଷେଇ ଘରେ ପଶି ରାଜକୀୟ ଖାଦ୍ୟ ଖାଇଲା ଭାଲୁ: ରାଜମହଲ ଲୋକେ ଭୟଭୀତ

ଖଡ଼ିଆଳ,୧୨।୪(ସୁଜିତ୍‌ କୁମାର ପ୍ରଧାନ):ନୂଆପଡା ଜିଲା ଖଡ଼ିଆଳ ସହରରେ ବୁଧବାର ରାତିରେ ବୁଲୁଥିବା ଭାଲୁ ଶେଷରେ ଖଡ଼ିଆଳ ରାଜବାଟି ରୋଷେଇ ଘରେ ପଶିଥିଲା। ଖଡ଼ିଆଳ ରାଜା ସାହେବଙ୍କ ରାଜବାଟି ଭିତରେ ପଶି ଡାଇନିଂ ହଲରେ ବିଭିନ୍ନ ରାଜକୀୟ ଖାଦ୍ୟ ଖାଇଛି। ଖଡ଼ିଆଳ ରାଜା ସାହେବଙ୍କ ବାସଗୃହ ଛାତ ଉପରେ ବୁଲୁଥିବା ଭାଲୁ ଦେଖି ରାଜପରିବାର ଆତଙ୍କିତ ହୋଇପଡିଥିଲେ। ଭାଲୁ ଛାତ ଉପରେ ଥିବା ବେଳେ ରାଜା ଘର ଲୋକେ ଘର ଭିତରେ କବାଟ ବନ୍ଦ କରି ଲୁଚି ରହିଥିଲେ। ଭାଲୁ ଧରିବା ପାଇଁ ଖଡ଼ିଆଳ ବନଖଣ୍ଡ ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ରହି ସ୍ଥିତି ନିରୀକ୍ଷଣ କରୁଥିଲେ। ଭାଲୁ ଧରିବା ପାଇଁ ରାଜବାଟି ପାଖକୁ ଯନ୍ତା ଅଣାଯାଇଥିଲା। ହେଲେ ଭାଲୁ ଧରାଛୁଆଁ ଦେଲାନାହିଁ। ଅନ୍ୟପଟେ ଭାଲୁର ଏଭଳି ଆତଙ୍କ ଦେଖି ଖଡ଼ିଆଳ ନଗରବାସୀ ଆତଙ୍କିତ ହୋଇ ପଡିଥିଲେ। ପରେ କଳାହାଣ୍ଡିରୁ ଗୋଟିଏ ଟିମ୍‌ ଆସି ଭାଲୁ ଘଉଡ଼ାଇ ଥିଲେ। ସୂଚନା ଅନୁସାରେ ବୁଧବାର ପ୍ରାତଃ ସମୟରେ ଭାଲୁ ଖଡ଼ିଆଳ ସହର ଭିତରେ ପଶି ଆତଙ୍କ ଖେଳାଇଥିଲା। ରାସ୍ତା କଡରେ ଭାଲୁ ବୁଲୁଥିବା ଦେଖି ଲୋକେ ଆତଙ୍କିତ ହୋଇ ପଡିଥିଲେ। ଲୋକ ଗହଳିରେ ଭାଲୁ ଖଡ଼ିଆଳ ରାଜବାଟି ନିକଟସ୍ଥ ନିଲଜୀବନ୍ଦ ଓ ନୂଆବନ୍ଦ ପାଖ ବୁଦାରେ ଲୁଚିଥିଲା। ସାରେ ଭାଲୁ ଘଉଡ଼ାଇବା ବେଳେ ଜଙ୍ଗଲକୁ ଚାଲିଯିବା ବଦଳରେ ସିଧାସଳଖ ଖଡ଼ିଆଳ ରାଜା ସାହେବଙ୍କ ରାଜବାଟି ଭିତରକୁ ପଶିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri