ପାଟଣା,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ରାଇଡିହା ବିଟ୍ ଖିଲାରୀ ପାଟନୂଆଗାଁରେ ସୋମବାର ଏକ ବଣୁଆ ଭାଲୁ ଆକ୍ରମଣରେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ବ୍ୟକ୍ତିମାନେ ହେଲେ ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବଡ଼ ନୂଆଗାଁର ବୀବବଲ ମହାନ୍ତ (୫୫),ମଙ୍ଗୁଳୁ ବେହେରା(୩୦) ଓ ସାହାରପଡ଼ା ବ୍ଲକ ଟେଣ୍ଡେରା ପଞ୍ଚାୟତ ଖିଲାରୀପାଟ ନୂଆଗାଁ ଗ୍ରାମର ରାମଚନ୍ଦ୍ର ପାଇଦା(୨୫)। ଭାଲୁ ଆକ୍ରମଣରେ ବୀରବଲଙ୍କ ପେଟ, ମୁଣ୍ଡ ଓ ୨ ହାତ ରେ ଗଭୀର କ୍ଷତ ହୋଇଥିବା ବେଳେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ରାମ ଚନ୍ଦ୍ରଙ୍କ ୨ ହାତରେ ଗଭୀର କ୍ଷତ ହୋଇଛି। ମଙ୍ଗଳୁଙ୍କ ବାମ ଜଙ୍ଘରେ କ୍ଷତ ହୋଇଛି। ୩ ଜଣଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି। ଏବେ ଖିଲାରୀ ପାଟ ନୂଆଗାଁ ଗାଁ କାଜୁ ଜଙ୍ଗଲରେ ନିକଟରେ ରକ୍ତମୁଖା ଭାଲୁ ବୁଲୁଥିବାରୁ ଲୋକେ ଭୟଭୀତ ଥିବା ବେଳେ ଭାଲୁକୁ ଘୋଉଡ଼ାଇବା ଦାବିରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି।
Posted inHome, Home Left, ଆମ ଜିଲା ଖବର, କେନ୍ଦୁଝର View All
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

