ଶାଳଗଛରେ ଭାଲୁ: ଆତଙ୍କରେ ଗ୍ରାମବାସୀ

ଉମରକୋଟ,୧୩ା୪(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ କୁର୍ସୀ ପଞ୍ଚାୟତର ଜୁନାପାଣି ଗ୍ରାମ ନିକଟସ୍ଥ ଜଙ୍ଗଲର ଏକ ଶାଳଗଛରେ ଭାଲୁଟି ଚଢ଼ିଯାଇଛି। ଗଛଟି ବହୁତ ଉଚ୍ଚ ଥିବାରୁ ତଳକୁ ଆସି ପାରୁନାହିଁ।

ସ୍ଥାନୀୟ ବାସିନ୍ଦାଙ୍କ କହିବା ଅନୁଯାୟୀ, ସକାଳୁ ଗ୍ରାମର କିଛି ଲୋକ ମହୁଲ ଗୋଟାଇବା ପାଇଁ ଜଙ୍ଗଲକୁ ଯାଇଥିଲେ। ଭାଲୁଟିକୁ ଗଛରେ ଚଢ଼ିଥିବାର ଦେଖି ଲୋକେ ଭୟଭୀତ ହୋଇପଡ଼ିଥିଲେ। ପରେ ବନବିଭାଗକୁ ଖବର ଦେବାରୁ ବନ ବିଭାଗର ୨୫ଜଣିଆ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଭାଲୁଟିକୁ କିପରି ଉଦ୍ଧାର କରାଯାଇ ପାରିବ ଚେଷ୍ଟା ଜାରି ରଖିଛନ୍ତି।

 

ଅନ୍ୟପକ୍ଷରେ ବନ ବିଭାଗ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ନାୟକ କହିଛନ୍ତି, ଭାଲୁଟି ଭୟଭୀତ ଅବସ୍ଥାରେ ରହିଛି। ଆମେ ପ୍ରଥମେ ସେହି ସ୍ଥାନରୁ ଲୋକଙ୍କୁ ଘଉଡ଼ାଇ ଖାଲି କରିଦେଇଛୁ, ଲୋକ ସେଠାରୁ ଯିବା ପରେ ଆଶା କରାଯାଉଛି ଭାଲୁ ଓହ୍ଲାଇ ଜଙ୍ଗଲ ମୁହାଁ ହେବ। ଯଦି ଭାଲୁ ରାତି ସୁଦ୍ଧା ନ ଓହ୍ଲାଏ ତେବେ ଆସନ୍ତାକାଲି ଡିଏଫ୍‌ଓଙ୍କ ଅନୁମତି ନେବା ପରେ ଟ୍ରାଙ୍କୁଲାଇଜର କରାଯାଇ ଭାଲୁକୁ ଉଦ୍ଧାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri