ଗାଁରେ ବୁଲୁଛି ଭାଲୁ: ଗ୍ରାମବାସୀ ଭୟଭୀତ

କୋକସରା,୨୯।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ କଳାହାଣ୍ଡି ଜିଲା କୋକସରା ବ୍ଲକ ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ଅଧୀନ ଆମପାଣି ଫରେଷ୍ଟ ସେକ୍ସନ ପାତ୍ରବସା ଗାଁରେ ଏକ ଗୋଠ ଛଡା ଭାଲୁ କିଛି ଦିନ ହେଲା ବୁଲାବୁଲି କରୁଛି। ଏନେଇ ଗ୍ରାମବାସୀଙ୍କ ସହ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ରହୁଛନ୍ତି।

ଘଟଣାକୁ ନେଇ ଧର୍ମଗଡ଼ ବନାଞ୍ଚଳ ଅଧିକାରୀ ଭବାନୀଶଙ୍କର କାଉରଙ୍କ ସହ ଆମପାଣି ବନ ବିଭାଗ ଏବଂ ବେହେରା ବନ କର୍ମଚାରୀ ଭାଲୁ ବିଚରଣ କରୁଥିବା ଅଞ୍ଚଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏପରିକି ଭାଲୁ ଉପରେ ବନ କର୍ମଚାରୀ ନଜର ରଖିଛନ୍ତି।

ସୁରକ୍ଷାକୁ ଦୃଷ୍ଟିରେ ରଖି ବନ କର୍ମଚାରୀ ଜନସାଧାରଣଙ୍କୁ ସଚେତନ କରୁଛନ୍ତି। ଅନ୍ୟପକ୍ଷେ ଭାଲୁଟି କେତେ ବେଳେ ଗାଁକୁ ପଶି ଆସୁଛିତ କେତେବେଳେ ରାସ୍ତା ଉପରେ ବୁଲୁଛି। ଏପରିକି ଅଞ୍ଚଳରେ ମକା ଚାଷ ହୋଇଥିବାରୁ ମକା ବାଡ଼ିରେ ଭାଲୁ ପଶି ମକା ଖାଉଥିବା ଦେଖିବାକୁ ମିଳୁଛି। ଯାହାକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ଥିବା ବେଳେ ଛାତ୍ରୀଛାତ୍ରଙ୍କୁ ଅଭିଭାବକମାନେ ସ୍କୁଲ ଛାଡୁ ନାହାନ୍ତି।

ଏନେଇ ଧର୍ମଗଡ଼ ବନାଞ୍ଚଳ ଅଧିକାରୀ ଭବାନୀଶଙ୍କରଙ୍କୁ ପଚରିବାରୁ ବନ ବିଭାଗ ପକ୍ଷରୁ ଭାଲୁର ଗତିପଥ ଉପରେ ନଜର ରଖାଯାଇଛି। ଭାଲୁ ଚଲାପଥରେ ଲୋକଙ୍କୁ ନ ଯିବାକୁ ବାରଣ କରାଯାଇଛି। ରାତିରେ ଘରୁ ବାହାରିବା ସମୟରେ ସତର୍କତା ଅବଲମ୍ବନ କରିବାକୁ ଲୋକଙ୍କୁ ସଚେତନ କରାଯାଉଛି। ଭାଲୁ କିପରି ଜଙ୍ଗଲ ମୁହାଁ ହେବ ଏହା ଉପରେ ନଜର ରଖାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri