ବାଇଡେନ-ଜିନ୍‌ପିଙ୍ଗ୍‌ଙ୍କ ମଧ୍ୟରେ ହେବ ଆଲୋଚନା

ଓ୍ବାଶିଂଟନ,୨୭ା୭: ତାଇଓ୍ବାନ ଏବଂ ୟୁକ୍ରେନ ଯୁଦ୍ଧକୁ ନେଇ ୪ ମାସର ତିକ୍ତତା ବୃଦ୍ଧି ପରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନ୍‌ଫିଙ୍ଗ୍‌ ଗୁରୁବାର ଆଲୋଚନା କରିବେ। ଆମେରିକାର ଜଣେ ଅଧିକାରୀଙ୍କ କହିବାନୁସାରେ, ଦୁଇ ନେତାଙ୍କ ମଧ୍ୟରେ ଶୃଙ୍ଖଳାଗତ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି।

ତାଇୱାନରେ ନାନ୍‌ସୀ ପେଲୋସିଙ୍କ ସମ୍ଭାବ୍ୟ ଗସ୍ତକୁ ନେଇ ଉତ୍ତେଜନା ବୃଦ୍ଧି ପାଇଥିଲା ଏହି ସମୟରେ ଆମେରିକା ଲୋକ ସଭାର ବାଚସ୍ପତି ନାନ୍‌ସୀ ପେଲୋସିଙ୍କ ତାଇଓ୍ବାନ ଗସ୍ତ ସମ୍ଭାବ୍ୟ ଖବର ଦୁଇ ଦେଶ ମଧ୍ୟରେ ତିକ୍ତତା ବଢ଼ାଇ ଦେଇଛି। ତାଇଓ୍ବାନ ଉପରେ ନିଜର ଅଧିକାରକୁ ଦୃଢ଼ କରୁଥିବା ଚାଇନା ଯଦି ପେଲୋସି ଯାତ୍ରା କରେ ତେବେ କଡ଼ା ପଦକ୍ଷେପ ନେବାକୁ ଧମକ ଦେଇଛନ୍ତି। ବାଚସ୍ପତି ପେଲୋସି ଏହି ଗସ୍ତକୁ ଏପର୍ଯ୍ୟନ୍ତ ନିଶ୍ଚିତ କରିନାହାନ୍ତି। କିନ୍ତୁ ପେଲୋସିଙ୍କ ସମ୍ଭାବ୍ୟ ଗସ୍ତ ବିଷୟରେ ଗତ ସପ୍ତାହରେ ରାଷ୍ଟ୍ରପତି ବାଇଡେନ କହିଥିଲେ, ଏହା ଏକ ଭଲ ଚିନ୍ତାଧାରା ନୁହେଁ।

ଏହି ଦୁଇ ନେତା ୟୁକ୍ରେନ, ଦକ୍ଷିଣ ଚାଇନା ସାଗର ଭଳି ପ୍ରସଙ୍ଗ ଉପରେ ଆଲୋଚନା କରିବାର ସମ୍ଭାବନା ରହିଛି। ତାଇଓ୍ବାନ ବ୍ୟତୀତ ବାଇଡେନ ଏବଂ ଜିନପିଙ୍ଗ ମଧ୍ୟରେ ରୁଷିଆ-ୟୁକ୍ରେନ ଯୁଦ୍ଧ, ଉତ୍ତର କୋରିଆରେ ଆଣବିକ କାର୍ଯ୍ୟକ୍ରମ, ଇରାନ ଆଣବିକ ଚୁକ୍ତି ଏବଂ ଦକ୍ଷିଣ ଚାଇନା ସାଗର ଉପରେ ମଧ୍ୟ ଆଲୋଚନା ହେବାର ସମ୍ଭାବନା ରହିଛି। ଏହି ସମୟରେ ଆମେରିକାର ବୈଦେଶିକ ବିଭାଗର ପୂର୍ବ ଏସିଆର ଡେପୁଟି ଆସିଷ୍ଟାଣ୍ଟ ସେକ୍ରେଟେରୀ ଜଙ୍ଗ ପାକ ଦକ୍ଷିଣ ଚାଇନା ସାଗରରେ ଉତ୍ତେଜନା ଅଭିଯୋଗ କରିଛନ୍ତି। ଏହା ତାଙ୍କର ଆକ୍ରମଣାତ୍ମକ ଏବଂ ଦାୟିତ୍ୱହୀନ ଆଚରଣକୁ ଦର୍ଶାଏ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri