ଉଠା ଦୋକାନୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଭୟଙ୍କର ରୂପ ନେବାରୁ ଗତ ମେ’ ୫ ତାରିଖରୁ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହାର ଅବଧି ୧୪ ଦିନ ଥିବା ବେଳେ ଏହାକୁ ପ୍ରଥମେ ଜୁନ ୧ ଓ ପରେ ଜୁନ ୧୭ ତାରିଖ ଭୋର ୫ଟା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏଥିରେ ଥିବା କଟକଣା ଯୋଗୁ ଅନ୍ୟାନ୍ୟ କିଛି ବ୍ୟବସାୟୀଙ୍କ ଭଳି ଉଠା ଦୋକାନୀମାନେ ମଧ୍ୟ କ୍ଷତିଗ୍ରସ୍ତ ହୋଇଛନ୍ତି। ବହୁ ଉଠା ଦୋକାନୀ ଏବେ ଦୁର୍ଦ୍ଦିନରେ ଅଛନ୍ତି। ଆଉ ଏହାକୁ ଦୃଷ୍ଟିରେ ରଖି ଉଠା ଦୋକାନୀଙ୍କ ପାଇଁ ରାଜ୍ୟ ସରକାର ପ୍ୟାକେଜ ଘୋଷଣା କରିଛନ୍ତି ।

ରାଜ୍ୟର ସହରାଞ୍ଚଳର ଉଠା ଦୋକାନୀଙ୍କ ପାଇଁ ଏହି ପ୍ୟାକେଜ ଘୋଷଣା କରାଯାଇଛି। ଏଥିରେ ମୋଟ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଞ୍ଜୁର କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅର୍ଥ ମଞ୍ଜୁର କରିଛନ୍ତି ।