ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ମିଶିବେ ଅନନ୍ତ ଦାସଙ୍କ ପୁଅ ଅଭିଜିତ

ଭୁବନେଶ୍ୱର,୨୩।୨: ସ୍ବର୍ଗତଃ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପୁଅ ଅଭିଜିତ ଭାଜପାରେ ମିଶିବେ ବୋଲି ଜଣାପଡିଛି। ଏ ନେଇ ନିଜେ ସୂଚନା ଦେଇଛନ୍ତି ଅଭିଜିତ। ସେ କହିଛନ୍ତି, ମୁଁ ଓ ମୋ ପରିବାର ଖୁବଶୀଘ୍ର ପଦ୍ମ ଧରିବାକୁ ଯାଉଛୁ। ବାପାଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବା ପାଇଁ ଏଭଳି ନିଷ୍ପତ୍ତି। ଅଭିଜିତ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଭେଟିଛନ୍ତି। ଏହାସହ ସେ ଭାଜପାର କିଛି ଟାଣୁଆ ନେତାଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି।
ଅଭିଜିତଙ୍କ ପିତା ଅନନ୍ତ ଦାସ ବିଜେଡିର ଜଣେ ଟାଣୁଆ ନେତା ଭାବେ ପରିଚିତ ଥିଲେ। ବିଜେଡି ଟିକେଟରେ ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ଲଗାତାର ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଅନନ୍ତ। ନବୀନ ସରକାରରେ ୨ଥର ମନ୍ତ୍ରୀ ମଧ୍ୟ ହୋଇଥିଲେ । ବୟସାଧିକ କାରଣରୁ ୨୦୧୯ ସାଧାରଣ ନିର୍ବାଚନ ପରେ ସେ ଅସୁସ୍ଥ ରହୁଥିଲେ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ଗତ ସାଧାରଣ ନିର୍ବାଚନରେ ବିଜେଡି ଅନନ୍ତ ଟିକେଟ କାଟିଥିଲା। ପୁଅ ଅଭିଜିତଙ୍କୁ ଟିକେଟ ଦାବି କରି ବାରମ୍ବାର ସେ ନବୀନ ନିବାସ ଆସୁଥିଲେ। କିନ୍ତୁ ଦଳ ଗୌତମବୁଦ୍ଧ ଦାସଙ୍କୁ ଭୋଗରାଇ ଟିକେଟ ଦେଇଥିଲା। ଏକଦା ବାଲେଶ୍ୱର ଜିଲାରେ ଅନନ୍ତ ପାୱାର ସେଣ୍ଟର ଭାବେ ଉଭା ହୋଇଥିଲେ। ବିଜେଡିର ଜଣେ ପ୍ରଭାବଶାଳୀ ନେତାଭାବେ ନିଜକୁ ପ୍ରତିପାଦିତ କରିପାରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri