ବିଜେଡିକୁ ଶକ୍ତ ଝଟ୍‌କା, ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର,୧୧ା୧୦: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୂର୍ବତନ ବିଧାୟକ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦଳୀୟ ଉତ୍ତରୀୟ ଏବଂ ଟୋପି ପିନ୍ଧାଇ ଜୟଙ୍କୁ ସ୍ବାଗତ କରିଛନ୍ତି। ନୂଆପଡ଼ା ଉପନିର୍ବାଚନରେ ଜୟ ଭାଜପା ପ୍ରାର୍ଥୀ ହେବା ସମ୍ଭାବନା ଥିବା ରାଜନୈତିକ ମହଲରେ ଜୋର୍‌ଦାର୍‌ ଚର୍ଚ୍ଚା ହେଉଛି।

ଜୟଙ୍କ ବାପା ବିଜେଡରେ ଥିବାରୁ ସେ ମଧ୍ୟ ବିଜେଡିରୁ ପ୍ରାର୍ଥୀ ହେବେ ବୋଲି କୁହାଯାଉଥିଲା। ଯାହାଦ୍ୱାରା ବିଜେଡିକୁ ସିମ୍ପାଥି ଭୋଟ ମଧ୍ୟ ମିଳିଥାଆନ୍ତା। କିନ୍ତୁ  ନବୀନ ଦିଲ୍ଲୀରୁ ଫେରୁ ଫେରୁ ଜୟଙ୍କ ପଦ୍ମ ଧରିବା ରାଜନୈତିକ ମହଲରେ ଝଡ ସୃଷ୍ଟି କରିଛି। ଯଦି ଭାଜପା ପକ୍ଷରୁ ଜୟ ପ୍ରାର୍ଥୀ ହୁଅନ୍ତି ତେବେ ବିଜେଡିରୁ କିଏ ପ୍ରାର୍ଥୀ ହେବେ ସେନେଇ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି।

ସବୁଠାରୁ ବଡ଼ କଥା ହେଲା ଯେ ବିଜେଡିର ପଦଯାତ୍ରାରେ ଜୟଙ୍କୁ ଦେଖିବାକୁ ମିଳି ନ ଥିଲା। ସେବେଠାରୁ ଏକ ପ୍ରକାର ନିଶ୍ଚିତ ହୋଇଥିଲା ଯେ, ଜୟ ଢୋଲକିଆ ଭାଜପା ଆଡ଼କୁ ଢଳିଥିଲେ। ନୂଆଦିଲ୍ଲୀରେ ଭାଜପାର କେନ୍ଦ୍ରୀୟ ନେତୃତ୍ବଙ୍କୁ ଦେଖା କରିଥିଲେ।  ଜୟ ଭାଜପା ପ୍ରାର୍ଥୀ ହେଲେ ନୂଆପଡ଼ାର ଅଙ୍କ ଓଲଟପାଲଟ ହୋଇଯିବ ଏବଂ ଭାଜପାର ବିଜୟ ସହଜସାଧ୍ୟ ହୋଇଯିବ ବୋଲି ରାଜନୈତିକ ସମୀକ୍ଷକମାନେ ମତ ଦେଉଛନ୍ତି।  ତେଣେ ଏହା ବିଜେଡି ଲାଗି ମୁଣ୍ଡବ୍ୟଥାର କାରଣ ବି ହେବ।

୨୦୨୪ ସାଧାରଣ ନିର୍ବାଚନରେ ଏହି ଆସନ ବିଜେଡି ହାତରେ ରହିଥିଲା। ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ବିଜୟୀ ହୋଇଥିଲେ। ସ୍ବାଧୀନ ପ୍ରାର୍ଥୀ ଭାବେ ଘାସିରାମ ମାଝୀ ଦ୍ୱିତୀୟ ସ୍ଥାନରେ ଥିଲେ। ବର୍ତ୍ତମାନ କଂଗ୍ରେସ ଏହି ଉପନିର୍ବାଚନ ଲାଗି ଘାସିରାମଙ୍କୁ ଦଳୀୟ ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି। ଭାଜପା ପକ୍ଷରୁ ପୂର୍ବତନ ଏମପି ବସନ୍ତ ପଣ୍ଡାଙ୍କ ପୁଅ ଅଭିନନ୍ଦନ ପଣ୍ଡା ତୃତୀୟ ସ୍ଥାନରେ ରହିଥିଲେ। କିନ୍ତୁ ଏବେ ଜୟ ଢୋଲକିଆଙ୍କୁ ଭାଜପା ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛି। ଗତ ମାସ ୮ ତାରିଖରେ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ଏହି ଆସନରେ ଉପନିର୍ବାଚନ ହେବାକୁ ଯାଉଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀପ ରାୟ ମୋତେ ଫୋନ କରିଥିଲେ, କିନ୍ତୁ ମୁଁ…ମତଦାନ ପୂର୍ବରୁ ବଡ଼ କଥା କହିଦେଲେ ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡା

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଚାଲିଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଭୋଟିଂ ପ୍ରକ୍ରିୟା ଜାରି ରହିଛି। ଅପରାହ୍ଣ ୪ଟା ଯାଏ ମତଦାନ ଚାଲିବ।…

କାହାକୁ ଭୋଟ ଦେଲେ ବିଜେଡିରୁ ନିଲମ୍ବିତ ବିଧାୟକ ସନାତନ ମହାକୁଡ଼: ନିଜେ କଲେ ବଡ଼ ଖୁଲାସା

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ…

ପାରାଦୀପରୁ ଫେରିଲେ ବିଧାୟକ: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ…

SCB ଅଗ୍ନିକାଣ୍ଡ: ମୃତକଙ୍କ ମିଳିଲା ପରିଚୟ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏହି ଅଗ୍ନିକାଣ୍ଡରେ ୧୦…

ଲୁଚାଇବା ଅନାବଶ୍ୟକ

ସୁପ୍ରିମକୋର୍ଟ ୧୩ ମାର୍ଚ୍ଚ ୨୦୨୬ରେ ମହିଳାଙ୍କ ଋତୁସ୍ରାବକାଳୀନ ଛୁଟି ସଂକ୍ରାନ୍ତ ଆବେଦନକୁ ଖାରଜ କରିଦେବା ସହ ଦେଇଥିବା ମତକୁ ନେଇ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ସର୍ବୋଚ୍ଚ ଅଦାଲତ…

ଝଡ଼ବର୍ଷା ନେଇ ସତର୍କ କଲା ପାଣିପାଗ କେନ୍ଦ୍ର: ଏହି ଜିଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୧୬ା୩ (ବନ୍ଦନା ସେଠୀ):ରାଜ୍ୟରେ କିଛିଦିନ ହେବ ଜାରି ରହିଥିବା ଖରା ଓ ଗରମରେ ବ୍ରେକ୍‌ ଲାଗିଛି। ଝଡ଼ବର୍ଷା ଯୋଗୁ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ…

ଦିଲ୍ଲୀ ଘର ଠିକଣା: ନୂଆ ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର, ୧୬।୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ଲାଗି ସବୁ ଦଳ ନିଜ ବିଧାୟକମାନଙ୍କୁ ଗୋଠକରି ରଖିବାକୁ ସମସ୍ତ ଉଦ୍ୟମ ଚଳାଇଛନ୍ତି। ମାତ୍ର ବିରୋଧୀ ଦଳ ବିଜେଡି ଏବଂ…

SCB ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri